କାର ସହ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ: ୩ ଗିରଫ

ଦେବଗଡ,୪।୧୨(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲା ରିଆମାଳ ଥାନା ତେଲିମୁଣ୍ଡା ଛକରୁ ଏକ ସ୍ବିଫ୍ଟ କାର ସହିତ ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ। ଏହି ଘଟଣାରେ ୩ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ରିଆମାଳ ଥାନା ବାଲିଜୋରି ଗ୍ରାମର ଶ୍ରୀଧର ପ୍ରଧାନ, ଭିତରପଦ ଗ୍ରାମର ପ୍ରଶାନ୍ତ ସୁନା ଓ ଫୁଲସରନାଲି ଗ୍ରାମର ତପନ ସାହୁ ନକଲି ବିଦେଶୀ ମଦ ଚାଲାଣ ବେଳେ ଗିରଫ ହୋଇଛନ୍ତି । ଗିରଫ ୩ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ ଜାମିନ ନାମାଞ୍ଜୁର ହେବାରୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତଙ୍କ ଠାରୁ ଏକ ସ୍ବିଫ୍ଟ କାର ସହିତ ୧୦୫ ଲିଟର ନକଲି ବିଦେଶୀ ମଦ ଜବତ ହୋଇଛି । ହ୍ବିସ୍କି ନମ୍ବର ୱାନ, ରୋୟାଲ ଷ୍ଟାଗ, ରୋୟାଲ ଚ୍ୟାଲେଞ୍ଜର ହ୍ବିସ୍କି, ବ୍ଲାକ ଡାଇମଣ୍ଡ ହ୍ବିସ୍କି ଆଦି କମ୍ପାନୀର ନକଲି ବିଦେଶୀ ମଦ ପ୍ରସ୍ତୁତ କରି ଏକ ସ୍ବିଫ୍ଟ କାରରେ ଚାଲାଣ କରୁଥିବା ବେଳେ ତେଲିମୁଣ୍ଡା ଛକରୁ ରିଆମାଳ ପୋଲିସ ଜବତ କରିଛି । ତେଲିମୁଣ୍ଡା ଛକରେ ପୋଲିସ ଗାଡି ଚେକିଂ କରୁଥିବା ବେଳେ ଅଭିଯୁକ୍ତ ମାନେ ଧରା ପଡିଛନ୍ତି । ପୋଲିସକୁ ଚକମା ଦେଇ ଫେରାର ମାରୁଥିବା ବେଳେ ପୋଲିସ ସେମାନଙ୍କୁ ଗୋଡାଇ ଗୋଡାଇ ଧରିଥିବା ଜଣାପଡିଛି। ବେଆଇନ ସ୍ପିରିଟ ବ୍ୟବହାର କରି ଅଭିଯୁକ୍ତ ମାନେ ବିଭିନ୍ନ କମ୍ପାନିର ନକଲି ବିଦେଶୀ ମଦ ପ୍ରସ୍ତୁତ କରି ବଜାରରେ ବିକ୍ରି କରୁଥିବା ପୋଲିସ ତଦନ୍ତ ବେଳେ ଜାଣିବାକୁ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri