ଖଇର କାଠ ବୋଝେଇ ଟ୍ରକ୍‌ ଜବତ, ୨ଗିରଫ

ଲୋଇସିଂହା,୯।୧୦ (ଡି. ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଫରେଷ୍ଟ ରେଞ୍ଜ ଆଗଲପୁର ବ୍ଲକ ମହାକୁରପାଲି ଗାଁରେ ରବିବାର ବନ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି। ଏକ ୧୨ ଚକିଆ ଟ୍ରକ୍‌ (ସିଜି ୧୫ଏସି ୧୦୩୧)ରେ ବିପୁଳ ପରିମାଣ ଖଇର କାଠ ଛତିଶଗଡ଼ ବିଳାସପୁର ଅଞ୍ଚଳକୁ ବେଆଇନ ଚାଲାଣ ପାଇଁ ଲୋଡ ହେଉଥିବା ବେଳେ ବନ ବିଭାଗ ଚଢ଼ାଉ କରିଥିଲା। ଘଟଣାସ୍ଥଳରୁ ପ୍ରାୟ ୧୨ ଟନ୍‌ ଖାଇର ଗଣ୍ଡି ସହ ଟ୍ରକ୍‌ ଜବତ ହୋଇଛି।
ଏହି ଘଟଣାରେ ଆଗଲପୁର ବ୍ଲକ ରୋତ ପଞ୍ଚାୟତ ନୂଆଁପାଲି ଗାଁର ଜଗଦୀଶ ବାଙ୍କ, ଛତିଶଗଡ଼ ରାଜ୍ୟ ସାରଙ୍ଗଗଡ଼ ଜିଲା ସରସିଆଁ ଗ୍ରାମର ସୂର୍ଯ୍ୟ ପ୍ରକାଶ କେୱାଟଙ୍କୁ ଗିରଫ କରାଯାଇଛି। ସେମାନଙ୍କୁ କୋର୍ଟଚାଲାଣ କରାଯିବ ବୋଲି ରେଞ୍ଜ ଅଫିସର ପାଉଲ ହରପାଲ କହିଛନ୍ତି। ଜବାତ କାଠର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ। ନିକଟସ୍ଥ ଭାଲୁପାଲି ଗାଁର ମୁଖ୍ୟ ଅଭିଯୁକ୍ତ ସମେତ ଶ୍ରମିକମାନେ ଘଟଣାସ୍ଥଳରୁ ଫେରାର ହୋଇଯାଛନ୍ତି ବୋଲି ସଲେଭଟା ଶେକ୍ସନ ଫରେଷ୍ଟର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri