୧୦୦ବସ୍ତା ସାର ଜବତ:କୃଷି ଅଧିକାରୀଙ୍କୁ ଘେରିଲେ ମହିଳା

ସିମୁଳିଆ, ୧।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମୁରୁଣା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ୧୦୦ବସ୍ତା ଗ୍ରୋମର ସାର ଜବତକୁ କେନ୍ଦ୍ର କରି ସୋମବାର ପଞ୍ଚାୟତର ବିଭିନ୍ନ ଅଞ୍ଚଳରୁ ୩୦ରୁ ଊର୍ଦ୍ଧ୍ୱ ମହିଳା ସିମୁଳିଆ କୃଷି ବିଭାଗ ଫାଟକ ସମ୍ମୁଖରେ ଧାରଣା ଦେବା ସହିତ ଚାଷ କାମ ପାଇଁ ୧୦୦ବସ୍ତା ଗ୍ରୋମର ସାର ଯୋଗାଇ ଦେବାକୁ ଦାବି କରିଛନ୍ତି। ସନ୍ଧ୍ୟା ପର୍ଯ୍ୟନ୍ତ ସାର ସମସ୍ୟାର ସମାଧାନ ହୋଇପାରିନାହିଁ। ସାର ନ ମିଳିବା ପର୍ଯ୍ୟନ୍ତ ଏହି ଧାରଣା ଚାଲୁ ରହିବ ବୋଲି ମହିଳାମାନେ ସୂଚନା ଦେଇଛନ୍ତି। ଅପରପକ୍ଷେ କୃଷି ଉଚ୍ଚ କର୍ତ୍ତୃପକ୍ଷ ଓ ଜିଲାପାଳ ଏହାର ତଦନ୍ତର ଦାୟିତ୍ୱ ନେଇଥିବାରୁ ତଳସ୍ତରରେ କୌଣସି ସିଦ୍ଧାନ୍ତ ନିଆଯାଇପାରିବ ନାହିଁ ବୋଲି କୃଷି ଅଧିକାରୀ ବିଶ୍ୱଜିତ ପଣ୍ଡା ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଗତ ୨୨ା୭ା୨୨ରାତିରେ ମୁରୁଣା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଶହେ ବସ୍ତା ଗ୍ରୋମର ସାର ରଖାଯିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ପଞ୍ଚାୟତର ଏକ ପୁରୁଣା କୋଠରିକୁ ଗତ ବର୍ଷରୁ ସ୍ଥାନୀୟ ରାଉତପଡା ଅଞ୍ଚଳର ଶଶିକାନ୍ତ ମଲିକ ମାସିକ ୨ଶହ ଟଙ୍କାରେ ଆସନ୍ତା ୫ବର୍ଷ ପାଇଁ ଭଡାରେ ନେଇ ସାରବସ୍ତାଗୁଡିକୁ ରଖାଯାଇଥିଲା। ଗତ ରବିବାର ଏ ସମ୍ପର୍କରେ ଅଭିଯୋଗ ହେବା ପରେ ରାତିରେ ପୋଲିସ, ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝି ଓ କୃଷି ଅଧିକାରୀ ସ୍ଥିତପ୍ରଜ୍ଞ ଖମାରୀ ପହଞ୍ଚତ୍ ଶଶିକାନ୍ତଙ୍କୁ ଡକାଇଥିଲେ। ତେବେ ଶଶିକାନ୍ତ ନ ଆସିବାରୁ ତାଲା ଭଙ୍ଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri