Posted inଜାତୀୟ

ଗ୍ୟାସ୍‌ ସଂଯୋଗ ପାଇଁ ଏବେ ସେଲ୍ଫ ଡିକ୍ଲେରେଶନ୍‌ ପର୍ଯ୍ୟାପ୍ତ, ସୂଚନା ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍ୱଳା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ-୨.୦ ଆରମ୍ଭ କରିଛନ୍ତି। ଉତ୍ତରପ୍ରଦେଶର ମହୋବା ଜିଲ୍ଲାର ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଏହି ଅବସରରେ ଏଲପିଜି ସଂଯୋଗ ହସ୍ତାନ୍ତର କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜି ବହୁ ଭଉଣୀ ଉଜ୍ୱଳା ଯୋଜନାର ପରବର୍ତ୍ତୀ ପର୍ଯ୍ୟାୟରେ ମାଗଣା ଗ୍ୟାସ ସଂଯୋଗ ଏବଂ ଗ୍ୟାସ ଚୁଲା ପାଇଛନ୍ତି। ସମସ୍ତ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି। ପୂର୍ବରୁ ଗ୍ୟାସ୍‌ ସଂଯୋଗ ପାଇଁ ଠିକଣାର ପ୍ରମାଣ ଦେବାକୁ ପଡୁଥିଲା। ମାତ୍ର ଏବେ କେବଳ ସେଲ୍ଫ ଡିକ୍ଲେରେଶନ୍‌ ପର୍ଯ୍ୟାପ୍ତ। ସେଲ୍ଫ ଡିକ୍ଲେରେଶନ୍‌ ଦ୍ୱାରା ଲୋକଙ୍କୁ ଗ୍ୟାସ୍‌ ସଂଯୋଗ ସହଜରେ ମିଳିପାରୁଛି ବୋଲି ସେ କହିଛନ୍ତି। ଉଜ୍ୱଳା ଯୋଜନାର ପ୍ରଥମ ପର୍ଯ୍ୟାୟରେ ୮ କୋଟି ଗରିବ, ଦଳିତ, ବଞ୍ଚିତ, ପଛୁଆ, ଆଦିବାସୀ ପରିବାରକୁ ମାଗଣା ଗ୍ୟାସ ସଂଯୋଗ ଯୋଗାଇ ଦିଆଯାଇଥିଲା। ସେହିପରି ପ୍ରଧାନମନ୍ତ୍ରୀ ଆୱାସ ଯୋଜନା ଅଧୀନରେ ୨ କୋଟିରୁ ଅଧିକ ଗରିବଙ୍କ ପାଇଁ ପକ୍କା ଘର ନିର୍ମାଣ କରାଯାଇଛି। ଏହି ଘରଗୁଡିକର ଅଧିକାଂଶ ମାଲିକାନା ଅଧିକାର ମହିଳାମାନଙ୍କର ରହିଛି। ଆଗାମୀ ଦିନରେ ପାଣି ପାଇପ ଭଳି ରୋଷେଇ ଘରେ ଗ୍ୟାସ୍‌ ସଂଯୋଗ ମଧ୍ୟ କରାଯିବ। ଏନେଇ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ପାଇପ୍‌ ଦ୍ୱାରା ଗ୍ୟାସ୍‌ ଯୋଗାଣ ସିଲିଣ୍ଡର ତୁଳନାରେ ଶସ୍ତାରେ ମିଳିବ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ କେତେକ ହିତାଧିକାରୀଙ୍କ ସହ କଥାବାର୍ତ୍ତା ମଧ୍ୟ କରିଥିଲେ। ପ୍ରଥମେ ଉତ୍ତରାଖଣ୍ଡର ହିତାଧିକାରୀ ବୁନ୍ଦିି ଦେବୀଙ୍କ ସହ କଥା ହୋଇଥିଲେ। ଏହି ଯୋଜନା ଅଧୀନରେ ପ୍ରଦାନ କରାଯାଇଥିବା ଏଲ୍‌ପିଜି ସଂଯୋଗର ଜୀବନ ପରିବର୍ତ୍ତନକାରୀ ଅନୁଭୂତି ବୁନ୍ଦି ଦେବୀ ବଖାଣି ଥିଲେ।
ସୂଚନାଯୋଗ୍ୟ,୨୦୧୬ ମସିହାରେ ଆରମ୍ଭ ହୋଇଥିବା ଉଜ୍ୱଳା ଯୋଜନା ମାଧ୍ୟମରେ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ପରିବାରର ୫ କୋଟି ମହିଳା ସଦସ୍ୟଙ୍କୁ ଏଲପିଜି ସଂଯୋଗ ଯୋଗାଇବା ପାଇଁ ଏକ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଏପ୍ରିଲ ୨୦୧୮ ରେ ଏହି ଯୋଜନାରେ ଏସସି / ଏସଟି, ପିଏମ୍‌ଏଓ୍ବାଇ, ଏଏଓ୍ବାଇ, ଅତ୍ୟଧିକ ପଛୁଆ ଶ୍ରେଣୀ, ଚା ବଗିଚା, ବନବାସୀ, ଦ୍ୱୀପପୁଞ୍ଜ ଆଦି ସାତୋଟି ବର୍ଗର ମହିଳା ହିତାଧିକାରୀଙ୍କୁ ସାମିଲ୍‌ କରାଯାଇଥିଲା। ଏହାର ଲକ୍ଷ୍ୟକୁ ୮ କୋଟି ଏଲ୍‌ପିଜି ସଂଯୋଗ ଧାର୍ଯ୍ୟ କରାଯାଇଥିଲା। ଧାର୍ଯ୍ୟ ତାରିଖର ସାତ ମାସ ପୂର୍ବରୁ ଅଗଷ୍ଟ ୨୦୧୯ରେ ଏହି ଲକ୍ଷ୍ୟ ହାସଲ କରାଯାଇ ପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri