ବାଘଛାଲ ସହ ହରିଣ ଚମଡ଼ା ଜବତ: ଜଣେ ଗିରଫ

ବୌଦ୍ଧ,୧୯ା୩(ସ୍ବ.ପ୍ର.): ବୌଦ୍ଧ ଜିଲାରେ ଏସ୍‌ଟିଏଫ୍‌ ପକ୍ଷରୁ ଚଢ଼ାଉ କରାଯାଇ ଦୁଇଟି ବାଘ ଚମଡ଼ା ଜବତ କରାଯାଇଛି। ଏତଦ୍‌ବ୍ୟତୀତ ଶନିବାର ବିଳମ୍ବିତ ରାତିରେ ଗୋଟିଏ ବାଘ ଚମଡ଼ା ଓ ଦୁଇଟି ହରିଣ ଚମଡ଼ା ମଧ୍ୟ ଜବତ କରାଯାଇଛି। ମିଳିଥିବା ସୂଚନା ମୁତାବକ, ଶନିବାର ବିଳମ୍ବିତ ରାତିରେ ଛତରଙ୍ଗ- ହରଭଙ୍ଗା ରାସ୍ତାରେ ଏସବୁ ଚମଡ଼ା ବିକ୍ରି ପାଇଁ ଡିଲ୍‌ ଚାଲିଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ଏସ୍‌ଟିଏଫ୍‌ କର୍ମଚାରୀ ଚଢ଼ାଉ କରିଥିଲେ। ପରେ ଉକ୍ତ ଚମଡ଼ାଗୁଡିକ ହରଭଙ୍ଗାର ଗିରିଜା କୁମାର ସାହୁଙ୍କ ପାଖରୁ ଜବତ କରିଥିଲେ। ଏ ନେଇ ଏସ୍‌ଟିଏଫ୍‌ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ କେସ ନଂ. ୫/୨୩ରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତକୁ ହରଭଙ୍ଗା ଜେଏମ୍‌ଏଫ୍‌ସି କୋର୍ଟକୁ ପଠାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ଜବତ ଚମଡ଼ାଗୁଡିକୁ ପରୀକ୍ଷା ପାଇଁ ଡେରାଡୁନ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri