କେସିଙ୍ଗା ଏନ୍‌ଏସିରେ ସ୍ବାୟତ୍ତ ଶାସନ ଦିବସ, ମୁକ୍ତିଧାମ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦଠାରେ ସ୍ବାୟତ୍ତ ଶାସନ ଦିବସ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ନେତୃତ୍ୱରେ କଲ୍ୟାଣମଣ୍ଡପ ପ୍ରାଙ୍ଗଣଠାରେ ମହାସମାରୋହରେ ଶନିବାର ପାଳିତ ହୋଇଯାଇଛି। ସକାଳେ ପ୍ରଥମ ଅଧିବେଶନରେ ପ୍ରାତଃ ସମୟରେ ରାମଧୂନ୍‌, ସହରର ବିଭିନ୍ନ ଛକସ୍ଥିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ପରିଷଦ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଅଧ୍ୟକ୍ଷ ନୃପରାଜଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ସହର ପରିକ୍ରମା ସହ ସଫେଇ ସଚେତନତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଥିଲା। ଦିତୀୟ ଅଧିବେଶନ ଅପରାହ୍ନରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଏମ୍‌ପି ମାଳବିକା ଦେଓ, ସମ୍ମାନିତ ଅତିଥି ଭାବେ ଉପଖଣ୍ଡ ପୋଲିସ ଅଧିକାରୀ କେସିଙ୍ଗା ବିନୋଦ ପାଟିଲ ଏଚ୍‌,ପ୍ରକଳ୍ପ ନିର୍ଦ୍ଦେଶ, ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ମୁନିନ୍ଦ୍ର ହୋନ ନାଗା,ଅଧ୍ୟକ୍ଷ ନୃପରାଜ ଯାଦବ,ଉପାଧ୍ୟକ୍ଷା ସରସ୍ବତୀ ସାହା କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଣବ କୁମାର ଚାନ୍ଦଙ୍କ ସମେତ ସମସ୍ତ କାଉନସିଲର ବୃନ୍ଦ ଯୋଗଦେଇଥିଲେ। ଏହି ଅବସରରେ ୭ ଓ୍ବାର୍ଡନମ୍ବରସ୍ଥିତ ତେଲନଦୀ ପୀଠରେ ୭୫ ଲକ୍ଷ ବ୍ୟୟ ଅଟକଳରେ ଏକ ମୁକ୍ତିଧାମର ଭିତ୍ତିପ୍ରସ୍ତର ସ୍ଥାପନ ମୁଖ୍ୟ ଅତିଥିଙ୍କ ଦ୍ୱାରା ଉଦ୍‌ଘାଟନ କରାଯାଇଥିଲା। ଅଧ୍ୟକ୍ଷ ଏନ୍‌ଏସିର ବିଭିନ୍ନ ସମସ୍ୟାର ସମାଧାନ  ଏମ୍‌ପିଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ। ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଣବ କୁମାର ଚାନ୍ଦ ବିବରଣୀ ପଠନ କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା। ନୃସିଂହ ବେହେରା ମଞ୍ଚ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri