ଜବରଦଖଲ ଉଚ୍ଛେଦରୁ ଉତ୍ତେଜନା : ରାସ୍ତାରେ ଶୋଇଗଲେ

ବଡ଼ମ୍ବା,୧୦।୭(ମାୟାଧର ମଲ୍ଲିକ) : ବଡ଼ମ୍ବା ବ୍ଲକ ପ୍ରଶାସନ ତରଫରୁ ମଙ୍ଗଳବାର ଜବରଦଖଲ ଉଚ୍ଛେଦ କରାଯାଇଛି। ବିଶେଷ କରି ବଡ଼ମ୍ବା ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମୁଖ୍ୟ ରାସ୍ତାପାର୍ଶ୍ୱକୁ ଦୀର୍ଘ ବର୍ଷ ଧରି ଜବରଦଖଲ କରିଥିବା ବ୍ୟବସାୟୀ ଓ ଦୋକାନଘରଗୁଡ଼ିକୁ ଭଙ୍ଗାଯାଇଛି। ବଡ଼ମ୍ବା ଅତିରିକ୍ତ ତହସିଲଦାର ସୁବାସ ଚନ୍ଦ୍ର ମହାନ୍ତିଙ୍କ ନେତୃତ୍ୱ ରେ ଏକ ଟିମ୍‌ ସଦଳବଳେ ଘଟଣାସ୍ଥଳରେ ପହଞ୍ଚତ୍ ସରକାରୀ ସ୍ଥାନରେ ଜବରଦଖଲ କରିଥିବା ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ସ୍ଥାନ ଖାଲି କରିବାକୁ ନିବେଦନ କରିଥିଲେ। ଘଟଣା ସ୍ଥଳରେ ବିଜେଡି ନେତା ସରୋଜ କୁମାର ପଟ୍ଟନାୟକ ଓ ପୂର୍ବତନ ଜିଲା ପରିଷଦ ସଭ୍ୟ ସୂର୍ଯ୍ୟ କିଶୋର ମହାନ୍ତିଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତ୍ତା ପହଞ୍ଚତ୍ ଜବରଦଖଲ ଉଚ୍ଛେଦକୁ ବିରୋଧ କରିବାରୁ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଜବରଦଖଲକାରୀ ବ୍ୟବସାୟୀ ଏହାକୁ ବିରୋଧ କରି ପାଟିତୁଣ୍ଡ କରିଥିଲେ। ଏପରିକି କେତେଜଣ ଦୋକାନୀ ସମ୍ମୁଖ ରାସ୍ତା ଉପରେ ଶୋଇଯାଇଥିଲେ। ସୂଚନା ମୁତାବକ, ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କିଛି ବ୍ୟବସାୟୀ ସରକାରୀ ସ୍ଥାନରେ ଜବରଦଖଲ କରି ବ୍ୟବସାୟ କରୁଥିଲେ ଏନେଇ ଏକ ମାମଲା ମାନ୍ୟବର ଉଚ୍ଚ ନ୍ୟାୟାଳୟରେ କରାଯାଇଥିବା ବେଳେ ଜବରଦଖଲ ଉଚ୍ଛେଦ ହେବା ନେଇ ରାୟ ପ୍ରକାଶ ପାଇଥିଲା। ଏହା ପରେ ପ୍ରଶାସନିକସ୍ତରରେ ମଙ୍ଗଳବାର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏହା ଏକ ଭେଳିକି ସଦୃଶ ଭଳି ମନେହେଉଥିଲା। ସାମାନ୍ୟ କେତୋଟି ଦୋକାନ ଘର ଭଙ୍ଗା ଯାଇଥିବା ବେଳେ ଅନ୍ୟ କିଛି ଦୋକାନ ଗୃହର ଆଜବେଷ୍ଟସ ଖୋଲାଯାଇ ଉଚ୍ଛେଦ ପ୍ରକ୍ରିୟା ବନ୍ଦ କରାଯାଇଥିଲା। ଘଟଣାସ୍ଥଳରେ ଅତିରିକ୍ତ ତହସିଲଦାର ମହାନ୍ତିଙ୍କ ସମେତ ରାଜସ୍ବ ସହାୟକ ଶୈଳେନ୍ଦୁ ଶେଖର ନାୟକ, ସନ୍ତୋଷ କୁମାର ନାୟକ, ରାଜସ୍ବ ନିରୀକ୍ଷକ, ସୁପରଭାଇଜର ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟ ପକ୍ଷରେ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ଆଠଗଡ଼ ଉପଖଣ୍ଡ ପୋଲିସ ଅଧିକାରୀ ରବୀନ୍ଦ୍ର କୁମାର ମଲ୍ଲିକ, ବଡ଼ମ୍ବା ଥାନା ଅଧିକାରୀ ଶିବ ପ୍ରସାଦ ଭଦ୍ର, ଥାନା ଏସ ଆଇ ବିଶ୍ୱବନ୍ଦିତା ସାହୁ, ଉତ୍କଳ କେଶରୀ ପ୍ରଧାନଙ୍କ ସମେତ ଏକ ପ୍ଲାଟୁନ ସଶସ୍ତ୍ର ପୋଲିସ ବାହିନୀ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଅତିରିକ୍ତ ତହସିଲଦାର ମହାନ୍ତିଙ୍କୁ ପଚରାଯିବାରୁ ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ମୁତାବକ ଉଚ୍ଛେଦ କାର୍ଯ୍ୟକ୍ରମ କରାଯାଉଛି। ଏନେଇ ବ୍ୟବସାୟୀମାନେ ନିଜ ଦୋକାନରେ ରଖିଥିବା ସାମଗ୍ରୀ ତଥା ଗୃହ ସରଞ୍ଜାମକୁ ନେଇଯିବାକୁ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri