ଦିଗପହଣ୍ଡିରେ ସ୍ବାୟତ୍ତ ଶାସନ ଦିବସ ପାଳିତ, ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ୫୨ ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ଉତ୍ସବ ରବିବାର ସାରେ ଉଦ୍‌ଯାପିତ ହୋଇଯାଇଛି।ବଜାର ଗାନ୍ଧୀ ଛକଠାରେ ଏନ ଏ ସି କାର୍ଯ୍ୟ ର୍ନିବାହୀ ଅଧିକାରୀ ଅବିନାଶ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଉତ୍ସବରେ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ସଭାପତିତ୍ୱ କରିଥିଲେ।ଏଥିରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉପ୍ଯଯଯକ୍ଷା କେ. ପୂଜା, କାଉନସିଲର ସନ୍ତୋଷିନୀ ବେହେରା, ସୁଶାନ୍ତ କୁମାର ପାତ୍ର, ନୀଳମାଧବ ଗୌଡ, ମାମିନୀ ବେହେରା, ଦୀପକ କୁମାର ମିଶ୍ର, ସୁନିଲ କୁମାର ପଣ୍ଡା, ଇ.ଗାୟତ୍ରୀ, ଜ୍ୟୋତ୍ସ୍ନା ଜେନା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।ଏନଏସି ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଏବଂ ହାତକୁ ନିଆଯାଇଥିବା ବିଭିନ୍ନ ପ୍ରକଳ୍ପ ଉପରେ ନିର୍ବାହୀ ଅଧିକାରୀ ମିଶ୍ର ସୂଚନା ଦେବାସହ ଟିମ ସ୍ପିରିଟ ନେଇ କାର୍ଯ୍ୟକଲେ ଏନ୍‌ଏସି ଆହୁରି ଆଗକୁ ବଢି ପାରିବ ବୋଲି କହିଥିଲେ। ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ପୂର୍ବାହ୍ନରେ କାର୍ଯ୍ୟାଳୟ ସମ୍ମୁଖରେ ଜାତୀୟ ପତାକା ଉତ୍ତୋଳନ କରାଯିବା ସହ ସପ୍ତାହ ବ୍ୟାପି ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନାରେ ଏନଏସିର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ। ସହକାରୀ ଯନ୍ତ୍ରୀ ଇଂ. ମମତା ପଣ୍ଡାଙ୍କ ସମେତ ଅନ୍ୟ ସମସ୍ତ କର୍ମଚାରୀ ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?