Posted inଜାତୀୟ

ନିଜ ରାମ୍ପ ଓ୍ବାକ୍‌ରେ ସମସ୍ତଙ୍କୁ ଘାଇଲା କଲେ ମୋଦି ସରକାରଙ୍କ ମନ୍ତ୍ରୀ, ସିନ୍ଧିଆଙ୍କୁ ଦେଖି ଲୋକେ କହିଲେ…

ନୂଆଦିଲ୍ଲୀ,୮।୧୨: ଫ୍ୟାଶନ ଶୋ’ରେ ନିଜ ଜଲଓ୍ବା ଦେଖାଇଛନ୍ତି ମୋଦି ସରକାରଙ୍କ ମନ୍ତ୍ରୀ। ରାମ୍ପ ଓ୍ବାକ୍‌ କରିଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ। ତାଙ୍କ ସହ ରାଜ୍ୟ ମନ୍ତ୍ରୀ ସୁକାନ୍ତ ମଜୁମଦାର ମଧ୍ୟ ରାମ୍ପ ଓ୍ବାକ୍‌ କରିଛନ୍ତି। ଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ଅଷ୍ଟଲକ୍ଷ୍ମୀ ମହୋତ୍ସବ ସମୟରେ ଫ୍ୟାଶନ ଶୋ’ରେ ଭାଗ ନେଇ ଏହି ଦୁଇ ମନ୍ତ୍ରୀ ସମସ୍ତଙ୍କୁ ଚକିତ କରିଦେଇଛନ୍ତି।

ନର୍ଥଇଷ୍ଟ ଫ୍ୟାଶନକୁ ପ୍ରମୋଟ କରିବା ପାଇଁ ସିନ୍ଧିଆ ଓ ମଜୁମଦାର ନର୍ଥଇଷ୍ଟ ଷ୍ଟାଇଲରେ ଜ୍ୟାକେଟ ପିନ୍ଧି ରାମ୍ପ ଉପରେ ଚାଲିଥିଲେ। ସେମାନେ କୌଣସି ମଡେଲ ଠାରୁ କମ ଦେଖାଯାଉ ନଥିଲେ। ଭଭୟଙ୍କ ବେଶ ଷ୍ଟାଇଲିସ ଅନ୍ଦାଜରେ ଦେଖିବାକୁ ମିଳିଥିଲା। କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏକ ଫ୍ୟାଶନେବଲ କ୍ରିମ ରଙ୍ଗର ଜ୍ୟାକେଟ ପିନ୍ଧିଥିଲେ। ତାଙ୍କ ବେକରେ ଏକ ଲାଲ ରଙ୍ଗର ମଫଲର ଥିଲା। ଏଥିସହିତ ସୁକାନ୍ତ ମଜୁମଦାର ମଧ୍ୟ କ୍ରିମ ରଙ୍ଗର ଜ୍ୟାକେଟ ପିନ୍ଧିଥିଲେ। ସେ ମଧ୍ୟ ବେକରେ ଏକ ଲାଲ ରଙ୍ଗର ମଫଲର ବାନ୍ଧିଥିଲେ।

କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ସ୍ବତନ୍ତ୍ର ଫ୍ୟାଶନ ଶୋ’ ବିଷୟରେ ଏକ୍ସ’ରେ ପୋଷ୍ଟ କରିଛନ୍ତି। ସିନ୍ଧିଆ ଲେଖିଛନ୍ତି, ବାସ୍ତବରେ ଏହା ସଂସ୍କୃତି ଏବଂ ସୃଜନଶୀଳତାର ଉତ୍ସବ। ଉତ୍ତର ପୂର୍ବ ଭାରତର ଚିତ୍ତାକର୍ଷକ ଶୈଳୀ ପ୍ରଦର୍ଶନ କରୁଥିବା ଫ୍ୟାଶନ ଶୋ’ରେ ଏକ ସୁନ୍ଦର ସମୟ ବିତାଇଲି। ପ୍ରତ୍ୟେକ ରାଜ୍ୟକୁ ଦକ୍ଷ କଳାକାର ଏବଂ ମଡେଲମାନେ ସୁନ୍ଦର ଭାବରେ ପ୍ରତିନିଧିତ୍ୱ କରିଥିଲେ। ମୋର ସହକର୍ମୀ ସୁକାନ୍ତ ମଜୁମଦାରଙ୍କ ସହ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବାରୁ ମୁଁ ଗର୍ବିତ ଅନୁଭବ କରୁଛି।

ଏହି ଦୁଇ ମନ୍ତ୍ରୀଙ୍କ ଏଭଳି ରାମ୍ପ ଓ୍ବାକ କରିବାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ୟୁଜର୍ସମାନେ ଉଭୟ ନେତାଙ୍କୁ ବେଶ ପ୍ରଶଂସା କରୁଛନ୍ତି। ଏହି ଦୁଇ ନେତା ବଡ଼ ବଡ଼ ବଲିଉଡ ଷ୍ଟାରଙ୍କୁ ମଧ୍ୟ ପଛରେ ପକାଇ ଦେବେ ବୋଲି ୟୁଜର୍ସମାନେ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri