ବ୍ରାଉନ ସୁଗର ଜବତ, ୩ଗିରଫ

ବରଗଡ଼ ଅଫିସ,୨୯।୮: ବରଗଡ଼ ଜିଲା ଅତାବିରା ଥାନା ପୋଲିସ ସୋମବାର ବ୍ରାଉନ ସୁଗର ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ପୌର ପରିଷଦ ଅଧୀନ ମାଲପଡାର ଅମଜଦ ଖାନ(୩୦), ଅଜୟ ପଟେଲ(୨୫), ପ୍ରଧାନ ପଡାର ମହମ୍ମଦ ଅଲତାବ (୨୫) । ସେମାନଙ୍କ ପାଖରୁ ୧୦୯.୫ ଗ୍ରାମ ବ୍ରାଉନ ସୁଗର, ବ୍ୟବହୃତ ୟାମାହା ବାଇକ (ନଂ-ଓଡି ୧୭ଜି ୪୩୪୦), ୨ଟି ମୋବାଇଲ ଏବଂ ନଗଦ ୧୧୫୦ ଟଙ୍କା ଜବତ ହୋଇଛି । ଏ ନେଇ ଅତାବିରା ଥାନାରେ ଏକ ମାମଲା (ନଂ-୨୯୯) ରୁଜୁ ହୋଇଛି। ବରଗଡ ଜିଲା ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏସପି ସ୍ମିତ ପି. ପରମାର୍‌ ସୂଚନା ଦେଇ କହିଥିଲେ, ଗିରଫ ଅଭିଯୁକ୍ତମାନେ ଜବତ ବାଇକ୍‌ ଯୋଗେ ସମ୍ବଲପୁରରୁ ବରଗଡ଼କୁ ବ୍ରାଉନ ସୁଗର ଧରି ଆସୁଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ସେହି ସୂଚନାକୁ ଆଧାର କରି ଅତାବିରା ଥାନା ଆଇଆଇସି ଅନିଲ କୁମାର ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍‌ ସେଥିପ୍ରତି ନଜର ରଖିଥିଲା। ଅଭିଯୁକ୍ତମାନେ ଚକୁଳି ଫାର୍ମ ଛକକୁ ପହଞ୍ଚିବା ପରେ ପୋଲିସ ସେମାନଙ୍କୁ ଗିରଫ କରିଥିଲା। ଗିରଫ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତ ମାନଙ୍କ ବିରୋଧରେ ବରଗଡ ଟାଉନ ଥାନାରେ ପୂର୍ବରୁ ମାମଲା ରୁଜୁ ହୋଇଥିବା ତଦନ୍ତରୁ ଜଣାପଡିଛି ବୋଲି ଏସପି କହିଥିଲେ। ସେହିପରି ଜିଲାରେ ବେଆଇନ ନିଶା କାରବାର ଉପରେ ପୋଲିସ ସତର୍କ ଦୃଷ୍ଟି ରଖିଛି ଏବଂ ଏଭଳି କାରବାର ନେଇ କୌଣସି ସୂଚନା ପାଇଲେ ପୋଲିସକୁ ତୁରନ୍ତ ସୂଚନା ଦେବା ପାଇଁ ଏସ୍‌ପି ପରମାର୍‌ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri