ଉପମୁଖ୍ୟମନ୍ତ୍ରୀଙ୍କୁ ଦେଖି ଭୋ ଭୋ ହୋଇ କାନ୍ଦିଲେ ଚାଷୀ….ମିଳିଲା ଏମିତି ଜବାବ

ଧାମନଗର/ବନ୍ତ,୩୦ା୧୨ (ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ/ହରିନାରାୟଣ ମହାନ୍ତି)
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଭଦ୍ରକ ଜିଲା ଗସ୍ତରେ ଆସି ଧାମନଗର ଓ ବନ୍ତ ବ୍ଲକରେ ଅଦିନିଆ ବର୍ଷାରେ ଧାନଚାଷ କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ବିଶେଷକରି ଅମଳକ୍ଷମ ପାଚିଲା ଧାନ ଅଦିନିଆ ବର୍ଷାରେ ଅଧିକ ପ୍ରଭାବିତ ହୋଇଛି। କ୍ଷେତରେ ବର୍ଷାପାଣି ଜମି ପାଚିଲା ଧାନ ବୁଡ଼ି ରହି ନଷ୍ଟ ହୋଇଯାଇଛି। ଉପମୁଖ୍ୟମନ୍ତ୍ରୀ ଚାଷଜମି ବୁଲି କ୍ଷୟକ୍ଷତି ଦେଖିଥିଲେ। କେତେଜଣ ଚାଷୀ ନଷ୍ଟ ହୋଇଥିବା ଫସଲ ଦେଖାଇ କାନ୍ଦି ପକାଇଥିଲେ। ଉପମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଚାଷୀଙ୍କ ସହ ଆଲୋଚନା କରି ଆଶ୍ୱାସନା ଦେଇଛନ୍ତି।
ଉପମୁଖ୍ୟମନ୍ତ୍ରୀ ଧାମନଗର ବ୍ଲକର ଭଗବାନପୁର, ଜୟକୃଷ୍ଣପୁର, ପଳିକିରି, ଇଛଦା ଓ ଅନହରପୁର ମୌଜାର ଚାଷଜମି ବୁଲି ଦେଖିଥିଲେ। ଉପମୁଖ୍ୟମନ୍ତ୍ରୀ ଆସୁଥିବା ଖବର ପାଇ ଭଗବାନପୁର ମୌଜାର ଚାଷୀମାନେ ରାସ୍ତାରେ ନିଜ ଗଜାଧାନ ଓ ନଷ୍ଟ ହୋଇଥିବା ଧାନ ବିଡ଼ା ଧରି ଠିଆ ହୋଇଥିଲେ। ରାସ୍ତାରେ ଚାଷୀଙ୍କୁ ଦେଖି ଉପମୁଖ୍ୟମନ୍ତ୍ରୀ ଗାଡ଼ି ଅଟକାଇ ସେମାନଙ୍କ ପାଖକୁ ଯାଇଥିଲେ। ଜମିରେ ବାସ୍ତବ ସ୍ଥିତି ଦେଖିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କ ସହ ଆଲୋଚନା କରିଥିଲେ। ସରକାର ଚାଷୀମାନଙ୍କ କଲ୍ୟାଣ ପାଇଁ ପ୍ରତିଶ୍ରୁତିବଦ୍ଧ। ଏପରି ବିପଦ ସମୟରେ ଭାଙ୍ଗି ନ ପଡ଼ି ଧୈର୍ଯ୍ୟ ଧରିବାକୁ ସେ ପରାମର୍ଶ ଦେଇଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ ଜିଲା ଓ ବ୍ଲକ ଗସ୍ତରେ ଅଛନ୍ତି। ସରକାରଙ୍କ ଉପରେ ଭରସା ରଖନ୍ତୁ, ଦୈବ ଦୁର୍ବିପାକରେ ସରକାର ସାଥୀରେ ଥାଇ ସମାଧାନ କରିବେ। ସୋମବାର ସୁଦ୍ଧା କ୍ଷୟକ୍ଷତି ଆକଳନ ରିପୋର୍ଟ ଆସିବା ପରେ ସମୀକ୍ଷା କରାଯାଇ କ୍ଷତିପୂରଣ ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ବେଳେ ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ଜିଲାପାଳ ଦିଲୀପ ରାଉତରାଏ, ଉପଜିଲାପାଳ ସୌରଭ ଚକ୍ରବର୍ତ୍ତୀ, ଜିଲା ମୁଖ୍ୟ କୃଷି ଅଧିକାରୀ ଜଗଦୀଶ ପ୍ରସାଦ ବେହେରା, ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ପ୍ରତିନିଧି ଅଶୋକ ପୁହାଣ, ବିଡିଓ ବନବିହାରୀ ଦିଣ୍ଡା, ତହସିଲଦାର ଦୀପକ କୁମାର ଦାସ, କୃଷି ଜିଲା ଅଧିକାରୀ ଗଣେଶ ଚନ୍ଦ୍ର ମାଝୀ, ବ୍ଲକ କୃଷି ଅଧିକାରୀ ଅନୁରାଧା ପଣ୍ଡା, ଅତିରିକ୍ତ ବ୍ଲକ କୃଷି ଅଧିକାରୀ ଦେବାଶିଷ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।
ସେହିପରି ଉପମୁଖ୍ୟମନ୍ତ୍ରୀ ବନ୍ତ ବ୍ଲକର ଛୟାଳସିଂହ ପଞ୍ଚାୟତଠାରେ ପହଞ୍ଚତ୍ବା ପରେ ବିଭିନ୍ନ ଅଞ୍ଚଳରୁ ଚାଷୀମାନେ ଆଣିଥିବା ପଚା ଓ ଗଜା ଧାନ ବିଡ଼ା ଦେଖାଇ ନିଜର ଦୁଃଖ ଜଣାଇଥିଲେ। ଭଦ୍ରକ ବିଧାୟକ, ଜିଲାପାଳଙ୍କ ସହ ଜିଲା ଆରକ୍ଷୀ ଅଧୀକ୍ଷକ ମଡ଼କର ସନ୍ଦୀପ ସମ୍ପଦ, ଭାଜପା ନେତା ସୁଧାଂଶୁ ଶେଖର ନାୟକ, ଜିଲା କୃଷି ଅଧିକାରୀ ବିଶ୍ୱରଞ୍ଜନ ରାଉତ, ଅତିରିକ୍ତ ତହସିଲଦାର ପ୍ରଶାନ୍ତ କୁମାର ପୁହାଣ, ବ୍ଲକ କୃଷି ଅଧିକାରୀ ତୁଷାରକାନ୍ତ ପତି ପ୍ରମୁଖ ଉପସ୍ଥିତ ଥିଲେ। ଖୁବ୍‌ଶୀଘ୍ର ଫସଲ କ୍ଷତି ଆକଳନ କରାଯାଇ କ୍ଷତିପୂରଣ ପ୍ରଦାନ କରାଯିବ। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ମହିଳାମାନଙ୍କୁ ସୁଭଦ୍ରା ଟଙ୍କା ମିଳିଛି କି ନାହିଁ ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri