କେସିଙ୍ଗା ଏନ୍‌ଏସିରେ ସ୍ବାୟତ୍ତ ଶାସନ ଦିବସ, ମୁକ୍ତିଧାମ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦଠାରେ ସ୍ବାୟତ୍ତ ଶାସନ ଦିବସ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ନେତୃତ୍ୱରେ କଲ୍ୟାଣମଣ୍ଡପ ପ୍ରାଙ୍ଗଣଠାରେ ମହାସମାରୋହରେ ଶନିବାର ପାଳିତ ହୋଇଯାଇଛି। ସକାଳେ ପ୍ରଥମ ଅଧିବେଶନରେ ପ୍ରାତଃ ସମୟରେ ରାମଧୂନ୍‌, ସହରର ବିଭିନ୍ନ ଛକସ୍ଥିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ପରିଷଦ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଅଧ୍ୟକ୍ଷ ନୃପରାଜଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ସହର ପରିକ୍ରମା ସହ ସଫେଇ ସଚେତନତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଥିଲା। ଦିତୀୟ ଅଧିବେଶନ ଅପରାହ୍ନରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଏମ୍‌ପି ମାଳବିକା ଦେଓ, ସମ୍ମାନିତ ଅତିଥି ଭାବେ ଉପଖଣ୍ଡ ପୋଲିସ ଅଧିକାରୀ କେସିଙ୍ଗା ବିନୋଦ ପାଟିଲ ଏଚ୍‌,ପ୍ରକଳ୍ପ ନିର୍ଦ୍ଦେଶ, ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ମୁନିନ୍ଦ୍ର ହୋନ ନାଗା,ଅଧ୍ୟକ୍ଷ ନୃପରାଜ ଯାଦବ,ଉପାଧ୍ୟକ୍ଷା ସରସ୍ବତୀ ସାହା କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଣବ କୁମାର ଚାନ୍ଦଙ୍କ ସମେତ ସମସ୍ତ କାଉନସିଲର ବୃନ୍ଦ ଯୋଗଦେଇଥିଲେ। ଏହି ଅବସରରେ ୭ ଓ୍ବାର୍ଡନମ୍ବରସ୍ଥିତ ତେଲନଦୀ ପୀଠରେ ୭୫ ଲକ୍ଷ ବ୍ୟୟ ଅଟକଳରେ ଏକ ମୁକ୍ତିଧାମର ଭିତ୍ତିପ୍ରସ୍ତର ସ୍ଥାପନ ମୁଖ୍ୟ ଅତିଥିଙ୍କ ଦ୍ୱାରା ଉଦ୍‌ଘାଟନ କରାଯାଇଥିଲା। ଅଧ୍ୟକ୍ଷ ଏନ୍‌ଏସିର ବିଭିନ୍ନ ସମସ୍ୟାର ସମାଧାନ  ଏମ୍‌ପିଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ। ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଣବ କୁମାର ଚାନ୍ଦ ବିବରଣୀ ପଠନ କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା। ନୃସିଂହ ବେହେରା ମଞ୍ଚ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri