ପର୍ଯ୍ୟଟକଙ୍କ ଭିଡ଼ ଦେଖି ମାତିଛନ୍ତି ଅସାଧୁ ବ୍ୟବସାୟୀ, ପ୍ରକୃତ ଦରଠାରୁ ଅଧିକ ନେଇ ଲୁଟୁଥିବା ଅଭିଯୋଗ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ରାଜ୍ୟ ତଥା ରାଜ୍ୟ ବାହାରୁ ଓଡ଼ିଶାର କଶ୍ମୀର ତଥା କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଦୈନିକ ଶହ ଶହ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି। ତେବେ ଅଧିକ ମାତ୍ରାରେ ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ି ବୁଲିବା ଓ ମଜା ନେବାର ଫାଇଦା ଉଠାଉଛନ୍ତି ସ୍ଥାନୀୟ କିଛି ଅସାଧୁ ବ୍ୟବସାୟୀ। ହୋଟେଲ, ଚା’ଦୋକାନ ଗୁଡ଼ିକରେ ନିମ୍ନମାନର ଖାଦ୍ୟ ପରିବେଷଣ କରିବା ସହ ଉଚିତ ଦରଠାରୁ ଦୁଇଗୁଣା କରି ବିକ୍ରି କରୁଛନ୍ତି। ଏଥିରେ ପର୍ଯ୍ୟଟକମାନେ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ବଜାରରେ ଚା’କପ୍‌ ଟିଏ ୫ ଟଙ୍କାରେ ବିକ୍ରି କରୁଥିବାବେଳେ କିଛି ଅସାଧୁ ବ୍ୟବସାୟୀ ଏହାର ଦୁଇ ଗୁଣା ଅଧିକ ବିକ୍ରି କରିବା ସହ ନିମ୍ନମାନର ଖାଦ୍ୟ ସାମଗ୍ରୀ ବିକ୍ରି କରୁଛନ୍ତି।

ଖାଦ୍ୟ ନିରାପତ୍ତା ନ ଥିବା ହୋଟେଲ ଚା’ବ୍ୟବସାୟୀମାନେ ପର୍ଯ୍ୟଟକଙ୍କୁ ଲୁଟୁଥିବା ଜଣେ ପର୍ଯ୍ୟଟକ ବିଭୁଦତ୍ତ ବେହେରା ଉଦ୍‌ବେଗ ପ୍ରକାଶ କରିବା ସହ ଏଥିପ୍ରତି ସ୍ଥାନୀୟ ପ୍ରଶାସନ ଧ୍ୟାନ ଦେବା ଦରକାର ନ ହେଲେ ଆଗାମୀ ଦିନରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିରୁ ମୁହଁ ଫେରେଇ ନେବା ସେ ଆଶଙ୍କା କରିଛନ୍ତି। ମିଲ୍ସ, ଟିଫିନ, ଚା’ଆମିଷ ଭୋଜନ ସହ ସାଦା ଭୋଜନର ମୂଲ୍ୟ ଉଚିତ୍‌ ମୂଲ୍ୟଠାରୁ ଅଧିକ ଦାମ୍‌ରେ ବିକ୍ରି କରାଯାଉଛି। ଫଳରେ କିଛି ଅସାଧୁ ବ୍ୟବସାୟୀ ମାଲାମାଲ ହେଉଛନ୍ତି। ଏପରିକି କିଛି ହୋଟେଲରେ ବାସି ଖାଦ୍ୟ ମଧ୍ୟ ବିକ୍ରି କରାଯାଉଥିବା ଜଣେ ପର୍ଯ୍ୟଟକ ନିଜ ନାମ ଓ ଠିକଣା ଗୋପନ ରଖି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?