୫୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୪ ଗିରଫ

ଖୋର୍ଦ୍ଧା ଅଫିସ,୮ା୨: ଖୋର୍ଦ୍ଧା ଆଦର୍ଶ ପୋଲିସକୁ ମିଳିଛି ବଡ଼ ସଫଳତା। ୧୬ ନଂ ଜାତୀୟ ରାଜପଥ ତୋଟାପଡ଼ା ଛକରେ ଚଢ଼ାଉ କରି ୫୬୦ ଗ୍ରାମର ବ୍ରାଉନସୁଗାର ଜବତ କରିଛନ୍ତି।
ଜବତ ବ୍ରାଉନସୁଗାରର ମୂଲ୍ୟ ୫୬ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ସଦରଥାନା ଅନ୍ତର୍ଗତ ଗୋଟିଏ ପରିବାରର ରାମଚଣ୍ଡୀ ଦୁର୍ଗାପ୍ରସାଦ ଗ୍ରାମର ସୁଷମା ମଲିକ (୩୬), ତାଙ୍କ ସ୍ବାମୀ ଶିବ ମଲିକ (୪୨), ପୁଅ ଜୟପ୍ରକାଶ ମଲିକ ଓରଫ ବଳିଆ (୨୧) ଏବଂ ନୟାଗଡ଼ ଜିଲା ରଣପୁର ଥାନା ମହତପଲା ଗ୍ରାମର ପ୍ରତାପ କୁମାର ମହାପାତ୍ର(୩୩)। ଏକ ଅଟୋ (ନଂ-ଓଡି ୦୨-ବିକେ-୨୦୯୮)କୁ ଜବତ କରାଯାଇଥିବା ଏସିପିଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ସିଦ୍ଧାର୍ଥ କଟ୍ଟାରିଆ ପ୍ରକାଶ କରିଛନ୍ତି।

ତୋଟାପଡ଼ା ଛକଠାର ବ୍ରାଉନସୁଗାର ଡିଲ୍‌ ହେଉଥିବା ଖବର ବିଶେଷସୂତ୍ରରୁ ପାଇ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଆଦର୍ଶଥାନା ପୋଲିସ ଚଢ଼ାଉ କରିଥିଲା। ତୋଟାପଡ଼ା ଛକ ନିକଟରେ ଡିଲ୍‌ ଚାଲିଥିବା ଖବରପାଇ ପୋଲିସ ଚଢ଼ାଉ କରିଥିଲା। ଏନେଇ ଏନ୍‌ଡିପିଏସ୍‌ ଆକ୍ଟରେ ଏକ ମାମଲା(ନଂ ୮୬/୨୩) ରୁଜୁ କରାଯାଇ କୋର୍ଟ ଚାଲାଣ କରିଛି ବୋଲି ଏସ୍‌ପି କହିଥିଲେ। ଏହି ଖବରଦାତା ସମ୍ମିଳନୀରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁରେନ୍ଦ୍ରନାଥ ମୁର୍ମୁ, ଏସ୍‌ଡିପିଓ ଦିଲୀପ କୁମାର ଦାସ, ଭାରପ୍ରାପ୍ତ ଆଦର୍ଶଥାନା ଅଧିକାରୀ ତାରିକ ଅହମ୍ମଦ, ଅତିରିକ୍ତ ଥାନାଧିକାରୀ କାହ୍ନୁଚରଣ ସ୍ବାଇଁ, ଏସ୍‌ଆଇ ସୁନୀତା ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri