ଜବତ ୫୦ ଲକ୍ଷ ଟଙ୍କାର ମଦ ଧରି ଫେରାର୍‌ ହୋଇଗଲେ ଅଭିଯୁକ୍ତ

ପୁନେ, ୩।୧୦: ମହାରାଷ୍ଟ୍ରରେ ଅବକାରୀ ପୋଲିସ ଦ୍ୱାରା ଜବତ ୫୦ ଲକ୍ଷ ଟଙ୍କାର ବେଆଇନ ମଦ ଭର୍ତ୍ତି ଏକ କଣ୍ଟେନରକୁ ନେଇ ଅଭିଯୁକ୍ତମାନେ ଫେରାର୍‌ ହୋଇଯାଇଛନ୍ତି। ତଳେଗାଓଁ ପୋଲିସ ପକ୍ଷରୁ ଏହି ଘଟଣାରେ ୭ଜଣ ଲୋକଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।
ଅବକାରୀ ପୋଲିସ ପକ୍ଷରୁ ଗୁରୁବାର ରାତିରେ ମୁମ୍ବାଇ-ପୁନେ ଏକ୍ସପ୍ରେସ ଓ୍ବେ’ରେ ରେଡ୍‌ କରାଯାଇଥିଲା। ଏହି ସମୟରେ ଏମ୍‌ଏଚ୍‌ ୨୦ଡିଇ ୦୨୦୭ ନମ୍ବର ବିଶିଷ୍ଟ ଏକ କଣ୍ଟେନରରେ ବେଆଇନ ମଦ ଜବତ କରାଯାଇଥିଲା। ଯାହାର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଏହାପରେ ଅବକାରୀ ଅଧିକାରୀମାନେ କଣ୍ଟେନରକୁ ନେଇ କାର୍ଯ୍ୟାଳୟକୁ ଆସିଥିଲେ। କିନ୍ତୁ ରାତି ସାଢ଼େ ଗୋଟାଏ ସମୟରେ ୨ଟି କାରରେ କିଛି ଅଜ୍ଞାତ ବ୍ୟକ୍ତି ଅବକାରୀ ଅଫିସରେ ପହଞ୍ଚିଥିଲେ। ସେଠାରେ ସେମାନେ ଅବକାରୀ କର୍ମଚାରୀଙ୍କୁ ର୍ଦୁବ୍ୟବହାର ଓ ଆକ୍ରମଣ କରି ମଦ ଭର୍ତ୍ତି କଣ୍ଟେନରଟିକୁ ନେଇ ପଳାଇଥିଲେ। ପରେ ଅବକାରୀ ବିଭାଗ ପକ୍ଷରୁ ଏନେଇ ତଳେଗାଁଓ ପୋଲିସ ଷ୍ଟେସନରେ ୭ଜଣଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଇନ୍‌ପେକ୍ଟର ଶାହଜୀ ପାଓ୍ବାର କହିଛନ୍ତି, ‘ଏହା ଏକ ଗୁରୁତର ମାମଲା। ଯେଉଁଠାରେ ଅପରାଧିମାନେ ସରକାରୀ କର୍ମଚାରୀଙ୍କୁ ସରକାରୀ କର୍ତ୍ତବ୍ୟ ପାଳନ କରିବାରେ ବାଧା ପହଞ୍ଚାଇଛନ୍ତି। ସେମାନଙ୍କ ସବିଶେଷ ତଥ୍ୟ ମିଳି ସାରିଛି। ଖୁବ୍‌ଶୀଘ୍ର ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ।’


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri