୫୨୦ ଗ୍ରାମ ବ୍ରାଉନସୁଗାର ଜବତ: ଧରାପଡ଼ିଲେ କୋର୍ଟ ପିଅନ

କେନ୍ଦୁଝର,୧୬।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): (୦୩) ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବ୍ରାଉନସୁଗାର କାରବାର ଉପରେ ଧରପଗଡ଼ ଆରମ୍ଭ କରିଛି। ସମ୍ପୃକ୍ତ ଟିମ୍‌ ଟାଉନ୍‌ ପୋଲିସ ସହାୟତାରେ ବ୍ରାଉନସୁଗାର କାରବାର ବେଳେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହିତ ତାଙ୍କଠାରୁ ଏକ କାର୍‌ ଜବତ ହୋଇଛି। ଗିରଫ ଅଭିଯୁକ୍ତ ହେଲେ ଦେବାନନ୍ଦ ସାମଲ(୩୭)। ଦେବାନନ୍ଦ କେନ୍ଦୁଝର ଜୁଡିସିଆଲ କୋର୍ଟରେ ପିଅନ ଭାବେ କାମ କରୁଥିଲେ ବୋଲି ଜଣାପଡିଛି। ଟାଉନ ଥାନା ଅନ୍ତର୍ଗତ ସିଲୁଆଁ ଗ୍ରାମ ନିକଟରୁ ତାଙ୍କୁ ଗିରଫ କରାଯାଇଥିବା ବେଳେ ତାଙ୍କ ନିକଟରୁ ୫୨୦ ଗ୍ରାମର ବ୍ରାଉନସୁଗାର ଜବତ କରିଛି ଏସଟିଏଫ୍‌ ।

ମିଳିଥିବା ସୂଚନା ମୁତାବକ, ଏକ କାରରେ ବ୍ରାଉନସୁଗାର କାରବାର ହେଉଥିବା ନେଇ ବିଶେଷ ସୁତ୍ରରୁ ଖବର ପାଇ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ ଟିମ୍‌ ଟାଉନ ଥାନା ପୋଲିସ ସହାୟତାରେ ଚଢାଉ କରିଥିଲେ। ଚଢାଉ ବେଳେ ବ୍ରଉନସୁଗାର ସହିତ ଦେବାନନ୍ଦଙ୍କୁ ଧରି ଟାଉନ ଥାନାକୁ ହସ୍ତାନ୍ତର କରାଯାଇଥିଲା। ଜବତ ବ୍ରଉନସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ୧ କୋଟିରୁ ଅଧିକ ହେବ ବୋଲି ସୂଚନା ମିଳିଛି । ଏନେଇ ଏକ ମାମଲା(ନଂ.୩୮୦, ଏନ୍‌ଡିପିଏସ୍‌ ଆଇନ ୧୯୮୫ ଧାରା ୨୧(ସି)ରେ ମାମଲା ରୁଜୁ କରି ଏସଟିଏଫ୍‌ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri