ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଶୁଭାରମ୍ଭ :ବ୍ଲକରେ ୨୪୦ ଛାତ୍ରୀଙ୍କୁ ପ୍ରଶିକ୍ଷଣ ଲକ୍ଷ୍ୟ

ଥୁଆମୂଳ ରାମପୁର, ୫ା୧୧(ଦୁର୍ଗା କୀର୍ତ୍ତି):ରାୟଗଡ଼ା ଜିଲା ଟିକିରି ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପର ସହଯୋଗୀ କମ୍ପାନୀ ପକ୍ଷରୁ ବିଦ୍ୟାଳୟ ଛାତ୍ରୀଙ୍କ ମଧ୍ୟରେ ଆତ୍ମରକ୍ଷା କୌଶଳ ପ୍ରଦାନ ଉଦ୍ଦେଶ୍ୟରେ ଏକ ପ୍ରଶିକ୍ଷଣ ଶିବିର ଶୁଭାରମ୍ଭ ହୋଇଯାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଏହା ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଥିଲା। ଆଦର୍ଶ ବିଦ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ତହସିଲଦାର ନିରଜ କୁମାର ଭତ୍ରା ଯୋଗଦେଇଥିବା ବେଳେ ଥୁଆମୂଳ ରାମପୁର ଏ.ସ.ଆଇ ସୁଶାନ୍ତ ପଣ୍ଡା, ଯୋଗାଣ ନିରୀକ୍ଷକ ବିଭୁ ରଞ୍ଜନ ସାହୁ, ବିଦ୍ୟାଳୟ ଅଧ୍ୟକ୍ଷ ସୀତାକାନ୍ତ ରଣା, ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ କୃତ୍ତିବାସ ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ତହସିଲଦାର ଭତ୍ରା କହିଛନ୍ତି ଯେ, ସୁସ୍ଥ ଶରୀର, ସୁସ୍ଥ ମସ୍ତିଷ୍କ ଶିକ୍ଷାର୍ଥୀ ଜୀବନର ମହତ୍ତ୍ୱପୂର୍ଣ୍ଣ ମୂଲ୍ୟବୋଧ। ସେହିପରି ଆବଶ୍ୟକ ସ୍ଥଳେ ନିଜର ସୁରକ୍ଷା କରିବା ଜରୁରୀ । ଏହି ତାଲିମ ଶିବିର ପ୍ରଥମ ପର୍ଯ୍ୟାୟରେ ଦୁଇଟି ସ୍ଥାନ ଅର୍ଥାତ୍‌ ଥୁଆମୂଳ ରାମପୁର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ହେବ। ଦୀର୍ଘ ଛଅଦିନ ଏଠାରେ ଛାତ୍ରୀମାନଙ୍କୁ ପ୍ରଶିକ୍ଷଣ ଦିଆଯିବା ସହ ପରବର୍ତ୍ତୀ ପର୍ଯ୍ୟାୟରେ ପାର୍ଶ୍ୱସ୍ଥ ବିଦ୍ୟାଳୟରେ ଏହି ଶିବିର ଆୟୋଜନ ହେବ। ଦୁଇଜଣ ତାଲିମପ୍ରାପ୍ତ ପ୍ରଶିକ୍ଷକ ରିତିକା ମହାତୋ ଓ ନୈନା ମୁଖୀ ନିୟୋଜିତ ହୋଇଥିବାବେଳେ ଆଗାମୀ ଦିନରେ ୨୪୦ଜଣ ଛାତ୍ରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବ। ଉକ୍ତ କାର୍ଯ୍ୟକ୍ରମ ଉତ୍କଳ ଆଲୁମିନା ଖଣି ସିଏସ୍‌ଆର୍‌ ଟିମ୍‌ ସଦସ୍ୟ ନିରୁପମା ବାରିକ ପରିଚାଳନା କରିଥିବାବେଳେ ସଞ୍ଜୀବ କୁମାର ସହଯୋଗ କରିଥିଲେ। ଅନ୍ୟପକ୍ଷେ ସ୍ଥାନୀୟ ଅଡ୍ରି ଉଚ୍ଚ ବିଦ୍ୟାଳୟରେ ଉତ୍କଳ ଆଲୁମିନା ବାଫ୍ଲିମାଳି ଖଣି ସିଏସ୍‌ଆର୍‌ ଟିମ୍‌ ତରଫରୁ ସାନିଟାରୀ ନାପ୍‌କିନ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଅଡ୍ରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ମାଧୁରୀ ସିଂ, ସ୍ଥାନୀୟ ସରପଞ୍ଚ ନନ୍ଦେଇ ମାଝୀ, ସ୍ବାସ୍ଥ୍ୟକର୍ମୀ ଯାଜ୍ଞସେନୀ ଶଗଡ଼ିଆ, ସିଏଚଓ ଚନ୍ଦ୍ରକାନ୍ତି ଶବର ଏବଂ ଆଶାକର୍ମୀ ମନିକା ନାଏକ ଓ ପ୍ରଧାନ ଶିକ୍ଷକଙ୍କ ସମେତ ଅନ୍ୟ ସହଯୋଗୀ ଶିକ୍ଷକ, ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଛାତ୍ରୀମାନଙ୍କୁ ଉପସ୍ଥିତ ଅତିଥିଙ୍କ ଦ୍ୱାରା ସାନିଟାରି ନାପ୍‌କିନ ବିତରଣ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ଉତ୍କଳ ଆଲୁମିନା ଖଣି ସିଏସ୍‌ଆର୍‌ ପକ୍ଷରୁ ଆୟୋଜିତ ହୋଇଥିବାବେଳେ ଟିମ୍‌ ସଦସ୍ୟ ଦେବୀ ପ୍ରିୟା ଓ ଦିଲୀପ ନାୟକ ଏହାକୁ ପରିଚାଳନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri