Posted inଖେଳ

‘ସିଜିଂ ଦି ଅପର୍ଚୁନିଟି’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ୧୭।୧୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହେବାକୁ ଯାଉଛି ହକି ବିଶ୍ୱକପ୍‌। ଏହି ମେଗା ପ୍ରତିଯୋଗିତା କ୍ରମେ ପାଖେଇ ଆସୁଥିବାରୁ ହକି ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରାଜ୍ୟରେ ଏବେ ହକି ଫିଭର। ବିଶ୍ୱକପ୍‌ର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ଡ୍ରାଗ୍‌ ଫ୍ଲିକରଙ୍କ ଭୂମିକା ଉପରେ ରଚନା କରାଯାଇଥିବା ପୁସ୍ତକ ‘ସିଜିଂ ଦି ଅପର୍ଚୁନିଟି’ ଉନ୍ମୋଚିତ ହୋଇଯାଇଛି। ଏହି ପୁସ୍ତକର ରଚୟିତା ହେଉଛନ୍ତି ବିଶିଷ୍ଟ କ୍ରୀଡ଼ା ବିଜ୍ଞାନ ବିଶାରଦ ଡ. ସାଜୁ ଜୋସେଫ। ହକି ଆସୋସିଏଶନ ଅଫ୍‌ ଓଡ଼ିଶା ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି, ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ କମିଶନର ତଥା ସଚିବ ଆର. ଭିନିଲ କ୍ରିଷ୍ଣା ସମ୍ମାନିତ ଅତିଥି ଏବଂ ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ସ୍ବତନ୍ତ୍ର ଅତିଥିଭାବେ ଯୋଗଦେଇ ପୁସ୍ତକ ଉନ୍ମୋଚନ କରିଥିଲେ। ରାଜ୍ୟରେ କିଭଳି କ୍ରୀଡ଼ାକୁ ଗୁରୁତ୍ୱ ଦିଆଯାଇ ପ୍ରୋତ୍ସାହନ ପ୍ରଦାନ କରାଯାଉଛି ସେ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ନିଜର ମତ ରଖିଥିଲେ। ରାଉରକେଲାରେ ଦେଶର ସବୁଠାରୁ ବଡ଼ ଏବଂ ଅତ୍ୟାଧୁନିକ ହକି ଷ୍ଟାଡିୟମ ନିର୍ମାଣ ହେଉଛି ବୋଲି ସେ ପ୍ରକାଶ କରିଥିଲେ। ଏହି ଅବସରରେ ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଏବଂ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ଏବଂ ପୁସ୍ତକର ରଚୟିତା ସାଜୁ ଜୋସେଫ ଉପସ୍ଥିତ ଥିଲେ। ହକି ଆସୋସିଏଶନ ଅଫ୍‌ ଓଡ଼ିଶାର ଅନ୍ୟ ଅଧିକାରୀଙ୍କ ସମେତ ଓଡ଼ିଶାର ଚେସ୍‌ କୁଇନ୍‌ ତଥା ଅନ୍ତର୍ଜାତୀୟ ମାଷ୍ଟର ପଦ୍ମିନୀ ରାଉତ, ଖେଳରନତ୍ ପୁରସ୍କାରପ୍ରାପ୍ତ ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତ, ଅଲିମ୍ପିଆନ ଅନୁରାଧା ବିଶ୍ୱାଳ ପ୍ରମୁଖ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ପୂର୍ବତନ ବରିଷ୍ଠ କ୍ରୀଡ଼ା ପ୍ରଶାସକ ଅଶୋକ ମହାନ୍ତି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ରିଷି ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଗ୍ରୀନ୍‌ ଟି’ ଅନୁଷ୍ଠାନ ପକ୍ଷରୁ ଦିଲୀପଙ୍କୁ ରୁପାରେ ଏକ ହକିଷ୍ଟିକ୍‌ ଉପହାର ସ୍ବରୂପ ପ୍ରଦାନ କରାଯାଇଥିଲା।
ହକି ଖେଳରେ ଡ୍ରାଗ୍‌ଫ୍ଲିକର ପୋଜିଶନଟି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବିଶ୍ୱର ସବୁ ହକି ଦଳରେ ସ୍ବତନ୍ତ୍ର ବିଶ୍ୱସ୍ତରୀୟ ଡ୍ରାଗ୍‌ଫ୍ଲିକର ଅଛନ୍ତି। ପେନାଲ୍ଟି କର୍ନର ସମୟରେ ଏମାନଙ୍କ ବଡ଼ ଭୂମିକା ରହିଥାଏ। ସେଥିପାଇଁ ବିଶ୍ୱର ସବୁ ଦଳଗୁଡ଼ିକ ସବ୍‌ଜୁନିୟର ଏବଂ ଜୁନିୟର ସ୍ତରରୁ ଡ୍ରାଗ୍‌ଫ୍ଲିକର ପାଇଁ ସ୍ବତନ୍ତ୍ର ଟ୍ରେନିଂର ବ୍ୟବସ୍ଥା କରିଥାନ୍ତି। ଯେଉଁ ଦଳର ଡ୍ରାଗ୍‌ଫ୍ଲିକର ଯେତେ ଦକ୍ଷ ସେହି ଦଳ ବଡ଼ ପ୍ରତିଯୋଗିତା ସମୟରେ ସେତେ ଫାଇଦାରେ ରହିଥାନ୍ତି। ତେଣୁ ଏହି ପୁସ୍ତକ ହକିକୁ କ୍ୟାରିୟର କରୁଥିବା ଖେଳାଳି ଏବଂ ହକିପ୍ରେମୀଙ୍କ ପାଇଁ ବେଶ୍‌ ଉପାଦେୟ ହେବ ବୋଲି ଅତିଥିମାନେ ପ୍ରକାଶ କରିଛନ୍ତି। ପ୍ରକାଶଯୋଗ୍ୟ ଯେ, କେରଳରେ ଜନ୍ମିତ ଜୋସେଫ ବେଙ୍ଗାଲୁରୁରେ ରହୁଛନ୍ତି। ସେ ହକିରେ ଜଣେ ଏନ୍‌ଆଇଏସ୍‌ କୋଚ୍‌ ଏବଂ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ର ହାଇପରଫର୍ମାନ୍ସ ଡାଇରେକ୍ଟର। ‘ସିଜିଂ ଦି ଅପର୍ଚୁନିଟି’ ହେଉଛି ତାଙ୍କର ପ୍ରଥମ ପୁସ୍ତକ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri