Posted inଖେଳ

ନିଜ ଆଇପିଏଲ୍‌ ଟିମ୍‌ ପାଇଁ କୋହଲିଙ୍କୁ ଅଧିନାୟକ ଭାବେ ବାଛିଲେ ସେହଓ୍ବାଗ, ପ୍ରଶଂସକଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୧୩।୧୧: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ଟିମ୍‌ ପଞ୍ଚମ ଥର ପାଇଁ ଟାଇଟଲ ହାସଲ କରି ରେକର୍ଡ କରିଛନ୍ତି। ଏହି ଟୁର୍ନାମେଣ୍ଟରେ ଅନେକ ଜଣାଶୁଣା ତଥା ଉଦୀୟମାନ ଖେଳାଳି ଭଲ ପ୍ରଦର୍ଶନ କରିଥିଲେ। ଏହାଛଡ଼ା ଅନେକ ଆନ୍ତର୍ଜାତୀୟ ଖେଳାଳି ପୂର୍ବବତ୍‌ ଟୁର୍ନାମେଣ୍ଟରେ ନିଜର ଦବ୍‌ଦବା ଜାହିର କରିଥିଲେ। ତେବେ ନିକଟରେ ପୂର୍ବତନ ବିସ୍ଫୋରକ ଭାରତୀୟ ଓପନର୍‌ ବିରେନ୍ଦ୍ର ସେହୱାଗ ଆଇପିଏଲ୍‌ ୨୦୨୦ ପାଇଁ ତାଙ୍କର ସର୍ବୋତ୍ତମ ଦଳ ଚୟନ କରିଥିଲେ। ବିରୁ ତାଙ୍କ ଦଳର ଅଧିନାୟକ ଭାବେ ବିରାଟ କୋହଲିଙ୍କୁ ବାଛି ସମସ୍ତଙ୍କୁ ଚମକାଇ ଦେଇଛନ୍ତି।

ସେହୱାଗ ନିଜ ଟିମ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରରୁ ୪ ଜଣ, କିଙ୍ଗସ ଏକାଦଶ ପଞ୍ଜାବର ୨ ଜଣ, ମୁମ୍ବାଇ ଇଣ୍ଡିଆନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସରୁ ଜଣେ ଖେଳାଳିଙ୍କୁ ଦଳରେ ଚୟନ କରିଛନ୍ତି। ଆଇପିଏଲ ନିୟମକୁ ଧ୍ୟାନରେ ରଖି ବିରୁ ଦଳରେ ୭ ଜଣ ଭାରତୀୟ ଏବଂ ୪ ଜଣ ବିଦେଶୀ ଖେଳାଳିଙ୍କୁ ଚୟନ କରିଥିଲେ।

ବିରେନ୍ଦର ସେହୱାଗଙ୍କ ଆଇପିଏଲ୍‌-୨୦୨୦ ଶ୍ରେଷ୍ଠ ଦଳ:
କେ.ଏଲ୍‌ ରାହୁଲ (କିଙ୍ଗସ ଏକାଦଶ ପଞ୍ଜାବ)
ଦେବଦତ୍ତ ପାଦିକ୍କାଲ (ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର)
ସୂର୍ଯ୍ୟକୁମାର ଯାଦବ (ମୁମ୍ବାଇ ଇଣ୍ଡିଆନ୍ସ)
ବିରାଟ କୋହଲି (କ୍ୟାପଟେନ) (ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର)
ଡେଭିଡ ୱାର୍ନର (ସନରାଇଜର୍ସ ହାଇଦ୍ରାବାଦ)
ଏବି ଡି ଭିଲିୟର୍ସ (ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର)
ରସିଦ ଖାନ (ସନରାଇଜର୍ସ ହାଇଦ୍ରାବାଦ)
ୟୁଜଭେନ୍ଦ୍ର ଚହଲ (ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର)
କାଗିସୋ ରାବାଡା (ଦିଲ୍ଲୀ ରାଜଧାନୀ)
ଜସପ୍ରୀତ ବୁମ୍ରା (ମୁମ୍ବାଇ ଇଣ୍ଡିଆନ୍ସ)
ମହମ୍ମଦ ଶାମି (କିଙ୍ଗସ ଏକାଦଶ ପଞ୍ଜାବ)


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri