୧୦୦ବସ୍ତା ସାର ଜବତ:କୃଷି ଅଧିକାରୀଙ୍କୁ ଘେରିଲେ ମହିଳା

ସିମୁଳିଆ, ୧।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମୁରୁଣା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ୧୦୦ବସ୍ତା ଗ୍ରୋମର ସାର ଜବତକୁ କେନ୍ଦ୍ର କରି ସୋମବାର ପଞ୍ଚାୟତର ବିଭିନ୍ନ ଅଞ୍ଚଳରୁ ୩୦ରୁ ଊର୍ଦ୍ଧ୍ୱ ମହିଳା ସିମୁଳିଆ କୃଷି ବିଭାଗ ଫାଟକ ସମ୍ମୁଖରେ ଧାରଣା ଦେବା ସହିତ ଚାଷ କାମ ପାଇଁ ୧୦୦ବସ୍ତା ଗ୍ରୋମର ସାର ଯୋଗାଇ ଦେବାକୁ ଦାବି କରିଛନ୍ତି। ସନ୍ଧ୍ୟା ପର୍ଯ୍ୟନ୍ତ ସାର ସମସ୍ୟାର ସମାଧାନ ହୋଇପାରିନାହିଁ। ସାର ନ ମିଳିବା ପର୍ଯ୍ୟନ୍ତ ଏହି ଧାରଣା ଚାଲୁ ରହିବ ବୋଲି ମହିଳାମାନେ ସୂଚନା ଦେଇଛନ୍ତି। ଅପରପକ୍ଷେ କୃଷି ଉଚ୍ଚ କର୍ତ୍ତୃପକ୍ଷ ଓ ଜିଲାପାଳ ଏହାର ତଦନ୍ତର ଦାୟିତ୍ୱ ନେଇଥିବାରୁ ତଳସ୍ତରରେ କୌଣସି ସିଦ୍ଧାନ୍ତ ନିଆଯାଇପାରିବ ନାହିଁ ବୋଲି କୃଷି ଅଧିକାରୀ ବିଶ୍ୱଜିତ ପଣ୍ଡା ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଗତ ୨୨ା୭ା୨୨ରାତିରେ ମୁରୁଣା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଶହେ ବସ୍ତା ଗ୍ରୋମର ସାର ରଖାଯିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ପଞ୍ଚାୟତର ଏକ ପୁରୁଣା କୋଠରିକୁ ଗତ ବର୍ଷରୁ ସ୍ଥାନୀୟ ରାଉତପଡା ଅଞ୍ଚଳର ଶଶିକାନ୍ତ ମଲିକ ମାସିକ ୨ଶହ ଟଙ୍କାରେ ଆସନ୍ତା ୫ବର୍ଷ ପାଇଁ ଭଡାରେ ନେଇ ସାରବସ୍ତାଗୁଡିକୁ ରଖାଯାଇଥିଲା। ଗତ ରବିବାର ଏ ସମ୍ପର୍କରେ ଅଭିଯୋଗ ହେବା ପରେ ରାତିରେ ପୋଲିସ, ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝି ଓ କୃଷି ଅଧିକାରୀ ସ୍ଥିତପ୍ରଜ୍ଞ ଖମାରୀ ପହଞ୍ଚତ୍ ଶଶିକାନ୍ତଙ୍କୁ ଡକାଇଥିଲେ। ତେବେ ଶଶିକାନ୍ତ ନ ଆସିବାରୁ ତାଲା ଭଙ୍ଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ମହଙ୍ଗା ମାଡ଼ରୁ ରକ୍ଷା ନାହିଁ; ସାଇତି ରଖନ୍ତୁ ଟମାଟୋ, ପୁଣି ବଢ଼ିଲା ଦର…

ନୂଆଦିଲ୍ଲୀ,୪ା୭: ରୋଷେଇ ଘରେ ପ୍ରତିଦିନ ବ୍ୟବହାର ହେଉଥିବା ଟମାଟୋ ପୁଣି ଥରେ ଲୋକଙ୍କ ବଜେଟ୍ ଉପରେ ପ୍ରଭାବ ପକାଇବା ଆରମ୍ଭ କଲାଣି। ଦେଶର ଅନେକ ରାଜ୍ୟରେ ଏହାର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ…

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

କୋଲକାତା,୪।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

କାହିଁକି ଆତ୍ମହତ୍ୟା କଲେ IIC: ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ ସିପି

କଟକ, ୪।୭ (ପ୍ରଭୁକଲ୍ୟାଣ ପାଲ): ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ କଟକ-ଭୁବନେଶ୍ୱର ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ପ୍ରତିକ୍ରିୟା ରଖିଛନ୍ତି।…

ବିଧାୟକ ଅଶୋକ ଦାସଙ୍କ ନାଁରେ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ, ସମସ୍ୟାରେ ଥିବା କହି ମାଗୁଛନ୍ତି ଟଙ୍କା

ଭୁବନେଶ୍ୱର, ୪/୭: କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ନାଁରେ ଏକ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲି କିଛି ଅସାମାଜିକ ବ୍ୟକ୍ତି ଟଙ୍କା ମାଗୁଥିବା ଅଭିଯୋଗ ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri