Posted inଖେଳ

ସେହ୍ବାଗଙ୍କ ବଡ଼ ଭବିଷ୍ୟବାଣୀ: ଏହି ଦଳ ଜିତିବ ଆଇପିଏଲ ୨୦୨୧ ଟାଇଟଲ୍‌

ୟୁଏଇ,୧୯।୯: ଆଜିଠାରୁ ୟୁଏଇରେ ଆଇପିଏଲ ୨୦୨୧ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେଉଛି । ଏହି ବଡ ଲିଗ ଚଳିତ ବର୍ଷ ଏପ୍ରିଲ ମାସରେ ଭାରତରେ ଆରମ୍ଭ ହୋଇଥିଲା। କିନ୍ତୁ କରୋନା ଦ୍ୱିତୀୟ ଲହର ହେତୁ ଏହାକୁ ୪ ମେ ମଧ୍ୟଭାଗରେ ବନ୍ଦ କରିଦିଆଗଲା। ଆଜି ଦ୍ୱିତୀୟାର୍ଦ୍ଧର ପ୍ରଥମ ମ୍ୟାଚରେ- ୫ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ମହେନ୍ଦ୍ର ସିଂ ଧୋନୀଙ୍କ ସିଏସକେ ମୁହାଁମୁହିଁ ହେବେ। ଚଳିତ ବର୍ଷର ଆଇପିଏଲ ବିଜେତା ବିଷୟରେ ଅନେକ ଖେଳାଳି ପୂର୍ବାନୁମାନ କରିଛନ୍ତି। ଏହି ସମୟରେ ପୂର୍ବତନ ଟିମ ଇଣ୍ଡିଆର ଓପନର୍‌ ବୀରେନ୍ଦ୍ର ସେହ୍ବାଗ ମଧ୍ୟ ଏକ ଭବିଷ୍ୟବାଣୀ କରିଛନ୍ତି। ଚଳିତ ବର୍ଷ ଆଇପିଏଲ ଜିତିଥିବା ଦୁଇ ଦଳ ବିଷୟରେ ସେହ୍ବାଗ କହିଛନ୍ତି, ତାଙ୍କ ଅନୁଯାୟୀ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ବର୍ଷ ଚାମ୍ପିୟନ ହେବାକୁ ସବୁଠୁ ବଡ ପ୍ରତିଦ୍ୱନ୍ଦ୍ୱୀ। ସୂଚନାଯୋଗ୍ୟ ଯେ, ଗତ ବର୍ଷ ମଧ୍ୟ ୟୁଏଇରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଏବଂ ଦିଲ୍ଲୀ ରାଜଧାନୀ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯାଇଥିଲା। ସେହ୍ବାଗ ବିଶ୍ୱାସ କରନ୍ତି ଯେ, ପ୍ରଥମାର୍ଦ୍ଧରେ ଚମତ୍କାର ପ୍ରଦର୍ଶନ କରିଥିବା ସିଏସକେ ଦ୍ୱିତୀୟାର୍ଦ୍ଧରେ ଅଧିକ କିଛି କରିପାରିବ ନାହିଁ ଏବଂ ଟାଇଟଲ ଜିତିବାର ସମ୍ଭାବନା ସ୍ବଳ୍ପ ଅଟେ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri