ଆତ୍ମନିର୍ଭର ଭାରତ ଅଭିମୁଖେ ବଜେଟ

ଭୁବନେଶ୍ୱର, ୪ା୨ (ବ୍ୟୁରୋ):ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ ପତ୍ର ସୂଚନା କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ‘ଆତ୍ମନିର୍ଭର ଭାରତ ଅଭିମୁଖେ ବଜେଟ ୨୦୨୧-୨୨’ ଉପରେ ଏକ ଓ୍ବେବିନାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ପ୍ରଧାନ ପ୍ରମୁଖ ଆୟକର ଆୟୁକ୍ତ ଶରତ କୁମାର ଦାଶ ଯୋଗଦେଇ କହିଲେ, କରୋନା ମହାମାରୀ ମଧ୍ୟରେ ଆତ୍ମନିର୍ଭରଶୀଳ ଭାରତ ଗଠନ ପାଇଁ କୃଷି, ସ୍ବାସ୍ଥ୍ୟ ଓ ଭିତ୍ତିଭୂମି ଉପରେ ବଜେଟରେ ଗୁରୁତ୍ୱ ଦିଆଯାଇଛି। ଜନସାଧାରଣଙ୍କ ଉପରେ କୌଣସି ବୋଝ ନ ଲଦି କରୋନା ମୁକାବିଲା ପାଇଁ ବ୍ୟୟବରାଦ ପ୍ରସ୍ତାବ ରଖିବା ସହ ଷ୍ଟାର୍ଟ ଅପ୍‌ କମ୍ପାନୀ ପାଇଁ ଟ୍ୟାକ୍ସ ହଲିଡେ ଓ ୭୫ ବର୍ଷରୁ ଅଧିକ ବରିଷ୍ଠ ନାଗରିକଙ୍କ ନିମନ୍ତେ ରିଟର୍ନ ଫାଇଲ ରିହାତି ଆଦି ସ୍ବାଗତଯୋଗ୍ୟ ବୋଲି ସେ କହିଥିଲେ।
ଚାର୍ଟାର୍ଟ ଆକାଉଟାଣ୍ଟ ଅରୁଣ କୁମାର ସାବତ କହିଲେ, ଆତ୍ମନିର୍ଭର ଭାରତ ଲକ୍ଷ୍ୟ ହାସଲ ପାଇଁ ସରକାର ବଜେଟରେ କେତେକ ସାହସିକ ପଦକ୍ଷେପ ନେଇଛନ୍ତି। ନିଅଣ୍ଟିଆ ବଜେଟ ସତ୍ତ୍ୱେ ଅନେକ ସଂସ୍କାରମୂଳକ ପଦକ୍ଷେପ ଘୋଷଣା କରାଯାଇଛି। ତେବେ ବଜେଟ ଗୃହୀତ ହେବା ପୂର୍ବରୁ ମଧ୍ୟବିତ୍ତଙ୍କ ନିମନ୍ତେ ଆଉ କେତେକ ସୁବିଧା ଦେବା ପାଇଁ ସେ ଅର୍ଥମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି। ବିଶିଷ୍ଟ ଅର୍ଥନୀତିଜ୍ଞ ରମଣ ଅଗ୍ରଓ୍ବାଲ ବଜେଟରେ ଘୋଷିତ ଉତ୍ପାଦନଭିତ୍ତିକ ପ୍ରୋତ୍ସାହନ ପୁଞ୍ଜି ନିବେଶକୁ ଅଧିକ ବଳ ପ୍ରଦାନ କରିବ ବୋଲି କହିଛନ୍ତି।
ଭୁବନେଶ୍ୱର ପତ୍ର ସୂଚନା କାର୍ଯ୍ୟାଳୟ ଅତିରିକ୍ତ ମହାନିର୍ଦ୍ଦେଶକ ଶୈଳେଶ କୁମାର ମାଲବ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଓ୍ବେବିନାରରେ ଆଞ୍ଚଳିକ କ୍ଷେତ୍ରପ୍ରଚାର ଭୁବନେଶ୍ୱରର ନିର୍ଦ୍ଦେଶକ ତଥା ମୁଖ୍ୟ ଅଖିଳ କୁମାର ମିଶ୍ର ଓ ଉପନିର୍ଦ୍ଦେଶକ ଡ. ଗିରୀଶ ଚନ୍ଦ୍ର ଦାଶ ଯୋଗ ଦେଇଥିଲେ। ଗଣଯୋଗାଯୋଗ ଅଧିକାରୀ ଡ. ପ୍ରଦୀପ ଚୌଧୁରୀ ଓ ସହାୟକ ସ୍ବାଧୀନ ଶକ୍ତିପ୍ରସାଦ ଓ୍ବେବିନାର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ବଡ଼ ଝଟ୍‌କା, ହରମୁଜରେ ପାକ୍‌ ଜାହାଜ ସହ ଇରାନ କଲା ଏମିତି କାଣ୍ଡ…ଟ୍ରମ୍ପ କାବା!

ତେହରାନ,୨୫।୩: ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ ଆଞ୍ଚଳିକ ମଧ୍ୟସ୍ଥତା ପାଇଁ ଏକ ଦାବିଦାର ଭାବରେ ନିଜକୁ ସ୍ଥାପିତ କରୁଥିବା ପାକିସ୍ତାନକୁ ଇରାନ ଏକ ବଡ଼ ଝଟକା ଦେଇଛି। ଏକ…

ରାମନବମୀ ନେଇ ଚଳଚଞ୍ଚଳ କୋରାପୁଟ ସହର:  ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…  

କୋରାପୁଟ,୨୫।୩(ଅମିତାଭ ବେହେରା ): ଆସନ୍ତା ୨୭ ତାରିଖରେ ପବିତ୍ର ରାମ ନବମୀ ଉତ୍ସବ ପାଳନ କରାଯିବାକୁ ଥିବାବେଳେ ଏ ନେଇ କୋରାପୁଟ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି।…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ଦିନରେ ଶସ୍ତା ରାତିରେ ମହଙ୍ଗା ହେବ ବିଜୁଳି, ଇଲେକ୍ଟ୍ରି ସପ୍ଲାଏକୁ ନେଇ ଆସିଲା ନୂଆ ନିୟମ

ପାଟନା,୨୫।୩: ରାଜ୍ୟବାସୀ ଧ୍ୟାନ ଦିଅନ୍ତୁ! ବିଦ୍ୟୁତ ବିଲ ସମ୍ପର୍କରେ ଏକ ନୂଆ ଅପଡେଟ ଆସିଛି। ସାରା ରାଜ୍ୟରେ ବିଦ୍ୟୁତ ସମ୍ୱନ୍ଧୀୟ ନୂତନ ନିୟମ ଜାରି କରାଯାଇଛି। ଏବେଠାରୁ,…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

ଯୁଦ୍ଧ ମଧ୍ୟରେ ଉତ୍ତରାଧିକାରୀ ଘୋଷଣା କଲା ଇରାନ, ଜାଣନ୍ତୁ କିଏ ସେହି ମହମ୍ମଦ ବାଘେର

ନୂଆଦିଲ୍ଲୀ,୨୫।୩: ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦ ସଚିବ ଅଲି ଲାରିଜାନିଙ୍କ ମୃତ୍ୟୁ ପରେ, ଇରାନ ବ୍ରିଗେଡିୟର ଜେନେରାଲ ମହମ୍ମଦ ବାଘେର ଜୋଲକାଦରଙ୍କୁ ଏହାର ନୂତନ ସୁରକ୍ଷା ମୁଖ୍ୟ…

ଯୁଦ୍ଧ ଭିତରେ ‘ଏମରଜେନ୍ସି’ ଘୋଷଣା କଲା ଏହି ଦେଶ, ଲକ୍‌ଡାଉନ ପରି ବନ୍ଦ ହେଲା…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଚାପ ଏବେ ଫିଲିପାଇନ୍ସ ପର୍ଯ୍ୟନ୍ତ ପହଞ୍ଚିଛି। ସାତ ସମୁଦ୍ର ଦୂର। ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଯୋଗୁଁ, ବିଶ୍ୱ ଇନ୍ଧନ ଯୋଗାଣ…

ଗୋଟି ଗୋଟି ସବୁ ଦେଶଠାରୁ ଯୁଦ୍ଧ କ୍ଷତି ଆଦାୟ କରିବ ଇରାନ, ଖେଳିଲା ବଡ଼ ଗେମ୍‌, ଏବେ ଭୋଗିବ ସାରା ବିଶ୍ୱ

ନୂଆଦିଲ୍ଲୀ, ୨୫।୩: ଟଳିନି ବିଶ୍ୱ ସଙ୍କଟ । ଯୁଦ୍ଧ ଦ୍ୱାରା ଏପର୍ଯ୍ୟନ୍ତ ହୋଇଥିବା କ୍ଷତି କେବଳ ଏକ ଝଲକ ଥିଲା। ପ୍ରକୃତ ସଙ୍କଟ ଏବେ ଆରମ୍ଭ ହୋଇଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri