Posted inଜାତୀୟ

ବିଧାୟକଙ୍କ ଠାରୁ ଟଙ୍କା ଜବତ, ଇଡି ଚୁପ୍‌ କାହିଁକି …

କୋଲକାତା,୧।୮ : କଂଗ୍ରେସ ବିଧାୟକଙ୍କ ନିକଟରୁ ଜବତ ହୋଇଥିବା ନଗଦ ଟଙ୍କା ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ର ନୀରବତା ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମସି) ପ୍ରଶ୍ନ କରିଛି। ଏସମ୍ପର୍କରେ ଗୋଟିଏ ପରେ ଗୋଟିଏ ଟିଏମସିର ଟୁଇଟର ହ୍ୟାଣ୍ଡେଲରୁ ଅନେକ ଟୁଇଟ କରାଯାଇଥିଲା। ଏକ ଟୁଇଟରେ କୁହାଯାଇଛି, ଝାଡଖଣ୍ଡର ତିନି ଜଣ କଂଗ୍ରେସ ବିଧାୟକଙ୍କଠାରୁ ବିପୁଳ ପରିମାଣର ନଗଦ ଟଙ୍କା ଜବତ ଅନେକ ପ୍ରଶ୍ନ ସୃଷ୍ଟି କରିଛି।

ଆମେ ଦେଖିଛୁ ଭାଜପା କିପରି ଅଗଣତାନ୍ତ୍ରିକ ଭାବେ ନିର୍ବାଚିତ ସରକାରଗୁଡିକୁ କ୍ଷମତାଚ୍ୟୁତ କରୁଛି। ଏହି ଘଟଣା ବର୍ତ୍ତମାନ ଝାଡଖଣ୍ଡରେ ପୁନରାବୃତ୍ତି ହେବାକୁ ଯାଉଛି କି ବୋଲି ପ୍ରଶ୍ନ କରାଯାଇଛି। ତୃଣମୂଳ କଂଗ୍ରେସ ଏହି ଘଟଣାର ସ୍ବଚ୍ଛ ତଦନ୍ତ ଦାବି କରିଛି। ଟିଏମସି କହିଛି, ଆଶ୍ଚର୍ଯ୍ୟଜନକ ଯେ ଜବତ ହୋଇଥିବା ଅର୍ଥର ଉତ୍ସ ଏପର୍ଯ୍ୟନ୍ତ ଜଣାପଡି ନାହିଁ। ଆମେ ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ କଥା ଶୁଣୁଛୁ ଯେ ଝାଡଖଣ୍ଡ ସରକାର କ୍ଷମତାଚ୍ୟୁତ ହେବେ। ଏହି ମାମଲାର ଯାଞ୍ଚ୍‌ କରିବା ପାଇଁ ଏହା ପ୍ରର୍ଯ୍ୟାପ୍ତ ନୁହେଁ କି ବୋଲି ପଚରାଯାଇଛି।

ମମତା ବାନାର୍ଜୀଙ୍କ ଦଳ ବିଧାନସଭାର ବିରୋଧୀଦଳର ନେତା ଶୁଭେନ୍ଦୁ ଅଧିକାରୀଙ୍କ ଭୂମିକା ଯାଞ୍ଚ ପାଇଁ ଦାବି କରିଛି। ଅଧିକାରୀ ଜଣକ କହିଥିଲେ ଯେ ମହାରାଷ୍ଟ୍ର ପରେ ଏବେ ଝାଡଖଣ୍ଡ, ରାଜସ୍ଥାନ ଏବଂ ପଶ୍ଚିମବଙ୍ଗର ପାଳି।
ଟିଏମସି ମଧ୍ୟ ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କ ବିରୋଧରେ ଇଡିଙ୍କ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗ ଉଠାଇଛି। ବିରୋଧୀ ଦଳଙ୍କ ସ୍ବରକୁ ଦମନ କରିବାକୁ କେନ୍ଦ୍ରର ଶାସକ ଭାଜପାର ଏହା ଏକ ପ୍ରୟାସ ବୋଲି ଟିଏମ୍‌ସି କହିଛି। ଟିଏମସି ଏମ୍‌ପି ଶାନ୍ତନୁ ସେନ ଇଡି ଚଢ଼ାଉକୁ ନିନ୍ଦା କରିବା ସହ ଏହାକୁ ପ୍ରତିଶୋଧ ରାଜନୀତି ବୋଲି କହିଛନ୍ତି। ସଂସଦ ଭିତରେ ଓ ବାହାରେ ବିରୋଧୀଙ୍କ ସ୍ବରକୁ ଦମନ କରିବାକୁ ଏହା ଏକ ପ୍ରୟାସ। ସଂସଦ ଭିତରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଏମ୍‌ପିମାନଙ୍କୁ ନିଲମ୍ବନ କରୁଥିବାବେଳେ ବାହାରେ ବିରୋଧୀ ଦଳର ନେତାମାନଙ୍କୁ ଭୟଭୀତ କରିବା ପାଇଁ କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର କରାଯାଉଥିବା ଟିଏମ୍‌ସି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri