ଦୃଷ୍ଟିବାଧିତ ଶାନ୍ତିଲାଲ ନିର୍ବାଚନ ଲଢ଼ି ପାରିବେ: ସିଭିଲ କୋର୍ଟ

ନୂଆପଡ଼ା,୨।୮(ମକାରୁ ବେମାଲ):୨୦୨୨ ପଞ୍ଚାୟତ ନିର୍ବାଚନରେ ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଗଣ୍ଡାମେର ପଞ୍ଚାୟତ ଅଧୀନ ଦାବ୍ରିପଡାର ଦୃଷ୍ଟିବାଧିତ ଶାନ୍ତିଲାଲ ଶବର ସରପଞ୍ଚ ପ୍ରାର୍ଥୀରୁ ବାଦ୍‌ ପଡିବା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ୨୦୨୨ ସରପଞ୍ଚ ନିର୍ବାଚନକୁ ନୂଆପଡା ସିଭିଲ କୋର୍ଟ ଅବୈଧ ଘୋଷାଣା କରି ପୁନଃ ନିର୍ବାଚନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଥାଉକି, ଶାନ୍ତିଲାଲ ଦୃଷ୍ଟିବାଧିତ ବୋଲି ତାଙ୍କ ନାମାଙ୍କନପତ୍ରକୁ ନିର୍ବାଚନ ଅଧିକାରୀ ଗ୍ରହଣ କରି ନ ଥିଲେ। ତାଙ୍କୁ ନିର୍ବାଚନ ଲଢ଼ି ପାରିବେ ନାହିଁ ବୋଲି କୁହାଯାଇଥିଲା। କିନ୍ତୁ ସେ ୨୦୧୭ ପଞ୍ଚାୟତ ନିର୍ବାଚନ ଲଢି ପରାଜିତ ହୋଇଥିଲେ। ଏହି ନିର୍ବାଚନରେ କାହିଁକି ଲଢିପାରିବେ ନାହିଁ ବୋଲି ଶାନ୍ତିଲାଲ ପ୍ରଶ୍ନ କରିଥିଲେ। ହେଲେ ନିର୍ବାଚନ ଅଧିକାରୀ କୌଣସି କଥା ଶୁଣି ନ ଥିଲେ। ଏହାକୁ ନେଇ ଶାନ୍ତିଲାଲ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ନୂଆପଡା ସିଭିଲ କୋର୍ଟ ସରପଞ୍ଚ ନିର୍ବାଚନ ଅବୈଧ ଘୋଷଣା ପରେ ବୃଦ୍ଧିଜୀବୀ ମହଲରେ ଅନେକ ପ୍ରଶ୍ନ ହେଉଛି। ଯେଉଁ ନିର୍ବାଚନ ଅଧିକାରୀ ମନା କରିଥିଲେ, ତାଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହେଉଛି। ଶାନ୍ତିଲାଲ କହିଛନ୍ତି, ଧର୍ମର ଜୟ ହୋଇଛି। ଦିବ୍ୟାଙ୍ଗମାନଙ୍କ ଜୟ ହୋଇଛି। ମୁଁ ନିର୍ବାଚନ ଲଢି ପାରିବି ବୋଲି କୋର୍ଟ ରାୟ ଦେଇଛନ୍ତି। ଆଗାମୀ ନିର୍ବାଚନରେ ନିଶ୍ଚୟ ପ୍ରାର୍ଥତ୍ପତ୍ର ଦାଖଲ କରି ନିର୍ବାଚନ ଲଢିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?