ବ୍ରାଉନସୁଗାର ଜବତ: ୩ ଗିରଫ

ବେତନଟୀ,୪।୧୦(ସ୍ବ. ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ୧୮ ନଂ. ଜାତୀୟ ରାଜପଥର କଳମା ଛକ ନିକଟରୁ ୩ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରରୁ ୨୦ ହଜାର ଟଙ୍କାର ୧୧ ଗ୍ରାମ୍‌ ବ୍ରାଉନସୁଗାର ଜବତ ହୋଇଛି। ଏନେଇ ବୈଶିଙ୍ଗା ଥାନା ଅଧିକାରୀ ପ୍ରଭାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି ।
ସେ କହଛନ୍ତି, ଦୁର୍ଗାଷ୍ଟମୀରେ ବୈଶିଙ୍ଗା ଅଞ୍ଚଳରେ ଶାନ୍ତିଶୃଙ୍ଖଳା ରକ୍ଷାକରିବା ତଥା ଆନ୍ତଃଜିଲା ଅପରାଧୀଙ୍କ ପ୍ରବେଶକୁ ରୋକିବା ନିମିତ୍ତ ଏସ୍‌ଆଇ୍‌ ଅନିତା ସ୍ବାଇଁଙ୍କ ଅଧୀନରେ ଏକ ପୋଲିସ ଟିମ୍‌ ୧୮ନଂ. ଜାତୀୟ ରାଜପଥ ବାଲେଶ୍ୱର-ମୟୂରଭଞ୍ଜ ସୀମା କଳମା ଛକରେ ସୋମବାର ଗାଡ଼ିମୋଟର ଚେକିଂ କରୁଥିବା ବେଳେ ୩ ଜଣ ଦୁର୍ବୃତ୍ତ ଗୋବିନ୍ଦରାୟପୁର ପଟରୁ ବାହାରି ଏକ ଓଡି-ଓଓ୍ବାନ୍‌ଏକ୍ସ-୮୪୫୬ ନମ୍ବର ବିଶିଷ୍ଟ ୟାମାହା ଏଫ୍‌ଜେଡ୍‌ ବାଇକ ଯୋଗେ ବାରିପଦା ପଟକୁ ଯାଉଥିବାବେଳେ ହଠାତ୍‌ ପୋଲିସକୁ ଦେଖି ଗାଡ଼ି ବୁଲେଇ ଦ୍ରୁତଗତିରେ ପଛକୁ ଫେରି ବାଲେଶ୍ୱର ପଟକୁ ପଳାଇଯିବାକୁ ଚେଷ୍ଟା କରିଥିଲେ l ପୋଲିସର ସନ୍ଦେହ ଘନୀଭୂତ ହେବାରୁ ସେମାନେ ଉକ୍ତ ବାଇକର ପିଛା କରି ତିନି ଯୁବକଙ୍କୁ କାବୁ କରିଥିଲେ। ପରେ ତାଙ୍କୁ ଧମକଚମକ ଦେଇ ପଚାରିବାରୁ ସେମାନେ ବ୍ରାଉନସୁଗାର ବେପାର କରନ୍ତି ବୋଲି ଜଣାପଡ଼ିଥିଲା ଓ ଘଟଣାସ୍ଥଳରୁ ତାଙ୍କ ନିକଟରୁ ସିଗାରେଟ ଖୋଳରେ ପ୍ୟାକିଂ ହୋଇଥିବା ବ୍ରାଉନସୁଗାର ମିଳିଥିଲା। ସେମାନଙ୍କ କହିବା ଅନୁଯାୟୀ ସେମାନେ ଉକ୍ତ ପ୍ୟାକେଟକୁ ବାରିପଦା ବସ୍‌ଷ୍ଟାଣ୍ଡରୁ ବସ୍‌ ଯୋଗେ କଟକ ପଠାଇଥାନ୍ତେ । ଅଭିଯୁକ୍ତ ଯୁବକମାନେ ହେଲେ ବୈଶିଙ୍ଗା ଥାନା ଗୋବିନ୍ଦରାୟପୁର ଗ୍ରାମର ସେକ୍‌ ଉସ୍‌ମାନ ଗାନିଙ୍କ ପୁଅ ସେକ୍‌ ଅବ୍‌ଦୁଲ(୨୮), ତାଳପଦା ଗ୍ରାମର ମଲ୍ଲିକ ମୁଜାଫରଙ୍କ ପୁଅ ମଲ୍ଲିକ ଜାଫର(୨୨) ଓ ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଞ୍ଚଳର ସେକ୍‌ ଅର୍ସଦଙ୍କ ପୁଅ ସେକ୍‌ ନିଆଜ(୨୫) l


Enter your email to get our daily news in your inbox.

All Right Reserved By Dharitri.Com

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?