ବିପଦ ସାଜିଛି ଜବତ ଗାଡ଼ି

ଭୁବନ, ୨।୧୨(ଡି.ଏନ୍‌.ଏ.):ଢେଙ୍କାନାଳ ଜିଲା ଭୁବନ ଥାନା ପୋଲିସ ପକ୍ଷରୁ ଜବତ କରାଯାଉଥିବା ଗାଡ଼ିଗୁଡ଼ିକ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଅସୁରକ୍ଷିତ ଭାବେ ରଖାଯାଉଛି। ଫଳରେ ଥାନା ସମ୍ମୁଖ ଭୁଷଳ ଛକ ଏବେ ଦୁର୍ଘଟଣା ଜୋନ୍‌ରେ ପରିଣତ ହୋଇଛି। ଗୁରୁବାର ସକାଳେ ଥାନା ସମ୍ମୁଖରେ ଏକ ଟ୍ରେଲର ଧକ୍କାରେ ଜଣେ ସ୍କୁଟି (ନଂ. ଓଡି ୦୬ ଜି ୪୫୪୪) ଆରୋହୀ ଗୁରୁତର ହୋଇଛନ୍ତି। ସେ ହେଲେ ଚଣ୍ଡୀପାଳ ଗ୍ରାମର ରବି ବେହେରା (୬୭)। ରବି କୌଣସି କାର୍ଯ୍ୟରେ ଭୁବନ ଯାଉଥିବାବେଳେ ବିପରୀତ ପାର୍ଶ୍ୱରୁ ଆସୁଥିବା ଏକ ଟ୍ରେଲର (ନଂ. ଡବ୍ଲ୍ୟୁବି ୧୧ ଏଫ୍‌ ୦୮୦୭) ଧକ୍କା ଦେଇଥିଲା। ଏଥିରେ ତାଙ୍କ ଗୋଡ଼ ଭାଙ୍ଗିଯିବା ସହ ଶରୀରର ବିଭିନ୍ନ ସ୍ଥାନରେ ଗୁରୁତର ଆଘାତ ଲାଗିଛି। ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ସ୍ଥାନୀୟ ବାସିନ୍ଦା ତାଙ୍କୁ ପ୍ରଥମେ ଭୁବନ ମେଡିକାଲରେ ଭର୍ତ୍ତି କରିଥିଲେ। ଅବସ୍ଥା ଉଦ୍‌ବେଗଜନକ ଥିବାରୁ ପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା। ପୋଲିସର ଖାମଖିଆଲ ମନୋଭାବ ଯୋଗୁ ବାରମ୍ବାର ଏଭଳି ଦୁର୍ଘଟଣା ଘଟୁଛି ବୋଲି ଅଞ୍ଚଳବାସୀ ଅଭିଯୋଗ କରିବା ସହ ଥାନା କର୍ମଚାରୀଙ୍କ ସହ ଯୁକ୍ତିତର୍କ କରିଥିଲେ।
ସ୍ଥାନୀୟ ବାସିନ୍ଦାଙ୍କ କହିବା କଥା, ପୋଲିସ ଜବତ କରି ଆଣୁଥିବା ଗାଡ଼ିଗୁଡ଼ିକୁ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ମନଇଚ୍ଛା ରଖୁଛି। ଫଳରେ ଭୁଷଳରୁ ଥାନା ଛକକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ରାସ୍ତାରେ ଆସୁଥିବା ଯାତ୍ରୀ ବ୍ୟସ୍ତବହୁଳ ଜାତୀୟ ରାଜପଥର ଉଭୟ ପାର୍ଶ୍ୱକୁ ଦେଖିପାରୁନାହାନ୍ତି। ତେଣୁ ଦ୍ରୁତଗତିରେ ଆସୁଥିବା ଭାରିଯାନ ସହ ଦୁର୍ଘଟଣା ଘଟୁଛି। ସମାନ ସ୍ଥାନରେ ସମାନ କାରଣରୁ ଦୀର୍ଘଦିନ ତଳେ ଜଣେ ହୋମଗାର୍ଡଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଏଭଳି ଅଘଟଣା ବାରମ୍ବାର ଘଟୁଛି। ଏ ସଂକ୍ରାନ୍ତରେ ବୁଦ୍ଧିଜୀବୀମାନେ ବିଭିନ୍ନ ସମୟରେ ପୋଲିସ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିବା ସତ୍ତ୍ୱେ ସୁଫଳ ମିଳୁନାହିଁ। ଏହାର ସମାଧାନ ନ ହେଲେ ଆନ୍ଦୋଳନ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ଏ ସଂକ୍ରାନ୍ତରେ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁ କୁହନ୍ତି, ଜବତ ଗାଡ଼ି ରଖିବା ଲାଗି ସୁବିଧା ନ ଥିବାରୁ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରଖାଯାଉଛି। ବୁଧବାର ତହସିଲ ପ୍ରଶାସନ ପକ୍ଷରୁ ଜବତ କରାଯାଇଥିବା ଏକ ହାଇଓ୍ବାକୁ ସେଠାରେ ରଖାଯାଇଥିଲା। ତେଣୁ ଏଭଳି ଦୁର୍ଘଟଣା ଘଟିଛି। ଜବତ ଗାଡ଼ି ରଖିବା ପାଇଁ ସ୍ଥାନ ନିରୂପଣ କରିବା ଲାଗି ବିଭାଗୀୟ ଅଧିକାରୀଙ୍କୁ ଲିଖିତ ଭାବେ ଅବଗତ କରାଯାଇଥିବା ସେ କହିଛନ୍ତି। ଅନ୍ୟପଟେ ଦୁର୍ଘଟଣା ବଢ଼ିବା ପରେ ପୋଲିସ ପକ୍ଷରୁ ସେଠାରେ ଏକ ହମ୍ପ୍‌ସ ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri