ଲକ୍ଷାଧିକ ଟଙ୍କାର ଶାଳଗଣ୍ଡି ଜବତ

ପାଟଣା,୬ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ ମୁକ୍ତାପୁର ଗାଁ ନିକଟ ଏକ ଚତୁରୀରୁ ବନବିଭାଗ ଚଢ଼ାଉ କରି ୨୪ଟି ଶାଳଗଣ୍ଡି ଜବତ କରିଛି।

ସୂଚନାଯୋଗ୍ୟ, କାଠମାଫିଆମାନେ ଗ୍ରାମ୍ୟ ଜଙ୍ଗଲରୁ ମୂଲ୍ୟବାନ ଶାଳଗଛ କାଟି ଚାଲାଣ କରାଯିବା ଉଦ୍ଦେଶ୍ୟରେ ଚତୁରୀ ଉପରେ ଶାଳଗଣ୍ଡି ଗଚ୍ଛିତ କରିଥିବା ଖବର ପାଇ ଗୁରୁବାର ବନ ବିଭାଗ ଅତିର୍କିତ ଚଢ଼ାଉ କରିଥିଲା। ବନବିଭାଗ ଗାଡ଼ି ଦେଖି କାଠ ମାଫିଆମାନେ ଫେରାର ହୋଇଯାଇଛନ୍ତି। ଜବତ ୨୪ ଖଣ୍ଡ ଶାଳଗଣ୍ଡିକୁ ବନବିଭାଗ ଜବତ କରି ଘଟଗାଁ କର୍ପୋରେଶନରେ ରଖିଥିବା ବନପାଳ ପିଅନ ନାଏକ କହିଛନ୍ତି। ଜବତ ଶାଳଗଣ୍ଡିଗୁଡିକର ଆନୁମାନିକ ଭାବେ ଲକ୍ଷାଧିକ ଟଙ୍କାରୁ ଊର୍ଦ୍ଧ୍ୱ ହେବ। ଚଢ଼ାଉରେ ବନପାଳ, ଗାର୍ଡ ଦେବଯାନୀ ମହାନ୍ତ, ପାରାଷ୍ଟାଫ୍‌ ଅଟଳ ବିହାରୀ ସେଠୀ, ଏମ୍‌ ଡି ଓ୍ବାସିମ, ଉମେଶ ମହାନ୍ତ ଓ ଭାସ୍କର ନାଏକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri