ପୋଖରୀରୁ ଦୁର୍ଲଭ ରକ୍ତଚନ୍ଦନ କାଠଗଣ୍ଡି ଜବତ

ପାରଳାଖେମୁଣ୍ଡି,୨୩ା୪(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଗାରବନ୍ଧ ଥାନା ଏବଂ ନାରାୟଣପୁରସ୍ଥ ମହେନ୍ଦ୍ର ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଚଢ଼ାଉ କରାଯାଇ ୫୩୮ କେଜି ଓଜନର ୨୭ଟି ଦୁର୍ଲଭ ରକ୍ତଚନ୍ଦନ କାଠଗଣ୍ଡି ଜବତ କରାଯାଇଛି।

ଗାରବନ୍ଧ ଥାନା ଅଧିକାରୀ ଗୋବିନ୍ଦ ଗୌଡ଼ଙ୍କୁ ଏମ୍‌.ପାଇଲମ ଗ୍ରାମରେ ଥିବା ଏକ ପୋଖରୀରେ ରକ୍ତଚନ୍ଦନ କାଠ ଲୁଚା ହୋଇଥିବା ଖବର ପାଇ ଥିଲେ। ଏନେଇ ନାରାୟଣପୁରସ୍ଥ ମହେନ୍ଦ୍ର ବନାଞ୍ଚଳ ଅଧିକାରୀ କବିନ ପରିଚ୍ଛାଙ୍କ ନେତୃତ୍ୱରେ ବନ ବିଭାଗର ଟିମ୍‌ ଏବଂ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ରକ୍ତଚନ୍ଦନ କାଠଗଣ୍ଡି ଉଦ୍ଧାର କରି ଜବତ କରିଥିଲେ। କାଠଗଣ୍ଡିଗୁଡିକୁ ନାରାୟଣପୁରସ୍ଥିତ ମହେନ୍ଦ୍ର ବନାଞ୍ଚଳ କାର୍ଯ୍ୟାଳୟକୁ ନିଆଯିବା ପରେ ଓଜନ କରାଯାଇଥିଲା। ଏହାର ଆନୁମାନିକ ମୂଲ୍ୟ ୨୫ଲକ୍ଷ ଟଙ୍କାରୁ ଊଦ୍ଦର୍‌ବ ଟଙ୍କା ହେବ ବୋଲି ଆକଳନ କରାଯାଉଛି। ଏହି ଘଟଣାରେ କେହି ଦୁର୍ବୃତ୍ତ ଧରାପଡି ନ ଥିବା ବେଳେ ଏହି ଦୁର୍ଲଭ ରକ୍ତ ଚନ୍ଦନ କାଠ ଗୁଡିକୁ ଚାଲାଣ ନିମନ୍ତେ ଦୁର୍ବୃତ୍ତ ପୋଖରୀ ମଧ୍ୟରେ ଲୁଚାଇ ରଖିଥିବାର ଅନୁମାନ କରାଯାଉଛି । ଏନେଇ ଏକ ମାମଲା(ନଂ.୧/୨୩-୨୪) ରୁଜୁ କରାଯାଇ ଘଟଣାର ଅଧିକ ତଦନ୍ତ ଚାଳିଥିବା ମହେନ୍ଦ୍ର ବନାଞ୍ଚଳ ଅଧିକାରୀ ପରିଚ୍ଛା କହିଛନ୍ତି। ଏହି ଚଢାରେ ଗାରବନ୍ଧ ପୋଲିସ ପକ୍ଷରୁ ଏସ୍‌ଆଇ ନାରାୟଣ ଦାସ, ଏଏସ୍‌ଆଇ ଅଶୋକ କୁମାର ବେହେରା ପ୍ରମୁଖଙ୍କ ସହ ମହେନ୍ଦ୍ର ବନାଞ୍ଚଳର ଗାରବନ୍ଧ ଫରେଷ୍ଟର କେ.କାମେଶ୍ବର ରାଓ ପ୍ରମୁଖଙ୍କ ସହ ବନକର୍ମଚାରୀ ଉପସ୍ଥିତଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri