ହିଲଭିୟୁ ପାର୍କର ଦାୟିତ୍ୱ ନେବେ ସ୍ବୟଂ ସହାୟକ ଗୋଷ୍ଠୀ

ଦାରିଙ୍ଗବାଡି,୮।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ସାଞ୍ଜାସରୁ ଉନ୍ନୟନ ଟ୍ରଷ୍ଟର ବୈଠକ ଗୁରୁବାର ଦାରିଙ୍ଗବାଡ଼ି ବିଡ଼ିଓଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ବାଲିଗୁଡ଼ା ଉପଜିଲାପାଳ ତଥା ଟ୍ରଷ୍ଟ ଅଧ୍ୟକ୍ଷ ଏମ୍‌ଏସ୍‌ ମଧୁମିତାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା। ବୈଠକରେ ହିଲଭିୟୁ ପାର୍କର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଠିକା ସଂସ୍ଥାର ମାଲିକ ରୂପକ କୁମାର ସରକାରଙ୍କ ବିୟୋଗ ପରେ ପାର୍କର ତଦାରଖ ପାଇଁ ନୂତନ ଦାୟିତ୍ୱ ଦେବାକୁ ବୈଠକରେ ଆଲୋଚନା ହୋଇଥିଲା।

ଅଧ୍ୟକ୍ଷ ମଧୁମିତା ବ୍ଲକ ପ୍ରଶାସନ ପକ୍ଷରୁ ଜଣେ ଅଧିକାରୀଙ୍କୁ ଦାୟିତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପାର୍କର ତଦାରଖ କରିବେ ଏବଂ ବ୍ଲକର ଜଣେ ଅଧିକାରୀ ଏହାର ଦାୟିତ୍ୱରେ ରହିବେ ବୋଲି ଉପଜିଲ୍ଲାପାଳ ମଧୁମିତା କହିଛନ୍ତି। ସେହିପରି ପାର୍କରେ ରୂପାନ୍ତରିକରଣ କାର୍ଯ୍ୟ ଚାଲିଥିବା ବେଳେ ତାହା କିଛି ଦିନ ହେଲା ଅଟକି ରହିଛି। ଏପରି କି ନୂତନ ୱାଚ୍‌ ଟାୱାର ନିର୍ମାଣ କାର୍ଯ୍ୟ ଅଧପାନ୍ତରିଆ ହୋଇ ରହିଥିବା ବେଳେ ଶିଶୁ ପର୍ଯ୍ୟଟକଙ୍କ ଟୟ ଟ୍ରେନ୍‌ ଦୀର୍ଘ ଦିନ ହେଲା ଅଚଳବସ୍ଥା ହୋଇ ରହିଛି। ସେହିପରି ଜଳ ଫୁୱାରାରେ ରଙ୍ଗବେରଙ୍ଗର ଆଲୁଅ ବ୍ୟବସ୍ଥା ସହ ସାଉଣ୍ଡସିଷ୍ଟମ, ସେଲ୍ଫି ପଏଣ୍ଟ ଆଦି କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏପରିକି ପାର୍କ ଭିତରେ ଅଧିକରୁ ଅଧିକ ଫୁଲ ଗଛ ଲଗାଯିବାକୁ କୁହାଯାଇଥିଲା। ବୈଠକରେ ବିଧାୟକ ସାଲୁଗା ପ୍ରଧାନ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ଗଦାଧର ପାତ୍ର, ତହସିଲଦାର ଡ. ଅଶୋକ କୁମାର ଦାସ, ସତୀଶ କୁମାର ଧାରୁଆ, ଆଇଆଇସି କୌଶିକ ମାଝୀ, ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଠ, ବଣିକ ସଙ୍ଘ ସଭାପତି ଲଡୁ କିଶୋର ସାହୁ, ପତିତପାବନ ରାଉତ, ରମେଶ ଚନ୍ଦ୍ର ସାହୁ, ସରପଞ୍ଚ ଚନ୍ଦ୍ରିକା ମଲ୍ଲିକ, ସୁଷମା ସିଂ ପ୍ରମୁଖ ଯୋଗ ଦେଇଥିଲେ। ବୈଠକ ପରେ ଉପଜିଲାପାଳ ପାର୍କ ଯାଇ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri