ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟବାସୀଙ୍କ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି

ଭୁବନେଶ୍ୱର,୨୪ା୫(ଅନିଲ ଦାସ):ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି। ବାହାରୁ ବଡ଼ ବଡ଼ ନେତାମାନେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଦେଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଏପରି ଅସମ୍ମାନିତ କରୁଥିବା ଲୋକଙ୍କୁ ଆପଣ ମୁହଁତୋଡ଼ ଜବାବ ଦିଅନ୍ତୁ ବୋଲି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।
ଗୁରୁବାର ଜଗତ୍‌ସିଂହପୁର ଲୋକ ସଭା ନିର୍ବାଚନମଣ୍ଡଳୀର ନିମାପଡ଼ା, କାକଟପୁର, ନିଆଳି, ବଲିକୁଦା-ଏରସମା, ପାରାଦୀପ, ତିର୍ତ୍ତୋଲ ଓ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ପାଣ୍ଡିଆନ ପ୍ରଚାର କରି ବିରୋଧୀ ଦଳ ଉପରେ ପ୍ରଚଣ୍ଡ ଆକ୍ରମଣ କରିଛନ୍ତି। ଆସାମ ମୁଖ୍ୟମନ୍ତ୍ରୀଙ୍କୁ ତୀବ୍ର ସମାଲୋଚନା କରି ସେ କହିଛନ୍ତି, ଆସାମ ମୁଖ୍ୟମନ୍ତ୍ରୀ ଜାଣିବା ଉଚିତ ଯେ, ନବୀନ ବାବୁ ଆପଣଙ୍କ ଗୁରୁଙ୍କ ଗୁରୁ ସହିତ କାମ କରିଛନ୍ତି। ବାଜପେୟୀଙ୍କ ସରକାରରେ ନବୀନ ବାବୁ ଯେତେବେଳେ କ୍ୟାବିନେଟ୍‌ ମନ୍ତ୍ରୀ ଥିଲେ, ଆପଣ ସେତେବେଳେ ଓକିଲାତି କରୁଥିଲେ। ଆପଣ ଓଡ଼ିଶାବାସୀଙ୍କଠାରୁ ସଂସ୍କାର ଶିଖନ୍ତୁ। ଓଡ଼ିଶା କେବେ ଅତିଥିଙ୍କୁ ଏ ମାଟିରେ ଅସମ୍ମାନିତ କରେନାହିଁ। ମହାପ୍ରଭୁ ଆପଣଙ୍କୁ ସଦ୍‌ବୁଦ୍ଧି ଦିଅନ୍ତୁ। ଆମ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନିତ କରନ୍ତୁ ନାହିଁ। ଆସାମ ଓ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଆସି କହୁଛନ୍ତି, ଯେ ଓଡ଼ିଶାକୁ ଏକ ନମ୍ବର କରିବେ। ପ୍ରଥମେ ସେମାନେ ଆଗେ ନିଜ ରାଜ୍ୟକୁ ଦେଖନ୍ତୁ, ତା’ପରେ ଓଡ଼ିଶା କଥା ଚିନ୍ତା କରିବେ। ଓଡ଼ିଶାଠାରୁ ସବୁ କ୍ଷେତ୍ରରେ ସେମାନେ ବହୁ ପଛରେ ଅଛନ୍ତି। ଓଡ଼ିଶାକୁ ଏକ ନମ୍ବର କରିବେ ନବୀନ ପଟ୍ଟନାୟକ। ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କଠାରୁ କିଛି ଶିଖିକି ଯାଆନ୍ତୁ, କାମରେ ଲାଗିବ ବୋଲି ପାଣ୍ଡିଆନ କହିଛନ୍ତି। ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ଭାଷା ବ୍ୟବହାର ଓ ତାଙ୍କୁ ଅସମ୍ମାନିତ କରିବାକୁ ଓଡ଼ିଶାବାସୀ କେବେ ବରଦାସ୍ତ କରିବେ ନାହିଁ। ଜୁନ ୧ ତାରିଖରେ ଭୋଟର ଏହାର ଉଚିତ ଜବାବ ଦେବେ ବୋଲି ସେ କହିଛନ୍ତି।
ସେ ଆହୁରି କହିଛନ୍ତି ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନିଜ ପରିବାରର ସଦସ୍ୟ ବୋଲି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଲାଗି ଦିନରାତି କାମ କରୁଛନ୍ତି। ଏ ସରକାର ହେଉଛି ଲୋକଙ୍କ ସରକାର। ଚାଷୀଙ୍କ ସରକାର, ଯୁବପିଢ଼ିର ସରକାର ବୋଲି ପାଣ୍ଡିଆନ କହିଛନ୍ତି। ମହାପ୍ରଭୁଙ୍କ କୃପାରୁ ଓ ରାଜ୍ୟବାସୀଙ୍କ ଆଶୀର୍ବାଦରୁ ସାରା ଓଡ଼ିଶା ମାଲକାନଗିରିରୁ ମୟୂରଭଞ୍ଜ, ସୁନ୍ଦରଗଡ଼ରୁ ଜଗତ୍‌ସିଂହପୁର ପର୍ଯ୍ୟନ୍ତ ସମସ୍ତେ ଜାଣିଗଲେଣି ଯେ, ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଶପଥ ନେବା ପରେ ପ୍ରଥମ ଦସ୍ତଖତ ହେବ ୯୦ ପ୍ରତିଶତ ଲୋକଙ୍କ ପାଇଁ ବିଜୁଳି ବିଲ୍‌ ଛାଡ଼। ଦ୍ୱିତୀୟ ଦସ୍ତଖତରେ ବିଏସ୍‌କେୱାଇରେ ସମସ୍ତେ ସାମିଲ ହେବେ। ବିପିଏଲ୍‌ କାର୍ଡ ନ ଥିଲେ ଏପରିକି ସରକାରୀ ଚାକିରିରେ ଥିଲେ ମଧ୍ୟ ସମସ୍ତେ ବିଏସ୍‌କେୱାଇ କାର୍ଡ ପାଇବେ। ତୃତୀୟରେ ମିଶନଶକ୍ତି ସଦସ୍ୟାମାନଙ୍କ ପାଇଁ ୬୦ ବର୍ଷ ପରେ ପେନ୍‌ସନ ସୁବିଧା ମିଳିବ।
ବିରୋଧୀ ଦଳକୁ ଟାର୍ଗେଟ୍‌ କରି ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ଭାଜପା କହୁଛି ମାଗଣା ବିଜୁଳି ଦେବ। କିନ୍ତୁ ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଜମା କରିବାକୁ ପଡ଼ିବ। ସୋଲାର ପ୍ୟାନେଲ ମାଧ୍ୟମରେ ସୂର୍ଯ୍ୟକିରଣରୁ ବିଜୁଳି ପାଇବେ। ସେମାନେ ଆପଣଙ୍କୁ ଦିନରେ ଲଣ୍ଠନ ଦେଖାଉଛନ୍ତି, ଏମାନଙ୍କୁ ଚିହ୍ନିକି ରଖନ୍ତୁ ବୋଲି ପାଣ୍ଡିଆନ କହିଛନ୍ତି। ବିଜୁ ଜନତା ଦଳ ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବା ପାଇଁ ସେ ଭୋଟରଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri