ଏହି ବ୍ୟକ୍ତିଙ୍କୁ ଦେଖି ପ୍ରବଳ ସୁନା ପିନ୍ଧୁଥିଲେ ବାପି ଲାହିରି

ବଲିଉଡ ଗାୟକ ତଥା କମ୍ପୋଜର ବାପି ଲାହିରିଙ୍କ ଆଜି ୭୦ତମ ଜନ୍ମବାର୍ଷିକୀ ପାଳନ କରାଯାଉଛି। ଯଦିଓ ସେ ଏବେ ଦୁନିଆରେ ନାହାନ୍ତି, କିନ୍ତୁ ତାଙ୍କ ଗୀତଗୁଡିକ ଆଜି ଚିରସବୁଜ ହୋଇ ରହିଛି। ସେ ୫୦୦ରୁ ଅଧିକ ଗୀତ ରଚନା କରିଥିବା ବାପି ଜଣେ କିମ୍ବଦନ୍ତୀ ଗାୟକ ଭାବେ ପ୍ରସିଦ୍ଧି ଅର୍ଜନ କରିଥିଲେ। ପପ ମ୍ୟୁଜିକକୁ ବଲିଉଡର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ କରିବାର ଶ୍ରେୟ ମଧ୍ୟ ବାପି ଲାହିରିକୁ ଯାଇଥାଏ। ୮୦ ଦଶକରେ ତାଙ୍କର ଗୀତ ହେଉ କିମ୍ବା ଶେଷ ପର୍ଯ୍ୟନ୍ତ ଗାଇଥିବା କୌଣସି ଗୀତ ହେଉ, ତାଙ୍କର ଅନନ୍ୟ ଶୈଳୀ ସର୍ବଦା ଦର୍ଶକଙ୍କୁ ପସନ୍ଦ ଆସିଥିଲା। କିନ୍ତୁ ବାପି ଲାହିରି କେବଳ ଗୀତ ଯୋଗୁ ନୁହେଁ, ସୁନା ପାଇଁ ମଧ୍ୟ ପ୍ରସିଦ୍ଧି ଅର୍ଜନ କରିଥିଲେ। ସେ ସବୁବେଳେ ପ୍ରବଳ ସୁନା ପିନ୍ଧୁଥିଲେ। ତେବେ ସେ ଏତେ ସୁନା କାହିଁକି ପିନ୍ଧିଥାନ୍ତି ସେନେଇ ପ୍ରଶ୍ନ ଉଠୁଥିଲା। ଏକ ସାକ୍ଷାତକାରରେ ବାପି ନିଜେ ଏହି କଥା ପ୍ରକାଶ କରିଥିଲେ। ହଲିଉଡର କଳାକାର ପାଇଁ ସେ ସୁନା ପିନ୍ଧିବା ଆରମ୍ଭ କରିଥିଲେ। କହିଥିଲେ- ମୁଁ ହଲିଉଡର କଳାକାର ଏଲଭିସ ପ୍ରେସଲିଙ୍କୁ ବହୁତ ପସନ୍ଦ କରୁଥିଲି। ସେ ସବୁବେଳେ ସୁନା ଚେନ ପିନ୍ଧୁଥିଲେ। ତାଙ୍କ ଶୈଳୀରେ ମୁଁ ପ୍ରଭାବିତ ହୋଇଥିଲ। ତାଙ୍କୁ ଦେଖି ବାପି ନିଷ୍ପତ୍ତି ନେଇଥିଲେ ଯେ ସେ ଅଧିକ ସୁନା ପିନ୍ଧିଲେ ସଫଳ ହେବେ। ସେବେଠୁ ସେ ସୁନା ପିନ୍ଧିବା ଆରମ୍ଭ କଲେ। ମୃତ୍ୟୁ ପର୍ଯ୍ୟନ୍ତ ତାଙ୍କ ପାଖରେ ୭୫୪ ଗ୍ରାମ ସୁନା ଏବଂ ୪.୬୨ ଗ୍ରାମ ରୂପା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri