ନିର୍ବାଚନ ନୁହେଁ, ସହମତିରେ ଚୟନ

କୋରାପୁଟ,୨୧ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କୋଟିଆ ପଞ୍ଚାୟତରେ ନିର୍ବାଚନ ହେବ ନାହିଁ। ସହମତିଭିତ୍ତିରେ ଜନପ୍ରତିନିଧି ଚୟନ ହେବେ ବୋଲି କୋରାପୁଟସ୍ଥିତ ଏକ ହୋଟେଲରେ ଗୁରୁବାର ସନ୍ଧ୍ୟାରେ ବସିଥିବା ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଜିଲା ବିଜେଡି ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଜେଡି, ଭାଜପା ଓ କଂଗ୍ରେସ ଦଳର ନେତାମାନେ ଉପସ୍ଥିତ ଥିଲେ। କୋରାପୁଟ ବିଧାୟକ ରଘୁରାମ ପଡ଼ାଲ, ପଟ୍ଟାଙ୍ଗୀ ବିଧାୟକ ପୀତମ ପାଢ଼ୀ, ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀ, କୋରାପୁଟ ଜିଲା କଂଗ୍ରେସ ସଭାନେତ୍ରୀ ମୀନାକ୍ଷୀ ବାହିନୀପତି, ପଟ୍ଟାଙ୍ଗୀର ପୂର୍ବତନ ବିଧାୟକ ରାମଚନ୍ଦ୍ର କାଡାମ, ବିଜେଡିର ପ୍ରଫୁଲ୍ଲ କୁମାର ପାଙ୍ଗୀ ପ୍ରମୁଖ ଉପସ୍ଥିତ ରହି କୋଟିଆ ନିର୍ବାଚନ ଉପରେ ନିଜ ମତ ରଖିଥିଲେ। କୋଟିଆରେ ସର୍ବସମ୍ମତିକ୍ରମେ ସରପଞ୍ଚ, ସମିତିସଭ୍ୟ ଓ ୱାର୍ଡମେମ୍ବର ବଛାହେବେ ବୋଲି ନିଷ୍ପତ୍ତିି ନିଆଯାଇଥିଲା। ଜିଲା ପରିଷଦ ସଭ୍ୟ ମଧ୍ୟ ସର୍ବ ସମ୍ମତିକ୍ରମେ ବଛାହେବେ ବୋଲି ବୈଠକରେ ସ୍ଥିର ହୋଇଛି। ଯେଉଁ ପ୍ରାର୍ଥୀଙ୍କୁ ସର୍ବସମ୍ମତିରେ ବଛାଯିବ, ସେ ଯେକୌଣସି ଦଳରେ ଥାନ୍ତୁ ନା କାହଁିକି, ସେଥିରୁ ଇସ୍ତଫା ଦେବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ଶୁକ୍ରବାର ନାମାଙ୍କନପତ୍ର ଦାଖଲର ଶେଷ ଦିବସ ଥିବାବେଳେ କୋଟିଆ ପଞ୍ଚାୟତ ନିର୍ବାଚନ ନେଇ କ’ଣ ହେବ ତାହା ନେଇ ସମସ୍ତଙ୍କ ନଜର ରହିଛି। କୋଟିଆ ପଞ୍ଚାୟତରେ ୨୮ଟି ରାଜସ୍ବ ଗ୍ରାମର ୧୩ ୱାର୍ଡରେ ମୋଟ ୫ ହଜାରରୁ ଊର୍ଦ୍ଧ୍ୱ ଭୋଟର ରହିଛନ୍ତି। ସୂଚନାଯୋଗ୍ୟ, ନାମାଙ୍କନପତ୍ର ଦାଖଲର ଚତୁର୍ଥ ଦିବସରେ କୋଟିଆ ପଞ୍ଚାୟତ ପାଇଁ ୬ ଜଣ ସରପଞ୍ଚ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଓ୍ବାର୍ଡସଭ୍ୟ ଲାଗି ୮ ଓ ସମିତିସଭ୍ୟ ପାଇଁ ଜଣେ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri