ସ୍ବାଭିମାନୀ ଗୀତା: ପଦ୍ମ ପୁରସ୍କାର ନେବାକୁ ମନା କରିଥିଲେ

ନୂଆଦିଲ୍ଲୀ,୧୭ା୯: ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଲେଖିକା ତଥା ବୃତ୍ତଚିତ୍ର ନିର୍ଦ୍ଦେଶିକା-ପ୍ରଯୋଜିକା ଗୀତା ମେହେଟ୍ଟା ଜଣେ ସ୍ବାଭିମାନୀ ବ୍ୟକ୍ତିତ୍ୱର ଅଧିକାରିଣୀ ଥିଲେ। ୨୦୧୯ ଜାନୁୟାରୀ ୨୫ରେରେ କେନ୍ଦ୍ର ସରକାର ୯୪ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ।
ସେମାନଙ୍କ ମଧ୍ୟରେ ଇଂଲିଶ ଭାଷାରେ ଲେଖନୀ ଚାଳନା କରୁଥିବା ଗୀତାଙ୍କ ନାମ ରହିଥିଲା। ସାହିତ୍ୟ ଜଗତ ପ୍ରତି ତାଙ୍କ ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇ ଏହି ପୁରସ୍କାର ଦିଆଯାଇଥାଆନ୍ତା। ତେବେ ଏହି ଘୋଷଣାର ଦିନକ ପରେ ଅର୍ଥାତ୍‌ ୭୦ତମ ସାଧାରଣତନ୍ତ୍ର ଦିବସରେ ସେ ଏହାକୁ ଗ୍ରହଣ କରିବାକୁ ମନା କରିଦେଇଥିଲେ। ନ୍ୟୁୟର୍କରେ ଏକ ପ୍ରେସ୍‌ ବିବୃତି ଜାରି କରି ଗୀତା କହିଥିଲେ, ସରକାର ମୋତେ ଏହି ସମ୍ମାନ ପାଇଁ ଯୋଗ୍ୟ ବିବେଚନା କରିଥିବାରୁ ମୁଁ କୃତଜ୍ଞ। କିନ୍ତୁ ଯେଉଁ ସମୟରେ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ ପାଇଁ ନିଷ୍ପତ୍ତି ନିଆଯାଇଛି, ଏହାକୁ ଗ୍ରହଣ କଲେ ସମାଜକୁ ଭୁଲ୍‌ ବାର୍ତ୍ତା ଯାଇପାରେ। ଆଗକୁ ସାଧାରଣ ନିର୍ବାଚନ ଆସୁଥିବାରୁ ଉଭୟ ସରକାର ଓ ମୋ ପାଇଁ ଏହା ଅଶୋଭନୀୟ ନୁହେଁ କହି ଏହାକୁ ପ୍ରତ୍ୟାଖ୍ୟାନ କରିଦେଇଥିଲେ। ଏହା ପୂର୍ବରୁ ମଧ୍ୟ ଗୀତାଙ୍କ ସମ୍ଭାବ୍ୟ ରାଜନୈତିକ କ୍ୟାରିୟରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର୍‌ ଧରିଥିଲା। ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି)ରୁ ସେ ରାଜ୍ୟ ସଭାକୁ ଯାଇପାରନ୍ତି ବୋଲି ଆଲୋଚନା ହେଉଥିଲା। କିନ୍ତୁ ଗୀତାଙ୍କ ସାନଭାଇ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଗୁଜବ କହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri