Posted inଜାତୀୟ

ଏବେ ସୀମା ହାଇଦରଙ୍କୁ ମିଳିବ ଭାରତର ନାଗରିକତା, ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୧୨।୩: ଲୋକ ସଭା ନିର୍ବାଚନ ପୂର୍ବରୁ ସୋମବାର ଦେଶରେ ନାଗରିକତା ସଂଶୋଧନ ନିୟମ (ସିଏଏ) ଲାଗୁ କରିବା ନେଇ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ନାଗରିକତା ସଂଶୋଧନ ନିୟମ (ସିଏଏ) ଅନୁଯାୟୀ, ୩୧ ଡିସେମ୍ବର ୨୦୧୪ ପୂର୍ବରୁ ବାଂଲାଦେଶ, ପାକିସ୍ଥାନ ଏବଂ ଆଫଗାନିସ୍ତାନରୁ ଭାରତକୁ ଆସିଥିବା ହିନ୍ଦୁ, ଶିଖ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନଙ୍କ ସମେତ ର୍ନିଯାତନାର ସମ୍ମୁଖୀନ ହୋଇଥିବା ଅଣ-ମୁସଲମାନ ପ୍ରବାସୀ ଭାରତୀୟଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯିବ।

ସିଏଏ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏହି ତିନୋଟି ଦେଶରୁ ନିର୍ଯାତିତ ଅଣ ମୁସଲମାନ ପ୍ରବାସୀ ଭାରତୀୟ (ହିନ୍ଦୁ, ଶିଖ, ଜୈନ, ବୌଦ୍ଧ, ପାର୍ସୀ ଏବଂ ଖ୍ରୀଷ୍ଟିଆନ)ମାନଙ୍କୁ ଭାରତୀୟ ନାଗରିକତ୍ୱ ଦେବା ଆରମ୍ଭ କରିବେ।

୨୦୧୯ରେ ଡିସେମ୍ବର ସିଏଏ ସଂସଦରେ ପାରିତ ହୋଇଥିଲା ଏବଂ ପରେ ଏହା ରାଷ୍ଟ୍ରପତିଙ୍କ ସହମତି ମଧ୍ୟ ପାଇଥିଲା, କିନ୍ତୁ ଏହାକୁ ବିରୋଧ କରି ଦେଶର ଅନେକ ସ୍ଥାନରେ ବିରୋଧ ପ୍ରଦର୍ଶନ ଆରମ୍ଭ ହୋଇଥିଲା। ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠିଛି ଯେ ପାକିସ୍ତାନରୁ ଆସି ଉତ୍ତରପ୍ରଦେଶର ଗୌତମ ବୁଦ୍ଧ ନାଗରରେ ରହୁଥିବା ସୀମା ହାଇଦରଙ୍କୁ ଭାରତର ନାଗରିକତ୍ୱ ମିଳିବ କି?

ଏହି ନିୟମ ଅନୁଯାୟୀ, ୩୧ ଡିସେମ୍ବର ୨୦୧୪ ପୂର୍ବରୁ ବାଂଲାଦେଶ, ଆଫଗାନିସ୍ତାନ ଏବଂ ପାକିସ୍ଥାନରୁ ଆସିଥିବା ଅଣ-ମୁସଲମାନମାନେ ନାଗରିକତ୍ୱ ପାଇପାରିବେ। ତେବେ ୨୦୨୩ରେ ସୀମା ହାଇଦର ଭାରତକୁ ବେଆଇନ ଭାବେ ଆସିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri