୧୦୫କେଜି ଗଞ୍ଜେଇ ଜବତ: ବନ୍ଧାହେଲେ ୭ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୧୦।୪: ଗଜପତି ଜିଲା ମୋହନା ଅଞ୍ଚଳରୁ ବ୍ରହ୍ମପୁର ଦେଇ ଗଞ୍ଜେଇ ଚାଲାଣ କରୁଥିବା ଏକ ର଼୍ୟାକେଟ୍‌କୁ ଅବକାରୀ ଟିମ୍‌ ଧରିବାରେ ସଫଳ ହୋଇଛି। ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ଗୋଇନ୍ଦା ବିଭାଗକୁ ଖବର ମିଳିଥିଲା। ଏନେଇ ଅବକାରୀ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ କୁବେର ସେଠୀଙ୍କ ନେତୃତ୍ୱରେ ଦୁଇଟି ଟିମ୍‌ ଗଠନ ହୋଇଥିଲା। ସହରର ବିଭିନ୍ନ ସ୍ଥାନରେ ଚଢ଼ାଉକରାଯାଇ ୧୦୫ କେଜି ଗଞ୍ଜେଇ, ଗୋଟିଏ କାର, ଗୋଟିଏ ସ୍କୁଟି ସହ ଘଟଣାରେ ସମ୍ପୃକ୍ତ ୭ ଜଣଙ୍କୁ ଗିରଫ କରାଯାଇଛି। ୭ଟି ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି ବୋଲି ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ସେଠୀ ସୂଚନା ଦେଇଛନ୍ତି। ଜବତ ଗଞ୍ଜେଇ ଓ ଗାଡ଼ିର ମୂଲ୍ୟ ୨୧ଲକ୍ଷ ୫୦ହଜାର ଟଙ୍କା ହେବ ବୋଲି ସେ କହିଛନ୍ତି।

ଘଟଣାରୁ ପ୍ରକାଶ ଯେ, ଅବକାରୀ ଟିମ୍‌ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ରବିବାର ଏକ କାର ନମ୍ବର (ଓଡି୦୫ୟୁ-୨୩୧୫) କୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ କାର ଭିତରୁ ୭୫ କେଜି ଗଞ୍ଜେଇ ମିଳିଥିଲା। ଏନେଇ ଅବକାରୀ ଟିମ୍‌ ପୋଡ଼ାମାରି ଗ୍ରାମର ଦୀପକ ନାୟକ(୧୮)ଙ୍କୁ କାବୁକରି ନେଇଥିଲା। ଏନେଇ ଏକ ମାମଲା(୯/୨୩-୨୪) ରୁଜୁ ହୋଇଥିଲା। ପରେ ଦୀପକଙ୍କ ବୟାନକୁ ଆଧାରକରି ଅବକାରୀ ଟିମ୍‌ ବିହାର ଅଞ୍ଚଳର ଭଗବାନ ରାମ(୬୦)ଙ୍କୁ ଧରିବା ସହ ତାଙ୍କ ନିକଟରୁ ୫ କେଜି ଗଞ୍ଜେଇ ଜବତ କରିଥିଲ।

ସେହିପରି ବିହାରର ଦୁର୍ଗେଶ କୁମାର ପାଣ୍ଡେ(୧୯)ଙ୍କଠାରୁ ୫ କେଜି ଏବଂ ମନୁ ଦୁବେ(୩୨)ଙ୍କ ନିକଟରୁ ୫ କେଜି ଗଞ୍ଜେଇ ଜବତ ହୋଇଥିବା ବେଳେ ବ୍ରହ୍ମାନନ୍ଦ ରାଜବରଙ୍କଠାରୁ ୫ କେଜି ଗଞ୍ଜେଇ, ରୋହିତ କୁମାରଙ୍କଠାରୁ ୫କେଜି ଗଞ୍ଜେଇ ଓ ନୟାଗଡ଼ ଜିଲା ଦଶପଲ୍ଲାର ଅଲେଖ ବେହେରାଙ୍କ ସ୍କୁଟିରୁ ୫ କେଜି ଗଞ୍ଜେଇ ଜବତ କରାଯାଇଥିଲା। ଅଭିଯୁକ୍ତଙ୍କୁ ଜେରା ବେଳେ ସେମାନେ ଉକ୍ତ ଗଞ୍ଜେଇ ମୋହନାରୁ ବ୍ରହ୍ମପୁର ଦେଇ ବିହାର ଚାଲାଣ କରିଥାନ୍ତେ ବୋଲି ଜଣାପଡ଼ିଛି। ଏନେଇ ଅବକାରୀ ବିଭାଗ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି। ଚଢ଼ାଉରେ ଅବକାରୀ ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ, ଏସ୍‌ଆଇ ଅଜିତ କୁମାର ନାୟକ, ଡ. ଅଶୋକ କୁମାର ସାହୁ, ଏଏସ୍‌ଆଇ ଅନ୍ତର୍ଯ୍ୟାମୀ ସାହୁ, କନଷ୍ଟେବଲ କପିଳାସ ଭତ୍ରା, ବଳରାମ ଜେନା, କୁମୁଦ ପ୍ରଧାନ ଓ ସନ୍ତୋଷ କୁମାର ନାୟକ, ସରୋଜ ସ୍ବାଇଁ, ଶୁଭମ୍‌ ସ୍ବାଇଁ ପ୍ରମୁଖ ସାମିଲ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri