୧୦୫କେଜି ଗଞ୍ଜେଇ ଜବତ: ବନ୍ଧାହେଲେ ୭ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୧୦।୪: ଗଜପତି ଜିଲା ମୋହନା ଅଞ୍ଚଳରୁ ବ୍ରହ୍ମପୁର ଦେଇ ଗଞ୍ଜେଇ ଚାଲାଣ କରୁଥିବା ଏକ ର଼୍ୟାକେଟ୍‌କୁ ଅବକାରୀ ଟିମ୍‌ ଧରିବାରେ ସଫଳ ହୋଇଛି। ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ଗୋଇନ୍ଦା ବିଭାଗକୁ ଖବର ମିଳିଥିଲା। ଏନେଇ ଅବକାରୀ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ କୁବେର ସେଠୀଙ୍କ ନେତୃତ୍ୱରେ ଦୁଇଟି ଟିମ୍‌ ଗଠନ ହୋଇଥିଲା। ସହରର ବିଭିନ୍ନ ସ୍ଥାନରେ ଚଢ଼ାଉକରାଯାଇ ୧୦୫ କେଜି ଗଞ୍ଜେଇ, ଗୋଟିଏ କାର, ଗୋଟିଏ ସ୍କୁଟି ସହ ଘଟଣାରେ ସମ୍ପୃକ୍ତ ୭ ଜଣଙ୍କୁ ଗିରଫ କରାଯାଇଛି। ୭ଟି ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି ବୋଲି ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ସେଠୀ ସୂଚନା ଦେଇଛନ୍ତି। ଜବତ ଗଞ୍ଜେଇ ଓ ଗାଡ଼ିର ମୂଲ୍ୟ ୨୧ଲକ୍ଷ ୫୦ହଜାର ଟଙ୍କା ହେବ ବୋଲି ସେ କହିଛନ୍ତି।

ଘଟଣାରୁ ପ୍ରକାଶ ଯେ, ଅବକାରୀ ଟିମ୍‌ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ରବିବାର ଏକ କାର ନମ୍ବର (ଓଡି୦୫ୟୁ-୨୩୧୫) କୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ କାର ଭିତରୁ ୭୫ କେଜି ଗଞ୍ଜେଇ ମିଳିଥିଲା। ଏନେଇ ଅବକାରୀ ଟିମ୍‌ ପୋଡ଼ାମାରି ଗ୍ରାମର ଦୀପକ ନାୟକ(୧୮)ଙ୍କୁ କାବୁକରି ନେଇଥିଲା। ଏନେଇ ଏକ ମାମଲା(୯/୨୩-୨୪) ରୁଜୁ ହୋଇଥିଲା। ପରେ ଦୀପକଙ୍କ ବୟାନକୁ ଆଧାରକରି ଅବକାରୀ ଟିମ୍‌ ବିହାର ଅଞ୍ଚଳର ଭଗବାନ ରାମ(୬୦)ଙ୍କୁ ଧରିବା ସହ ତାଙ୍କ ନିକଟରୁ ୫ କେଜି ଗଞ୍ଜେଇ ଜବତ କରିଥିଲ।

ସେହିପରି ବିହାରର ଦୁର୍ଗେଶ କୁମାର ପାଣ୍ଡେ(୧୯)ଙ୍କଠାରୁ ୫ କେଜି ଏବଂ ମନୁ ଦୁବେ(୩୨)ଙ୍କ ନିକଟରୁ ୫ କେଜି ଗଞ୍ଜେଇ ଜବତ ହୋଇଥିବା ବେଳେ ବ୍ରହ୍ମାନନ୍ଦ ରାଜବରଙ୍କଠାରୁ ୫ କେଜି ଗଞ୍ଜେଇ, ରୋହିତ କୁମାରଙ୍କଠାରୁ ୫କେଜି ଗଞ୍ଜେଇ ଓ ନୟାଗଡ଼ ଜିଲା ଦଶପଲ୍ଲାର ଅଲେଖ ବେହେରାଙ୍କ ସ୍କୁଟିରୁ ୫ କେଜି ଗଞ୍ଜେଇ ଜବତ କରାଯାଇଥିଲା। ଅଭିଯୁକ୍ତଙ୍କୁ ଜେରା ବେଳେ ସେମାନେ ଉକ୍ତ ଗଞ୍ଜେଇ ମୋହନାରୁ ବ୍ରହ୍ମପୁର ଦେଇ ବିହାର ଚାଲାଣ କରିଥାନ୍ତେ ବୋଲି ଜଣାପଡ଼ିଛି। ଏନେଇ ଅବକାରୀ ବିଭାଗ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି। ଚଢ଼ାଉରେ ଅବକାରୀ ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ, ଏସ୍‌ଆଇ ଅଜିତ କୁମାର ନାୟକ, ଡ. ଅଶୋକ କୁମାର ସାହୁ, ଏଏସ୍‌ଆଇ ଅନ୍ତର୍ଯ୍ୟାମୀ ସାହୁ, କନଷ୍ଟେବଲ କପିଳାସ ଭତ୍ରା, ବଳରାମ ଜେନା, କୁମୁଦ ପ୍ରଧାନ ଓ ସନ୍ତୋଷ କୁମାର ନାୟକ, ସରୋଜ ସ୍ବାଇଁ, ଶୁଭମ୍‌ ସ୍ବାଇଁ ପ୍ରମୁଖ ସାମିଲ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri