ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର ନାମାଙ୍କନ ପ୍ରକ୍ରିୟା ଅନୁଷ୍ଠିତ ହୋଇଛି। ଛାତ୍ର ସଂସଦର ୭ଟି ପଦବୀ ପାଇଁ ନିର୍ବାଚନ ବଦଳରେ ଚୟନ ପ୍ରକ୍ରିୟା ଅନୁସରଣ କରାଯିବ ବୋଲି ନିର୍ବାଚନ ଅଧିକାରୀ ତଥା ରାଜନୀତି ବିଜ୍ଞାନ ଅଧ୍ୟାପକ ସୁରେଶ ମାହାଙ୍କୁଡ ସୂଚନା ଦେଇଛନ୍ତି।

ଛାତ୍ର ସଂସଦ ପକ୍ଷରୁ ବିଭିନ୍ନ ପଦବୀ ପାଇଁ ମନୋନୀତ ପ୍ରାର୍ଥୀଙ୍କ ଏକ ତାଲିକା କଲେଜ କମିଟିର ସଭାପତି ତଥା ଗୁଣପୁର ଉପଜିଲ୍ଲାପାଳଙ୍କ ନିକଟକୁ ପଠାଯାଇଥିବା ଦାୟିତ୍ୱରେ ଥିବା ଅଧିକାରୀ ସୂଚନା ଦେଇଛନ୍ତି।

ମହାବିଦ୍ୟାଳୟର ଅଧ୍ୟକ୍ଷ ଅମୂଲ୍ୟକୃଷ୍ଣ ପ୍ରଧାନଙ୍କ ସମେତ ଅନ୍ୟ ଅଧ୍ୟାପକ ଓ ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ଏହି ଚୟନ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିବା ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ଆସନ୍ତା ୧୫ ତାରିଖରେ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ମନୋନୀତ ପ୍ରାର୍ଥୀଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷଣା କରାଯିବ।

ଛାତ୍ର ସଂସଦର ସଭାପତି, ଉପସଭାପତି, ସମ୍ପାଦକ, ସହସମ୍ପାଦକ, ନାଟ୍ୟ ସମ୍ପାଦକ, କ୍ରୀଡ଼ା ସମ୍ପାଦକ ଓ ସାଂସ୍କୃତିକ ସମ୍ପାଦକ ଆଦି ୭ଟି ପଦବୀ ପାଇଁ ଏହି ଚୟନ ପ୍ରକ୍ରିୟା ହେବ। ମହାବିଦ୍ୟାଳୟରେ ପ୍ରଥମ ଥର ପାଇଁ ଏହି ପ୍ରକ୍ରିୟା ଅନୁଷ୍ଠିତ ହୋଇଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?