ଗାଡ଼ି ସହ ଲକ୍ଷାଧିକ ଟଙ୍କାର କାଠ ଜବତ: ଜଣେ ଗିରଫ

ଠାକୁରମୁଣ୍ଡା,୩୦।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅଞ୍ଚଳରୁ ବନ କର୍ମଚାରୀ ସୋମବାର ରାତିରେ ଚୋରା କାଠ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଜବତ କରିଛନ୍ତି। ସେଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଶାଳ କାଠଥିବା ଜଣାପଡ଼ିଛି। ଘଟଣାରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ବନ ବିଭାଗ ଗିରଫ କରିଥିବା ସୂଚନା ମିଳିଛି।
ପ୍ରକାଶ ଯେ, ଚୋରା କାଠ ଚାଲାଣ ହେଉଥିବା କୌଣସି ସୂତ୍ରରୁ ଖବର ପାଇ ସାତକୋଶିଆ ରେଞ୍ଜ ଅଧିକାରୀ ରବୀନ୍ଦ୍ର ମହାନ୍ତଙ୍କ ନେତୃତ୍ୱରେ ଫରେଷ୍ଟର ଗିରିଜା ନନ୍ଦନ ଦଳେଇ, ଗାର୍ଡ ସନତ ମହାନ୍ତଙ୍କ ସମେତ ଟାଇଗର ପ୍ରୋଟେକ୍ସନ ଫୋର୍ସ କର୍ମକର୍ତ୍ତାମାନେ ସାତକୋଶିଆ- ନଦା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ରାସ୍ତାରେ ଜଗି ରହିଥିଲେ। ପରେ କାଠ ବୋଝେଇ କରି ନଦା ଆଡ଼କୁ ଯାଉଥିବା ପିକଅପ ଭ୍ୟାନକୁ ବାଉଁଶନାଳ ନିକଟରେ ବନ କର୍ମଚାରୀ ଧରିଥିଲେ। ଗାଡ଼ିରେ ଥିବା ଅନ୍ୟମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଡ୍ରାଇଭରଙ୍କୁ କାବୁ କରାଯାଇଥିଲା। ଡ୍ରାଇଭର ଜଣକ ହେଉଛନ୍ତି ଅନନ୍ତ ପାଲ (୫୯)। ତାଙ୍କ ଘର ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଓତା ଅଞ୍ଚଳରେ ବୋଲି ଜଣାପଡିଛି। କାଠ ବୋଝେଇ କରି ନେଉଥିବା ପିକ୍‌ଅପ୍‌ ଭ୍ୟାନ ଜବତ ହୋଇଥିବା ବେଳେ ସେଥିରୁ ୫୦,୩୫୫ ସିଏଫ୍‌ଟିର ୯୦ ଖଣ୍ଡ ଶାଳ ଚୌକାଠ ଜବତ ହୋଇଛି, ଯାହାର ଆନୁମାନିକ ମୂଲ୍ୟ ୧ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

ମକର ସଂକ୍ରାନ୍ତି ପୂର୍ବରୁ ଏହି ୩ ରାଶିର ଚମକିବ ଭାଗ୍ୟ, ଘଟିବାକୁ ଯାଉଛି…

୨୦୨୬ରେ, ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପାଳନ କରାଯିବ, ଯେତେବେଳେ ସୂର୍ଯ୍ୟ ଧନୁ ରାଶି ଛାଡି ମକର ରାଶିରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ମକର...

ନୂଆବର୍ଷରୁ ଏମାନଙ୍କୁ ମିଳିବନି ରାସନ! ଡିସେମ୍ୱର ୩୧ ସୁଦ୍ଧା କରି ନିଅନ୍ତୁ ଏହି କାମ

ନୂଆଦିଲ୍ଲୀ,୨୭।୧୨: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ସୂଚନା। ସମସ୍ତ ରାସନ କାର୍ଡ ହିତାଧିକାରୀଙ୍କୁ ଡିସେମ୍ୱର 31 ପୂର୍ୱରୁ ଏହି ଜରୁରୀ କାର୍ଯ୍ୟ ସମାପ୍ତ...

‘ଆସାମରେ ୪୦ ପ୍ରତିଶତ ବାଂଲାଦେଶ ମୁସଲିମ’, ଆଶ୍ଚର୍ଯ୍ୟଜନକ ଦାବି କଲେ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୨୭।୧୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ କାର୍ଯ୍ୟକ୍ରମରେ ଦାବି କରିଥିଲେ ଯେ ରାଜ୍ୟର ମୋଟ ଜନସଂଖ୍ୟାର ୪୦ ପ୍ରତିଶତ ବାଂଲାଦେଶୀ ମୁସଲମାନ। ସେ...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ରୁଷିଆ-ୟୁକ୍ରେନ ଯୁଦ୍ଧରେ ନୂଆ ମୋଡ! ଟ୍ରମ୍ପଙ୍କୁ ଭେଟିବେ ଜେଲନସ୍କି

ଓ୍ବାଶିଂଟନ,୨୭।୧୨: ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ପାଇଁ ପ୍ରୟାସ ମଧ୍ୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର (ଡିସେମ୍ବର ୨୮) ଫ୍ଲୋରିଡାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri