କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ କରିଛନ୍ତି। ଏହାସହ ସେ କର୍ଲାମୁଣ୍ଡା ବ୍ଲକର ପ୍ରଥମ ମହିଳା ପିଏଚ୍‌ଡି ଡିଗ୍ରୀଧାରୀ ହେବାର ଗୌରବ ଅର୍ଜନ କରିଛନ୍ତି। ତାଙ୍କର ଏହି ପ୍ରଶଂସନୀୟ ସଫଳତା ପାଇଁ ସମଗ୍ର ଅଞ୍ଚଳରେ ଖୁସିର ମାହୋଲ ଦେଖାଯାଇଛି।

ସୀମନ୍ତିନୀ ହେଉଛନ୍ତି ରିଷିଡ଼ା ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ସ୍ୱର୍ଗତ ଦୁର୍ବାଦଳ ସେଠ ଓ ମଦନାବତୀ ସେଠଙ୍କ ନାତୁଣୀ ତଥା ବିଶିଷ୍ଟ କଳାକାର ଲକ୍ଷ୍ମୀପ୍ରସାଦ ସେଠ ଓ କିଶୋରୀ ସେଠଙ୍କ କନିଷ୍ଠା କନ୍ୟା। ସେ ଅହମ୍ମଦାବାଦସ୍ଥିତ ଗୁଜୁରାଟ ବିଶ୍ୱବିଦ୍ୟାଳୟରୁ ସଂସ୍କୃତ ବିଭାଗରେ ନିଜର ଗବେଷଣା କାର୍ଯ୍ୟ ସମ୍ପୂର୍ଣ୍ଣ କରିଛନ୍ତି। ମହାକବି କାଳିଦାସଙ୍କ ରଚିତ ‘ରଘୁବଂଶ’ ଉପରେ ଦିନକର ମିଶ୍ରଙ୍କ ସୁବୋଧିନୀ ଟୀକାର ପୁରାତନ ତଥା ଅପ୍ରକାଶିତ ପାଣ୍ଡୁଲିପିକୁ ଆଧାର କରି ଷଷ୍ଠରୁ ନବମ ସର୍ଗ ପର୍ଯ୍ୟନ୍ତ ପାଠର ସମ୍ପାଦନ ଓ ସମୀକ୍ଷାତ୍ମକ ଅଧ୍ୟୟନ କରିଥିଲେ। ତାଙ୍କ ଥେସିସ୍‌ର ଶୀର୍ଷକ ଥିଲା “An Edition and Critical Study of the Subodhini Commentary on the Raghuvamsa (Sixth to Ninth Cantos) by Dinakara Misra”

ଡ. ମଞ୍ଜୁଲା ଜେ. ବିରାତିୟାଙ୍କ ମାର୍ଗଦର୍ଶନରେ ସୀମନ୍ତିନୀ ଏହି ଗବେଷଣା ସମ୍ପୂର୍ଣ୍ଣ କରିଛନ୍ତି। ଗତ ସେପ୍ଟେମ୍ବର ୧୭ ତାରିଖରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭାଗ ମୁଖ୍ୟ ପ୍ରଫେସର ହେତଲ ପାଣ୍ଡ୍ୟା, ବାହ୍ୟ ପରୀକ୍ଷକ ଡ. ଶ୍ୱେତା କେଜୁରେକର ଏବଂ ପ୍ରଫେସର ମୟୁରୀ ଭାଟିଆଙ୍କ ଉପସ୍ଥିତିରେ ତାଙ୍କୁ ଏହି ଡିଗ୍ରୀ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ତାଙ୍କର ଏହି ଅତୁଳନୀୟ ସଫଳତା ପାଇଁ ପରିବାରବର୍ଗ, ବୁଦ୍ଧିଜୀବୀ, ଗ୍ରାମବାସୀ ଓ ସମ୍ପର୍କୀୟମାନେ ଗଭୀର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?