କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର,(ବ୍ୟୁରୋ)/ ବାଙ୍କୀ,୫ା୧୨ (ସ୍ବ.ପ୍ର.) :କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଅଂଶୁପା ହ୍ରଦ ନିକଟରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଚଢ଼ାଉ କରି ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିଛି। ଘଟଣାସ୍ଥଳରୁ ୨ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ସେମାନେ ଆସିଥିବା ଏକ କାର୍‌ (ଓଡି୦୯ଇ୫୧୧୧) ମଧ୍ୟ ଜବତ ହୋଇଛି। ଅଭିଯୁକ୍ତଦ୍ୱୟ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳର ଜୁମେଶ କୁମାର ସାହୁ ଓ ଆଠଗଡ଼ ଥାନା ଅଞ୍ଚଳର ହେମନ୍ତ କୁମାର ପ୍ରଧାନ। ଉଭୟଙ୍କଠାରୁ ୧ କେଜି ୩୩୫ ଗ୍ରାମ ବ୍ରାଉନ୍‌ସୁଗାର ଓ କିଛି ଆପରାଧିକ ସାମଗ୍ରୀ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏନେଇ ଏସ୍‌ଟିଏଫ୍‌ ଏନ୍‌ଡିପିଏସ୍‌ ଆକ୍ଟର ୨୧(ସି) ଓ ୨୯ ଦଫାରେ ଏକ ମାମଲା (ନଂ.୨୯/୨୦୨୨) ରୁଜୁ କରି ଅଭିଯୁକ୍ତଦ୍ୱୟଙ୍କୁ ରବିବାର କଟକ ଜିଲା ଓ ଦୌରା ଜଜ୍‌ଙ୍କ କୋର୍ଟକୁ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ଅନୁଯାୟୀ, ଭୁବନେଶ୍ୱର କିମ୍ବା ଆଖପାଖ ଅଞ୍ଚଳରେ ବ୍ରାଉନ୍‌ସୁଗାରର ବଡ଼ ଡିଲ୍‌ ପାଇଁ ଅନୁଗୋଳରୁ କେତେଜଣ ବ୍ରାଉନସୁଗାର ବେପାରି କାର୍‌ରେ ଆସୁଥିବା ନେଇ ଏସ୍‌ଟିଏଫ୍‌ ସୂଚନା ପାଇଥିଲା। ରାକେଟକୁ ଧରିବାକୁ କଟକ ଜିଲା ପୋଲିସକୁ ଏସ୍‌ଟିଏଫ୍‌ ଜଣାଇବା ସହ ଚଢ଼ାଉ ଯୋଜନା ହୋଇଥିଲା। ଶନିବାର ସାରେ ଅଂଶୁପା ହ୍ରଦ ନିକଟରେ ମିଳିତ ପୋଲିସ୍‌ ଟିମ୍‌ ପୂର୍ବପ୍ରସ୍ତୁତି ଅନୁଯାୟୀ ଛକି ରହିଥିଲେ। ସନ୍ଦିଗ୍ଧ କାର୍‌ଟି ଉକ୍ତ ବାଟଦେଇ ଯିବା ସମୟରେ ଏସ୍‌ଟିଏଫ୍‌ ଓ ପୋଲିସ ଟିମ୍‌ ଅଟକାଇ ଯାଞ୍ଚ କରିବା ପରେ ବ୍ରାଉନସୁଗାର ମିଳିଥିଲା। ତେବେ ଅଭିଯୁ୍‌କ୍ତଦ୍ୱୟ କେଉଁଠୁ ଏତେ ପରିମାଣର ବ୍ରାଉନ୍‌ସୁଗାର ଆଣିଲେ, କାହାକୁ ଦେଇଥାନ୍ତେ, ସେମାନଙ୍କ ସହ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି, ଏହାପୂର୍ବରୁ କେତେ କାରବାର କରିଛନ୍ତି, ଏଭଳି ବିଭିନ୍ନ ଦିଗକୁ ନେଇ ଅଧିକ ତଦନ୍ତ କରିବାକୁ ଏସ୍‌ଟିଏଫ୍‌ ଅଭିଯୁକ୍ତଦ୍ୱୟଙ୍କୁ ରିମାଣ୍ଡରେ ଆଣିବାକୁ ଯୋଜନା କରୁଥିବା ସୂଚନା ମିଳିଛି।
ଉଲ୍ଲେଖଯୋଗ୍ୟ, ରାଜ୍ୟରେ ନିଶା କାରବାର ରୋକିବାକୁ ୨୦୨୦ରୁ ଚାଲିଥିବା ସ୍ବତନ୍ତ୍ର ଅଭିଯାନରେ ଏପର୍ଯ୍ୟନ୍ତ ୬୫ କେଜି ବ୍ରାଉନ୍‌ସୁଗାର, ୨୦୨ ଗ୍ରାମ କୋକେନ ଓ ୧୧୧ କୁଇଣ୍ଟାଲ ଗଞ୍ଜେଇ, ୭୫୦ ଗ୍ରାମ ଅଫିମ ଜବତ ହୋଇଛି। ଏସବୁ ମାମଲାରେ ୧୬୫ ଜଣ ନିଶା ମାଫିଆ ଗିରଫ ହୋଇଥିବା ଏସ୍‌ଟିଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?