କେସିଙ୍ଗାରେ ସ୍ବାୟତ୍ତ ଶାସନ ଦିବସ: ସହରକୁ ଆଗେଇ ନେବା ପାଇଁ ଅଧ୍ୟକ୍ଷ…

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ଏନ୍‌ଏସିରେ ସ୍ବାୟତ୍ତ ଶାସନ ଦିବସ ମହାସମାରୋହରେ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ନେତୃତ୍ୱରେ ରବିବାର ସ୍ଥାନୀୟ କଲ୍ୟାଣ ମଣ୍ଡପରେ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଥମେ ଅଧ୍ୟକ୍ଷ ସମସ୍ତ କାଉନସିଲରଙ୍କ ଉପସ୍ଥିତିରେ ଦୀପ ପ୍ରଜ୍ଜ୍ୱଳନ କରି ମଞ୍ଚକୁ ଉଦଘାଟନ କରିଥିଲେ। ଅଧ୍ୟକ୍ଷ ସମସ୍ତଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସ୍ବାଗତ କରିଥିଲେ। ଅଧ୍ୟକ୍ଷ ନୃପରାଜ ଯାଦବ ସହରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ଆଗେଇ ନେବା ପାଇଁ ମଞ୍ଚରେ ଏକ ବିବରଣୀ ପଠନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଏମ୍‌ପି ମାଳବିକା ଦେବୀ, ପୂର୍ବତନ ଏମ୍‌ପି ଅର୍କ କେଶରୀ ସିଂଦେଓ, କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀୟଙ୍କ ସମେତ ସମସ୍ତ କାଉନସିଲର ଯୋଗଦେଇଥିଲେ। ମୁଖ୍ୟ ଅତିଥି ତାଙ୍କ ଭାଷଣ ପ୍ରସଙ୍ଗରେ କହିଲେ ଯେ, କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚାଲୁ ହେବ, ସହରରେ ଟେକ୍ସ ଟାଇଲ ଇଣ୍ଡୁଷ୍ଟ୍ରିଆଲ ସ୍ଥାପନ ପାଇଁ ଚେଷ୍ଟା କରାଯାଉଛି ଏବଂ ବାଇପାସ ପାଇଁ ଗଡ଼କାରୀଙ୍କୁ ନିବେଦନ କରିଥିବା କହିଥିଲେ।

କେସିଙ୍ଗା ସହରର କଂସେଇଖାନା, ମିଶନ ଗୃହ, ଗୋଷ୍ଠୀ କେନ୍ଦ୍ର ମୁଖ୍ୟ ଅତିଥିଙ୍କ ଦ୍ୱାରା ଉଦଘାଟନ କରିଥିଲେ। ୭ ଜଣ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଆଦେଶନାମା ପ୍ରଦାନ କରିଥିଲେ। ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କନିଷ୍ଠ ଜେଇ ନାରାୟଣ ମହାରଣାଙ୍କ ସମେତ ସମସ୍ତ ଏନ୍‌ଏସି କର୍ମଚାରୀ ସହଯୋଗ କରିଥିଲେ। ପରିଶେଷରେ ଏହି ଉପଲକ୍ଷେ ବିଭିନ୍ନ ସ୍କୁଲର ଛତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?