ବାଘ ଚମଡ଼ା ଜବତ, ହାତୀ ମୃତ୍ୟୁ ମାମଲା: ସିସିଏଫ୍‌ର ତଦନ୍ତ ଆରମ୍ଭ

ବାରିପଦା ଅଫିସ,୨୩ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ଶିକାର ହୋଇଥିବା ମହାବଳ ବାଘ ଚମଡ଼ା ଜବତ ଘଟଣାରେ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ କାର୍ଯ୍ୟାଳୟର ସିସିଏଫ୍‌ ଟିମ୍‌ ଶୁକ୍ରବାର ତଦନ୍ତ ପାଇଁ ମୟୂରଭଞ୍ଜ ଆସିଛନ୍ତି। ପ୍ରତିନିଧି ଦଳ ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଥିବା ବେଳେ ଶିକାରୀ ଓ ଶିକାରରେ ଜଡିତ ଥିବା ବ୍ୟକ୍ତିଙ୍କୁ ଧରିବା ପାଇଁ ଜାଲ ବିଛାଇଛନ୍ତି। ସେହିପରି ଶିମିଳିପାଳରେ ହାତୀ ଶିକାର ଓ ପ୍ରମାଣ ଲୁଚାଇବା ସକାଶେ ମୃତଦେହ ପୋଡ଼ିବା ଘଟଣାର ପ୍ରତ୍ୟକ୍ଷଦର୍ଶୀ ଅସ୍ଥାୟୀ କର୍ମଚାରୀ ତୁରାମ ପୂର୍ତ୍ତିଙ୍କ ଆମତ୍ହତ୍ୟା ଘଟଣା ଭିନ୍ନ ମୋଡ଼ ନେଇଛି। ମୃତକଙ୍କ ସ୍ତ୍ରୀ ଚିଲମ ପୂର୍ତ୍ତି ତାଙ୍କ ସ୍ବାମୀକୁ ନିଲମ୍ବିତ ଅଧିକାରୀମାନେ ବିଷ ପିଇବାକୁ ବାଧ୍ୟ କରିଥିବା ନେଇ ଯଶୀପୁର ଥାନାରେ ଅଭିଯୋଗ କରିିଛନ୍ତି। ଏ ସଂକ୍ରାନ୍ତରେ ପୋଲିସ ଏକ ହତ୍ୟା ମାମଲା (ନଂ. ୩୨୦/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଛି ା
ଶିମିଳିପାଳ ଅଭୟାରଣ୍ୟରେ ବନ୍ୟଜନ୍ତୁ ଶିକାରରେ ଅଧିକାରୀମାନେ ଜଡିତ ରହିବା ଓ ପ୍ରମାଣ ନଷ୍ଟ କରିବା ଆଦି ଘଟଣାକୁ ନେଇ ରାଜ୍ୟରେ ଆଲୋଡ଼ନ ସୃଷ୍ଟି ହୋଇଛି। ଏହାକୁ ନେଇ ବନବିଭାଗର କର୍ମଚାରୀଙ୍କୁ ଲୋକେ ଭିନ୍ନ ଦୃଷ୍ଟିରେ ଦେଖୁଥିବା ବେଳେ ଏହାର ତଦନ୍ତ ପ୍ରକ୍ରିୟା ଶୀତଳଭଣ୍ଡାରକୁ ଯିବାକୁ ବସିିଛି। ଉକ୍ତ ଘଟଣା ସମ୍ପର୍କରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକଙ୍କୁ ଅବଗତ କରିଥିବା ଅସ୍ଥାୟୀ କର୍ମଚାରୀ ତୁରାମ ପୂର୍ତ୍ତିଙ୍କୁ ନିଲମ୍ବିତ ଅଧିକାରୀମାନେ ଗାଳିଗୁଲଜ କରି ଜେଲରେ ଭର୍ତ୍ତି କରିବା ଓ ବିଷ ପିଇବାକୁ ଧମକ ଚମକ ଦେଇଥିଲେ ବୋଲି ଅଭିଯୋଗରେ ଉଲ୍ଲେଖ ରହିଛି। ତେବେ ବିଭାଗୀୟ ତଦନ୍ତରେ ଅସନ୍ତୋଷ ବ୍ୟକ୍ତ କରି ସିବିଆଇ ତଦନ୍ତ କରିବାକୁ ଜିଲାର ଅଗ୍ରଣୀ ଅଣ ରାଜନୈତିକ ସଙ୍ଗଠନ ଭଞ୍ଜସେନା ପକ୍ଷରୁ ଦାବି କରାଯାଇଛି। ଦାବି ପୂରଣ ନ ହେଲେ ଆସନ୍ତା ୨୯ତାରିଖରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଆଞ୍ଚଳିକ କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ଘେରାଉ ସହ ଉପଖଣ୍ଡସ୍ତରରେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲିି ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି। ସେହିପରି ମହାବଳ ବାଘ ଶିକାର କରି ଚମଡ଼ା ବିକ୍ରି କରୁଥିବା ୩ ଅଭିଯୁକ୍ତଙ୍କ ମଧ୍ୟରୁ ୨ଜଣଙ୍କୁୁ ଏସଟିଏଫ୍‌ ଗିରଫ କରିଛି। ୯ଦିନ ପରେ ମଧ୍ୟ ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବନବିଭାଗ ଓ କ୍ରାଇମବ୍ରାଞ୍ଚ ବିଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?