କେଏସ୍‌ୟୁବି କଲେଜରେ ଆତ୍ମରକ୍ଷା ତାଲିମ ଶିବିର, ଛାତ୍ରୀମାନଙ୍କ ମଧ୍ୟରେ ସୁରକ୍ଷା….

ଭଞ୍ଜନଗର,୧୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ ଶକ୍ତିଶ୍ରୀ ଏମ୍ପାୱାରମେଣ୍ଟ ସେଲ୍‌ ପକ୍ଷରୁ ସୋମବାର ଆତ୍ମରକ୍ଷା ତାଲିମ ଶିବିର ‘ସେଲ୍ଫ ଡିଫେନ୍ସ’ ଅନୁଷ୍ଠିତ ହୋଇଯାଇଛି । କଲେଜ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀମାନଙ୍କ ମଧ୍ୟରେ ସୁରକ୍ଷା ସଚେତନତା, ଆତ୍ମବିଶ୍ୱାସ ଓ ଆତ୍ମନିର୍ଭରତା ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଥିଲା। କଲେଜର ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଛାତ୍ରୀମାନଙ୍କ ସୁରକ୍ଷା ଓ ସଶକ୍ତିକରଣ ପାଇଁ ଏଭଳି କାର୍ଯ୍ୟକ୍ରମର ଆବଶ୍ୟକତା ସମ୍ପର୍କରେ ମତବ୍ୟକ୍ତ କରିଥିଲେ।

ସଚେତନତା ସହ ଆତ୍ମବିଶ୍ୱାସ ଓ ଦାୟିତ୍ୱବୋଧ ଗଢ଼ି ତୋଳିବା ଦିଗରେ ଏହି ପଦକ୍ଷେପ ସହାୟକ ହେବ ବୋଲି ସେ କହିଥିଲେ । କାର୍ଯ୍ୟକ୍ରମକୁ ସଂଯୋଜିକା ଅଧ୍ୟାପିକା ଶେଫାଳି ପଟ୍ଟନାୟକ ସଂଯୋଜନା କରିଥିଲେ । ଏଥିରେ ଅତିଥି ଭାବେ ପ୍ରଶାସନିକ ଅଧିକାରୀ କୁମୁଦ ଚନ୍ଦ୍ର ମହାପାତ୍ର, ପ୍ରାଧ୍ୟାପକ ପ୍ରଶାନ୍ତ କୁମାର ରଥ, ଅଧ୍ୟାପକ ଡ. ଦେବାଶିଷ ସ୍ୱାଇଁ, ଅଧ୍ୟାପିକା ତୃପ୍ତିମୟୀ ଦାସ, ସ୍ମରଣିକା ପାଢ଼ୀ, ସୁନିଆ ବିଷୋୟୀ ପ୍ରମୁଖ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ଛାତ୍ରୀମାନଙ୍କୁ ସୁରକ୍ଷିତ ଓ ସଚେତନ ରହିବା, ଆପତ୍ତିକାଳୀନ ପରିସ୍ଥିତିରେ ଧୈର୍ଯ୍ୟ ରକ୍ଷା କରିବା, ନିଜ ସୁରକ୍ଷା ପ୍ରତି ସଚେତନ ହେବା ଏବଂ ହିଂସାକୁ ନା କହିବା ନେଇ ବିଭିନ୍ନ ସଚେତନତାମୂଳକ ବିଷୟ ଆଲୋଚନା କରାଯାଇଥିଲା। ଶେଷରେ ଅଧ୍ୟାପିକା ପ୍ରଜ୍ଞା ପରମିତା ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଶିବିରଟି ୬ ଦିନ ବ୍ୟାପି ଚାଲିବ । ରୀନା ଖଟେଇ, ଇତିଶ୍ରୀ ସ୍ୱାଇଁ ତାଲିମ୍ ପ୍ରଦାନ କରୁଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri