କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ୍‌, ୯।୯:ନିଶା କାରବାରର ପେଣ୍ଠସ୍ଥଳ ପାଲଟିଥିବା ବାଲେଶ୍ୱରରୁ ପୁଣି କୋଟିଏରୁ ଅଧିକ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଛି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ସହଦେବଖୁଣ୍ଟା ଆଦର୍ଶ ଥାନା ପୋଲିସ ସହାୟତାରେ ସ୍ଥାନୀୟ ଅରଡ଼ବଜାର ଅଞ୍ଚଳରେ ଚଢ଼ାଉ କରି ଜଣେ ଆନ୍ତଃରାଜ୍ୟ ନିଶା ବେପାରୀଙ୍କୁ ଗିରଫ କରିଛି। ସେ ହେଲେ ପଶ୍ଚିମବଙ୍ଗ ରଞ୍ଚ ପଞ୍ଚକୁଲାରର ସେକ୍‌ ରଫିକ୍‌ ଓରଫ ରୁଗା। ତାଙ୍କଠାରୁ ୧ କେଜି ୩୮୦ ଗ୍ରାମ୍‌ ଓଜନର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୧ କୋଟି ୩୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ। ତାଙ୍କ ନାମରେ ପୂର୍ବରୁ ୩ଟି ନିଶା କାରବାର ସମ୍ପର୍କିତ ଆପରାଧିକ ମାମଲା ରହିଥିବା ଏସ୍‌ଟିଏଫ୍‌ ଏସ୍‌ପି କିଶୋର କୁମାର ପାଣିଗ୍ରାହୀ କହିଛନ୍ତି। ତେବେ ବେଆଇନ ବ୍ରାଉନସୁଗାର ଚୋରା ଚାଲାଣ ମାମଲାରେ ସେ ଗିରଫ ହୋଇ ଜେଲ୍‌ ଯାଇଥିଲେ। ଜାମିନରେ ଆସିବା ପରେ ପୁଣି ଏହି କାରବାର ଚଳାଇଥିଲେ। ସେ ମୁର୍ଶିଦାବାଦରୁ ବ୍ରାଉନସୁଗାର ଆଣି ବାଲେଶ୍ୱରର ବିଭିନ୍ନ ଅଞ୍ଚଳରେ ବେପାର କରୁଥିବା ଜଣାପଡିଛି। ଏନେଇ ଏସ୍‌ଟିଏଫ୍‌ ମାମଲା (ନଂ.୧୮/୨୨) ରୁଜୁ କରି ଅଭିଯୁକ୍ତ ରଫିକ୍‌ଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ତାଙ୍କର ଏହି ନିଶାବେପାରରେ ଆଉ କେଉଁମାନେ ସଂପୃକ୍ତ ଅଛନ୍ତି ସେ ନେଇ ତଦନ୍ତ ଚାଲିଥିବା ଏସ୍‌ଟିଏଫ ଏସ୍‌ପି କହିଛନ୍ତି। ସୂଚନାଯୋଗ୍ୟ, ୨୦୨୦ରୁ ଏଯାବତ୍‌ ଏସଟିଏଫ୍‌ ୫୭ କେ.ଜି.ରୁ ଅଧିକ ବ୍ରାଉନସୁଗାର, ୨୦୨ଗ୍ରାମ କୋକେନ ଓ ୧୧୧ କୁଇଣ୍ଟାଲ ଗଞ୍ଜେଇ ଏବଂ ୭୫୦ ଗ୍ରାମ ଅଫିମ ଜବତ କରିଛି। ଏଥିସହ ନିଶା କାରବାର ମାମଲାରେ ସଂପୃକ୍ତ ଥିବା ୧୫୮ରୁ ଅଧିକ ନିଶା ବେପାରୀଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri