Posted inଜାତୀୟ

କ୍ଷମା ନୁହେଁ, ସମାଧାନ ଚାହୁଁ

ଲକ୍ଷ୍ନୌ, ୨୩।୧୧: ବିବାଦୀୟ ୩ କୃଷି ଆଇନ ପ୍ରତ୍ୟାହାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘୋଷଣା ସତ୍ତ୍ୱେ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ପକ୍ଷରୁ ସୋମବାର ଲକ୍ଷ୍ନୌରେ କିଷାନ ମହାପଞ୍ଚାୟତ ଅନୁଷ୍ଠିତ ହୋଇଯାଇଛି। ଆନୁଷ୍ଠାନିକ ଭାବେ ଆଇନ ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କୃଷକ ନେତାମାନେ କହିଛନ୍ତି। ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଗ୍ୟାରେଣ୍ଟି ପ୍ରଦାନ ଲାଗି ଆଇନ ଆଣିବା ଏବଂ ଲଖିମପୁର ଖେରି ହିଂସା ପାଇଁ ଦାୟୀ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କୁ ବହିଷ୍କାର କରିବା ଲାଗି ମହାପଞ୍ଚାୟତରେ କୃଷକ ସଂଗଠନଗୁଡ଼ିକ ଦାବି କରିଥିଲେ। କୃଷି ଆଇନ ପ୍ରତ୍ୟାହାର ଘୋଷଣା ହୋଇଥିଲେ ହେଁ ଚାଷୀମାନଙ୍କର ଅନେକ ସମସ୍ୟା ସମାଧାନ ପାଇଁ ବାକି ରହିଛି ବୋଲି ଭାରତୀୟ କିଷାନ ୟୁନିୟନ ନେତା ରାକେଶ ଟିକାଏତ୍‌ କହିଛନ୍ତି। ଦେଶବ୍ୟାପୀ ଶାନ୍ତିପୂର୍ଣ୍ଣ ଚାଷୀ ଆନ୍ଦୋଳନ ଜାରି ରହିବ। ସରକାର ଆଲୋଚନାକୁ ଆସି ବାସ୍ତବ ଅର୍ଥରେ ଆଇନ ପ୍ରତ୍ୟାହାର ହେଲା ବୋଲି ସ୍ପଷ୍ଟ କରନ୍ତୁ। ଏହା ପରେ ଆନ୍ଦୋଳନସ୍ଥଳରୁ କୃଷକମାନେ ଫେରିଯିବେ। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷି ଆଇନ ପ୍ରତ୍ୟାହାର କରାଯିବ ବୋଲି ଘୋଷଣା କରିବା ବେଳେ କ୍ଷମା ମାଗିଥିଲେ। କ୍ଷମା ମାଗିବା ଆବଶ୍ୟକ ନାହିଁ, ଚାଷୀଙ୍କ ସମସ୍ୟାର ସମାଧାନ ହେବା ଜରୁରୀ ବୋଲି ଟିକାଏତ୍‌ କହିଛନ୍ତି।
ଏସ୍‌କେଏମ୍‌ ରବିବାର ପ୍ରଧାନମନ୍ତ୍ରୀଙ୍କୁ ଏକ ଖୋଲି ଚିଠି ଲେଖି ଚାଷୀମାନଙ୍କ ଅନ୍ୟ ୬ଟି ଦାବିର ସମାଧାନ ପାଇଁ ପୁଣିଥରେ ଆଲୋଚନା ଆରମ୍ଭ କରିବାକୁ ଅନୁରୋଧ କରାଯାଇଥିଲା। ସେମାନେ ଏମ୍‌ଏସ୍‌ପି ଉପରେ ଆଇନଗତ ଗ୍ୟାରେଣ୍ଟି, କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ବହିଷ୍କାର, ଚାଷୀଙ୍କ ବିରୋଧରେ ରୁଜୁ ମାମଲାଗୁଡ଼ିକୁ ପ୍ରତ୍ୟାହାର କରିନେବା ଆଦି ଦାବି କରିଛନ୍ତି।
କୃଷି ଆଇନ ପ୍ରତ୍ୟାହାର ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଥିବାବେଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅନୁମୋଦନକୁ ଅପେକ୍ଷା କରାଯାଇଛି। ୩ଟି ଆଇନ ପ୍ରତ୍ୟାହାର ଲାଗି ଗୋଟିଏ ବିଲ୍‌ ଅଣାଯିବ। ଏମ୍‌ଏସ୍‌ପି ପ୍ରସଙ୍ଗର ସମାଧାନ ପାଇଁ କୃଷି ମନ୍ତ୍ରଣାଳୟ କାର୍ଯ୍ୟ କରୁଛି। ୩ କୃଷି ଆଇନକୁ ନେଇ ଗଢ଼ାଯାଇଥିବା ସମସ୍ତ ବୋର୍ଡକୁ ବନ୍ଦ କରିଦେବା ଲାଗି ପ୍ରସ୍ତାବିତ ବିଲ୍‌ରେ ବ୍ୟବସ୍ଥା ରହିବ। ସେହିପରି ଉକ୍ତ ଆଇନ ଅଧୀନରେ ନିଆଯାଇଥିବା ସମସ୍ତ ନିଷ୍ପତ୍ତି ମଧ୍ୟ ରଦ୍ଦ ହୋଇଯିବ। ବିବାଦୀୟ କୃଷି ଆଇନକୁ ନେଇ ବର୍ଷେରୁ ଊର୍ଦ୍ଧ୍ୱ ସମୟ ଚାଷୀ ଆନ୍ଦୋଳନ ଜାରି ରହିବା ପରେ ଉକ୍ତ ଆଇନକୁ ପ୍ରତ୍ୟାହାର କରିନେବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଆଗକୁ ଉତ୍ତରପ୍ରଦେଶ, ପଞ୍ଜାବ ସମେତ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ହାତରୁ କ୍ଷମତା ଖସିଯିବା ଆଶଙ୍କାରେ ସରକାର ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?