Posted inଜାତୀୟ

ଜୋଷୀମଠରେ ସ୍ଥାପନ ହେବ ଭୂକମ୍ପ ଅବଲୋକନ ପ୍ରଣାଳୀ…

ନୂଆଦିଲ୍ଲୀ,୧୦।୧ : ଉତ୍ତରାଖଣ୍ଡର ଅନ୍ୟତମ ପ୍ରସିଦ୍ଧ ସହର ଜୋଷୀମଠ କ୍ରମାଗତ ଭାବରେ ଦବିବାରେ ଲାଗିଛି। ହୋଇଥିବା ଭୂସ୍ଖଳନ ମଧ୍ୟରେ କେନ୍ଦ୍ର ସରକାର ମଙ୍ଗଳବାର ଘୋଷଣା କରିଛନ୍ତି ଯେ ଏଠାରେ ଏକ ମାଇକ୍ରୋ ସେସମିକ ପର୍ଯ୍ୟବେକ୍ଷଣ ବ୍ୟବସ୍ଥା(ଭୂକମ୍ପ ଅବଲୋକନ ପ୍ରଣାଳୀ) ସ୍ଥାପନ କରାଯିବ। ଇଣ୍ଡୋ ୟୁକେ ୱାର୍କସପ ଅଫ ଜିଓ ସାଇନ୍ସରେ ଯୋଗଦେଇ ଜମି, ବିଜ୍ଞାନ ମନ୍ତ୍ରୀ ଜିତେନ୍ଦ୍ର ସିଂ ଏହି ସୂଚନା ଦେଇଛନ୍ତି। ବୁଧବାର ଠାରୁ ମାଇକ୍ରୋ ସେସମିକ ପର୍ଯ୍ୟବେକ୍ଷଣ ବ୍ୟବସ୍ଥା ସ୍ଥାପନ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି।

କର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ କହିଛନ୍ତି ଯେ ଜୋଷୀମଠ ଅତ୍ୟଧିକ ସମ୍ବେଦନଶୀଳ ଭୂକମ୍ପ ଜୋନ ପାଞ୍ଚରେ ରହିଛି। ଏଠାରେ କ୍ରମାଗତ ଭାବେ ଭୂକମ୍ପ ହୋଇଥାଏ। ଉଛି। ଏହି କାରଣରୁ, ଏହି ଅଞ୍ଚଳରେ ସାମାନ୍ୟ ଭୂକମ୍ପ ହେଉଛି। କୁହାଯାଉଛି ଯେ ଏହି ସାମାନ୍ୟ ଭୂକମ୍ପ ଯୋଗୁଁ ଜୋଷୀମଠରେ ଥିବା ପଥରର ଶକ୍ତି ହ୍ରାସ ପାଉଛି। ପାହାଡ଼ରୁ ପ୍ରବାହିତ ହେଉଥିବା ନଦୀ ଜଳ ଯୋଗୁ ଜୋଷୀମଠ ଅଞ୍ଚଳର ଜମିରେ ଖାଲ ସୃଷ୍ଟି ହେବାରେ ଲାଗିଛି।

କେନ୍ଦ୍ର ମନ୍ତ୍ରୀ କହିଛନ୍ତି ଯେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଜୋଷୀମଠ ସମେତ ୧୦୦ ଟି ସ୍ଥାନରେ ବିଜ୍ଞାନ ମନ୍ତ୍ରଣାଳୟ ମାଇକ୍ରୋସେସମିକ ପର୍ଯ୍ୟବେକ୍ଷଣ ବ୍ୟବସ୍ଥା ସ୍ଥାପନ କରିବ। ଗତ ଦୁଇ ବର୍ଷ ମଧ୍ୟରେ ସାରା ଦେଶରେ ୩୭ ଟି ପର୍ଯ୍ୟବେକ୍ଷଣ ବ୍ୟବସ୍ଥା ସ୍ଥାପନ କରାଯାଇଛି। ଏହା ସାହାଯ୍ୟରେ ଭୂକମ୍ପର ପ୍ରକୃତ ସମୟ ତଥ୍ୟ ଉପଲବ୍ଧ ହୋଇପାରିଥାଏ।

ଜିତେନ୍ଦ୍ର ସିଂ କହିଛନ୍ତି ଯେ ପୃଥିବୀର ଭୂତଳ ଏବଂ ଉପ-ଆସ୍ତରଣ ସ୍ତରର କ୍ଷତି ପ୍ରକ୍ରିୟା ଉପରେ ଗବେଷଣା ବୃଦ୍ଧି କରିବାର ଜରୁରୀ ଆବଶ୍ୟକତା ରହିଛି। ସେ କହିଛନ୍ତି ଯେ ଭାରତରେ ପ୍ରାକୃତିକ ବିପର୍ଯ୍ୟୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି, ଯାହାକୁ ରୋକିବା ପାଇଁ ରଣନୀତି ପ୍ରସ୍ତୁତ କରିବା ଆବଶ୍ୟକ। ବିଗତ ୫୦ ବର୍ଷ ମଧ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଅଧ୍ୟୟନ କରିବାରେ ଅନେକ କାର୍ଯ୍ୟ କରାଯାଇଛି। ଭବିଷ୍ୟତରେ ଏହାକୁ ଆହୁରି ବୃଦ୍ଧି କରିବା ପାଇଁ ଅନ୍ତର୍ଜାତୀୟ ସହଯୋଗ ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri