Posted inଜାତୀୟ

ନିଜ ରାମ୍ପ ଓ୍ବାକ୍‌ରେ ସମସ୍ତଙ୍କୁ ଘାଇଲା କଲେ ମୋଦି ସରକାରଙ୍କ ମନ୍ତ୍ରୀ, ସିନ୍ଧିଆଙ୍କୁ ଦେଖି ଲୋକେ କହିଲେ…

ନୂଆଦିଲ୍ଲୀ,୮।୧୨: ଫ୍ୟାଶନ ଶୋ’ରେ ନିଜ ଜଲଓ୍ବା ଦେଖାଇଛନ୍ତି ମୋଦି ସରକାରଙ୍କ ମନ୍ତ୍ରୀ। ରାମ୍ପ ଓ୍ବାକ୍‌ କରିଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ। ତାଙ୍କ ସହ ରାଜ୍ୟ ମନ୍ତ୍ରୀ ସୁକାନ୍ତ ମଜୁମଦାର ମଧ୍ୟ ରାମ୍ପ ଓ୍ବାକ୍‌ କରିଛନ୍ତି। ଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ଅଷ୍ଟଲକ୍ଷ୍ମୀ ମହୋତ୍ସବ ସମୟରେ ଫ୍ୟାଶନ ଶୋ’ରେ ଭାଗ ନେଇ ଏହି ଦୁଇ ମନ୍ତ୍ରୀ ସମସ୍ତଙ୍କୁ ଚକିତ କରିଦେଇଛନ୍ତି।

ନର୍ଥଇଷ୍ଟ ଫ୍ୟାଶନକୁ ପ୍ରମୋଟ କରିବା ପାଇଁ ସିନ୍ଧିଆ ଓ ମଜୁମଦାର ନର୍ଥଇଷ୍ଟ ଷ୍ଟାଇଲରେ ଜ୍ୟାକେଟ ପିନ୍ଧି ରାମ୍ପ ଉପରେ ଚାଲିଥିଲେ। ସେମାନେ କୌଣସି ମଡେଲ ଠାରୁ କମ ଦେଖାଯାଉ ନଥିଲେ। ଭଭୟଙ୍କ ବେଶ ଷ୍ଟାଇଲିସ ଅନ୍ଦାଜରେ ଦେଖିବାକୁ ମିଳିଥିଲା। କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏକ ଫ୍ୟାଶନେବଲ କ୍ରିମ ରଙ୍ଗର ଜ୍ୟାକେଟ ପିନ୍ଧିଥିଲେ। ତାଙ୍କ ବେକରେ ଏକ ଲାଲ ରଙ୍ଗର ମଫଲର ଥିଲା। ଏଥିସହିତ ସୁକାନ୍ତ ମଜୁମଦାର ମଧ୍ୟ କ୍ରିମ ରଙ୍ଗର ଜ୍ୟାକେଟ ପିନ୍ଧିଥିଲେ। ସେ ମଧ୍ୟ ବେକରେ ଏକ ଲାଲ ରଙ୍ଗର ମଫଲର ବାନ୍ଧିଥିଲେ।

କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ସ୍ବତନ୍ତ୍ର ଫ୍ୟାଶନ ଶୋ’ ବିଷୟରେ ଏକ୍ସ’ରେ ପୋଷ୍ଟ କରିଛନ୍ତି। ସିନ୍ଧିଆ ଲେଖିଛନ୍ତି, ବାସ୍ତବରେ ଏହା ସଂସ୍କୃତି ଏବଂ ସୃଜନଶୀଳତାର ଉତ୍ସବ। ଉତ୍ତର ପୂର୍ବ ଭାରତର ଚିତ୍ତାକର୍ଷକ ଶୈଳୀ ପ୍ରଦର୍ଶନ କରୁଥିବା ଫ୍ୟାଶନ ଶୋ’ରେ ଏକ ସୁନ୍ଦର ସମୟ ବିତାଇଲି। ପ୍ରତ୍ୟେକ ରାଜ୍ୟକୁ ଦକ୍ଷ କଳାକାର ଏବଂ ମଡେଲମାନେ ସୁନ୍ଦର ଭାବରେ ପ୍ରତିନିଧିତ୍ୱ କରିଥିଲେ। ମୋର ସହକର୍ମୀ ସୁକାନ୍ତ ମଜୁମଦାରଙ୍କ ସହ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବାରୁ ମୁଁ ଗର୍ବିତ ଅନୁଭବ କରୁଛି।

ଏହି ଦୁଇ ମନ୍ତ୍ରୀଙ୍କ ଏଭଳି ରାମ୍ପ ଓ୍ବାକ କରିବାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ୟୁଜର୍ସମାନେ ଉଭୟ ନେତାଙ୍କୁ ବେଶ ପ୍ରଶଂସା କରୁଛନ୍ତି। ଏହି ଦୁଇ ନେତା ବଡ଼ ବଡ଼ ବଲିଉଡ ଷ୍ଟାରଙ୍କୁ ମଧ୍ୟ ପଛରେ ପକାଇ ଦେବେ ବୋଲି ୟୁଜର୍ସମାନେ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?