Posted inଖେଳ

ନିତା ଫୁଟବଲ ଏକାଡେମୀ ପକ୍ଷରୁ ଖେଳାଳି ଚୟନ ୧୪ରୁ

ଖୁଣ୍ଟୁଣୀ, ୧୩ା୭ (ସଚ୍ଚିଦାନନ୍ଦ ପଣ୍ଡା): ନିତା ଫୁଟବଲ ଏକାଡେମୀ ପକ୍ଷରୁ ଓଡ଼ିଶାର ବାଳିକା ଯୁବ ପ୍ରତିଭା ଫୁଟବଲ ଖେଳାଳି ମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଜାତୀୟ ସ୍ଥରରେ ପହଞ୍ଚାଇବାକୁ ଏକ ଅଭିନବ ଉଦ୍ୟମ ଆରମ୍ଭ ହୋଇଛି । ଏହାକୁ ଦୃଷ୍ଟିରେ ରଖି ଆଗାମୀ ୨୦୨୩-୨୪ ବର୍ଷ ପାଇଁ ୧୫,୧୭ ଓ ୧୯ ବର୍ଷରୁ କମ ବାଳିକା ଖେଳାଳିମାନଙ୍କ ଚୟନ କରାଯିବାକୁ ଏକାଡେମୀ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହି ଚୟନ ଖୁଣ୍ଟୁଣୀ ସ୍ଥିତ ରାଧାଦାମୋଦରପୁରଠାରେ ଥିବା ଧବଳେଶ୍ବର ପଲିଟେକ୍ନିକ ନିତା ଫୁଟବଲ ଏକାଡେମୀ କ୍ୟମ୍ପସରେ ଆଗାମୀ ୧୪, ୧୫ ଓ ୧୬ ତାରିଖ ୩ ଦିନ ଧରି ଅନୁଷ୍ଟିତ ହେବ ବୋଲି ଏକାଡେମୀ ଅଧ୍ୟକ୍ଷ ଇଂ ସୁବ୍ରତ କୁମାର ଦାସ ସୂଚନା ଦେଇଛନ୍ତି । ଯେଉଁ ପିଲାମାନେ ଏହି ଚୟନ ପ୍ରକ୍ରିୟାରେ ଉତ୍ତୀର୍ଣ୍ଣ ହେବେ, ସେମାନଙ୍କୁ ପଲିଟେକ୍ନିକ ପରିସରରେ ଥିବା ଖେଳ ପଡ଼ିଆରେ ଖେଳିବା ସହିତ ହଷ୍ଟେଲରେ ପାଠ ପାଇବା, ରହିବା ଓ ଖାଇବାର ସମସ୍ତ ବ୍ୟବସ୍ଥା ମାଗଣାରେ ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି। ଏଥିରେ ୧୫,୧୭ ଓ ୧୯ ବର୍ଷରୁ କମ ବାଳିକା ବର୍ଗରେ ଖେଳୁଥିବା ଓଡିଶାର ସମସ୍ତ ଖେଳାଳି ମାନେ ଆସି ଭାଗ ନେବାକୁ ସେ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri