ବାଘ ଚମଡ଼ା ଜବତ, ହାତୀ ମୃତ୍ୟୁ ମାମଲା: ସିସିଏଫ୍‌ର ତଦନ୍ତ ଆରମ୍ଭ

ବାରିପଦା ଅଫିସ,୨୩ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ଶିକାର ହୋଇଥିବା ମହାବଳ ବାଘ ଚମଡ଼ା ଜବତ ଘଟଣାରେ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ କାର୍ଯ୍ୟାଳୟର ସିସିଏଫ୍‌ ଟିମ୍‌ ଶୁକ୍ରବାର ତଦନ୍ତ ପାଇଁ ମୟୂରଭଞ୍ଜ ଆସିଛନ୍ତି। ପ୍ରତିନିଧି ଦଳ ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଥିବା ବେଳେ ଶିକାରୀ ଓ ଶିକାରରେ ଜଡିତ ଥିବା ବ୍ୟକ୍ତିଙ୍କୁ ଧରିବା ପାଇଁ ଜାଲ ବିଛାଇଛନ୍ତି। ସେହିପରି ଶିମିଳିପାଳରେ ହାତୀ ଶିକାର ଓ ପ୍ରମାଣ ଲୁଚାଇବା ସକାଶେ ମୃତଦେହ ପୋଡ଼ିବା ଘଟଣାର ପ୍ରତ୍ୟକ୍ଷଦର୍ଶୀ ଅସ୍ଥାୟୀ କର୍ମଚାରୀ ତୁରାମ ପୂର୍ତ୍ତିଙ୍କ ଆମତ୍ହତ୍ୟା ଘଟଣା ଭିନ୍ନ ମୋଡ଼ ନେଇଛି। ମୃତକଙ୍କ ସ୍ତ୍ରୀ ଚିଲମ ପୂର୍ତ୍ତି ତାଙ୍କ ସ୍ବାମୀକୁ ନିଲମ୍ବିତ ଅଧିକାରୀମାନେ ବିଷ ପିଇବାକୁ ବାଧ୍ୟ କରିଥିବା ନେଇ ଯଶୀପୁର ଥାନାରେ ଅଭିଯୋଗ କରିିଛନ୍ତି। ଏ ସଂକ୍ରାନ୍ତରେ ପୋଲିସ ଏକ ହତ୍ୟା ମାମଲା (ନଂ. ୩୨୦/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଛି ା
ଶିମିଳିପାଳ ଅଭୟାରଣ୍ୟରେ ବନ୍ୟଜନ୍ତୁ ଶିକାରରେ ଅଧିକାରୀମାନେ ଜଡିତ ରହିବା ଓ ପ୍ରମାଣ ନଷ୍ଟ କରିବା ଆଦି ଘଟଣାକୁ ନେଇ ରାଜ୍ୟରେ ଆଲୋଡ଼ନ ସୃଷ୍ଟି ହୋଇଛି। ଏହାକୁ ନେଇ ବନବିଭାଗର କର୍ମଚାରୀଙ୍କୁ ଲୋକେ ଭିନ୍ନ ଦୃଷ୍ଟିରେ ଦେଖୁଥିବା ବେଳେ ଏହାର ତଦନ୍ତ ପ୍ରକ୍ରିୟା ଶୀତଳଭଣ୍ଡାରକୁ ଯିବାକୁ ବସିିଛି। ଉକ୍ତ ଘଟଣା ସମ୍ପର୍କରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକଙ୍କୁ ଅବଗତ କରିଥିବା ଅସ୍ଥାୟୀ କର୍ମଚାରୀ ତୁରାମ ପୂର୍ତ୍ତିଙ୍କୁ ନିଲମ୍ବିତ ଅଧିକାରୀମାନେ ଗାଳିଗୁଲଜ କରି ଜେଲରେ ଭର୍ତ୍ତି କରିବା ଓ ବିଷ ପିଇବାକୁ ଧମକ ଚମକ ଦେଇଥିଲେ ବୋଲି ଅଭିଯୋଗରେ ଉଲ୍ଲେଖ ରହିଛି। ତେବେ ବିଭାଗୀୟ ତଦନ୍ତରେ ଅସନ୍ତୋଷ ବ୍ୟକ୍ତ କରି ସିବିଆଇ ତଦନ୍ତ କରିବାକୁ ଜିଲାର ଅଗ୍ରଣୀ ଅଣ ରାଜନୈତିକ ସଙ୍ଗଠନ ଭଞ୍ଜସେନା ପକ୍ଷରୁ ଦାବି କରାଯାଇଛି। ଦାବି ପୂରଣ ନ ହେଲେ ଆସନ୍ତା ୨୯ତାରିଖରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଆଞ୍ଚଳିକ କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ଘେରାଉ ସହ ଉପଖଣ୍ଡସ୍ତରରେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲିି ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି। ସେହିପରି ମହାବଳ ବାଘ ଶିକାର କରି ଚମଡ଼ା ବିକ୍ରି କରୁଥିବା ୩ ଅଭିଯୁକ୍ତଙ୍କ ମଧ୍ୟରୁ ୨ଜଣଙ୍କୁୁ ଏସଟିଏଫ୍‌ ଗିରଫ କରିଛି। ୯ଦିନ ପରେ ମଧ୍ୟ ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବନବିଭାଗ ଓ କ୍ରାଇମବ୍ରାଞ୍ଚ ବିଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri