ସମ୍ବଲପୁରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା, ପ୍ରବଳ ଉତ୍ତେଜନା

ସମ୍ବଲପୁର,୨ା୧(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗର ନିଗମ ପକ୍ଷରୁ ସହରରେ ପୁନର୍ବାର ଆରମ୍ଭ ହୋଇଛି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା। ଗୁରୁବାର ସକାଳ ୬ଟାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୂତାପଡ଼ା ଛକରୁ ଧନକଉଡ଼ା ପର୍ଯ୍ୟନ୍ତ ଚାଲିଥିବା ଜବରଦଖଲ ଭୟରେ ମୋତିଝରଣ ଛକରେ ଉଚ୍ଛେଦକାରୀ ଦଳକୁ ସ୍ଥାନୟ ଲୋକଙ୍କ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଫଳରେ ଏଠାରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି।

ତେଣୁ ଜିଲା ପ୍ରଶାସନ ପକ୍ଷରୁ ମୋତିଝରଣ ଛକରୁ ପ୍ରାୟ ୨ ଶହ ମିଟର ପର୍ଯ୍ୟନ୍ତ ବିଶୃଙ୍ଖଳାକୁ ଏଡ଼ାଇବା ପାଇଁ ଭାରତୀୟ ନ୍ୟାୟ ସଂହିତା ଆଇନ ଧାରା ୧୬୩ ଲାଗୁ କରାଯାଇଛି। ଏପରିକି ଏହି ଅଞ୍ଚଳରେ ୫ ଜଣରୁ ଅଧିକ ଲୋକ ଏକାଠି ନ ହେବାକୁ ଡାକବାଜି ଯନ୍ତ୍ର ଜରିଆରେ ଚେତାବନୀ ମଧ୍ୟ ଦିଆଯାଇଛି। ଉତ୍ତେଜନାକୁ ଦୃଷ୍ଟିରେ ରଖି ଏଠାରେ ବ୍ୟାପକ ପୋଲିସ ସୁରକ୍ଷା ବହିନୀଙ୍କୁ ମୁତୟନ କରାଯାଇଛି।

ଘଟଣାସ୍ଥଳରେ ୨ ଅତିରିକ୍ତ ଏସ୍‌ପି, ୨ ଏସ୍‌ଡିଓ, ୫ ଥାନା ଅଧିକାରୀ ଉପସ୍ଥିତ ଥିବା ବେଳେ ୨୦ରୁ ଅଧିକ ପ୍ଲାଟୁନ ପୋଲିସ ସୁରକ୍ଷାକର୍ମୀ ମୁତୟନ ହୋଇଛନ୍ତି। ଘଟଣାସ୍ଥଳରେ ଉତ୍ତରାଞ୍ଚଳ ଆଇଜିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀମାନେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି। ପୋଲିସ ପକ୍ଷରୁ ଜବରଦଖଲ ଉଚ୍ଛେଦ ଚାଲିଥିବା ସ୍ଥାନର ଉଭୟପଟୁ ରାସ୍ତାକୁ ଅବରୋଧ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?